< Книга Иова 23 >

1 Отвещав же Иов, рече:
ଏଥିରେ ଆୟୁବ ଉତ୍ତର କରି କହିଲା, “ଆଜି ମଧ୍ୟ ମୋହର ବିଳାପ ବିଦ୍ରୋହଭାବ-ବିଶିଷ୍ଟ;
2 вем убо, яко из руки моея обличение мое есть, и рука Его тяжка бысть паче моего воздыхания.
ମୋହର ଅଭିଯୋଗ ଅପେକ୍ଷା ମୋହର ପୀଡ଼ା ଭାରୀ।
3 Кто убо увесть, яко обрящу Его и прииду ко кончине?
ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ତେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି!
4 И реку мой суд, уста же моя исполню обличения,
ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି ଓ ଯୁକ୍ତିରେ ଆପଣା ମୁଖ ପୂର୍ଣ୍ଣ କରନ୍ତି।
5 уразумею же изцеления, яже ми речет, и ощущу, что ми возвестит.
ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି।
6 И аще со многою крепостию найдет на мя, посем же не воспретит ми.
ସେ କʼଣ ଆପଣା ମହାପରାକ୍ରମରେ ମୋʼ ସଙ୍ଗେ ବିରୋଧ କରିବେ? ନା; ମାତ୍ର ସେ ମୋʼ ପ୍ରତି ମନୋଯୋଗ କରିବେ।
7 Истина бо и обличение от Него: да изведет же в конец суд мой.
ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ, ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି।
8 Аще бо во первых пойду, ктому несмь: в последних же, како вем Его?
ଦେଖ, ମୁଁ ପୂର୍ବ ଆଡ଼କୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି ଓ ପଶ୍ଚିମ ଆଡ଼କୁ ଯାଏ, ମାତ୍ର ତାହାଙ୍କୁ ଦେଖି ପାରେ ନାହିଁ;
9 Ошуюю творящу Ему, и не разумех: обложит одесную, и не узрю.
ସେ କାର୍ଯ୍ୟ କଲା ବେଳେ ଉତ୍ତର ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ; ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ।
10 Весть бо уже путь мой, искуси же мя яко злато.
ମାତ୍ର ମୁଁ ଯେଉଁ ପଥ ଅବଲମ୍ବନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି।
11 Изыду же в заповедех Его, пути бо Его сохраних, и не уклонюся от заповедий Его
ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ।
12 и не преступлю, в недрех же моих сокрых глаголголы Его.
ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି।
13 Аще же и Сам судил тако, кто есть рекий противу Ему? Сам бо восхоте и сотвори.
ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।
14 Сего ради о Нем трепетен бых, наказуемь же попекохся о Нем:
କାରଣ ମୋʼ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି।
15 сего ради от лица Его потщуся, поучуся и убоюся от Него.
ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି; ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି।
16 И Господь умягчил сердце мое, и Вседержитель потщася о мне:
କାରଣ ପରମେଶ୍ୱର ମୋʼ ହୃଦୟକୁ କ୍ଷୀଣ କରିଅଛନ୍ତି ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି;
17 не ведех бо, яко найдет на мя тма, пред лицем же моим покрыет мрак.
ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି, କିଅବା ସେ ମୋʼ ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ।

< Книга Иова 23 >