< Книга Судей израилевых 18 >
1 В тыя дни не бяше царя во Израили: и в тыя дни племя Даново искаше себе наследия вселитися, яко не паде ему наследие до дний оных среде племен сынов Израилевых.
ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ୍ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପାଇ ନ ଥିଲା।
2 И послаша сынове Дановы от сонмов своих пять мужей от части своея, мужы сильны от Сараи и Есфаола, соглядати землю и изследити ю, и рекоша к ним: идите и изследите землю. И приидоша до горы Ефремли, до дому Михина, и сташа тамо в дому Михи.
ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ୱଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରାୟ ଓ ଇଷ୍ଟାୟୋଲଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, “ଯାଇ ଦେଶ ଅନୁସନ୍ଧାନ କର;” ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ।
3 И тии познаша глас юноши левитина, и уклонишася тамо, и рекоша ему: кто тя приведе семо? И что твориши в месте сем? И что тебе зде?
ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?”
4 И рече им: сице и сице сотвори мне Миха, и ная мя, и бых ему жрец.
ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, “ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।”
5 И рекоша ему: вопроси убо Бога, и увемы, аще благопоспешится путь наш, в оньже мы идем.
ତହୁଁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।”
6 И рече им жрец: идите с миром: пред Господем путь ваш, в оньже идете.
ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; “ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।”
7 И идоша пять мужие и приидоша в Лаис: и видеша людий живущих в нем, седящих со упованием по обычаю Сидонян, в тишине и надежде, и не бе устрашаяй, или посрамляяй словесе на земли, наследник истязуяй сокровища: зане далече бяху от Сидонян, и не имяху словесе с киим либо человеком.
ଏଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।
8 И приидоша пять мужей ко братии своей в Сараю и Есфаол и рекоша братии своей: что вы седите?
ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, “କି ବିଚାର?”
9 И реша: востаните, и взыдем на ня, зане видехом землю, и се, блага зело, и вы молчите: не обленитеся ити и внити еже наследити землю:
ତହିଁରେ ସେମାନେ କହିଲେ, “ଉଠ, ସେମାନଙ୍କ ବିରୁଦ୍ଧରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶ କରି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ।
10 и егда приидете, внидете в люди живущыя со упованием, а земля пространна: яко предаде ю Бог в руки вашя, место на немже несть скудости во всем еже на земли.
ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।”
11 И воздвигошася оттуду от племене Данова, от Сараи и Есфаола, шесть сот мужей препоясани во оружие ополчения,
ତହିଁରେ ସେଠାରୁ ଦାନୀୟ ଗୋଷ୍ଠୀର ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରାୟ ଓ ଇଷ୍ଟାୟୋଲରୁ ଯାତ୍ରା କଲେ।
12 и взыдоша и ополчишася в Кариафиариме во Иуде: сего ради наречеся место то полк Данов и до сего дне: се созади Кариафиарима.
ପୁଣି ସେମାନେ ଉଠିଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍-ଯିୟାରୀମ୍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍ର ଛାଉଣି) କହନ୍ତି; ଦେଖ, ତାହା କିରୀୟଥ୍-ଯିୟାରୀମ୍ର ପଛରେ ଅଛି।
13 И преидоша оттуду в гору Ефремлю и приидоша до дому Михина.
ଏଥିଉତ୍ତାରେ ସେମାନେ ସେଠାରୁ ଇଫ୍ରୟିମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ।
14 И отвещаша пять мужей ходившии соглядати землю Лаис и рекоша ко братии своей: разуместе ли, яко есть в дому сем ефуд и ферафин, и изваяно и слияно? И ныне уведите, что сотворите.
ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, “ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଦିତ ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କʼଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର।”
15 И уклонишася тамо и внидоша в дом юноши левитина, в дом Михин, и вопросиша его в мире.
ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳ ବାର୍ତ୍ତା ପଚାରିଲେ।
16 И шесть сот мужей препоясани во оружие ополчения своего, стояще у дверий вратных, иже от сынов Дановых.
ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ୱାର-ପ୍ରବେଶ ସ୍ଥାନରେ ଛିଡ଼ା ହୋଇ ରହିଲେ।
17 И взыдоша пять мужей ходивших соглядати землю: и вшедше тамо взяша изваяно, и ефуд и ферафин, и слияное: жрец же стояше у дверий вратных, и шесть сот мужей препоясани во оружие воинско:
ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଦିତ ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେସମୟରେ ଯାଜକ ଦ୍ୱାର-ପ୍ରବେଶ ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା।
18 и сии внидоша в дом Михин и взяша ефуд и ферафин, и слияно и изваяно. И рече к ним жрец: что вы творите?
ଆଉ ସେହି ଲୋକମାନେ ମୀଖା ଗୃହକୁ ଯାଇ ଖୋଦିତ ପ୍ରତିମା, ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଆଣନ୍ତେ, ଯାଜକ ସେମାନଙ୍କୁ କହିଲା, “ତୁମ୍ଭେମାନେ କଅଣ କରୁଅଛ?”
19 И реша ему: умолчи, положи руку твою на уста твоя и пойди с нами, и буди нам отец и жрец: еда уне есть тебе быти жерцу единаго мужа дому, нежели быти жерцу племени и дому и сонма Израилева?
ତହିଁରେ ସେମାନେ ତାହାକୁ କହିଲେ, “ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ?”
20 И возблажа сердце жреческо, и взя ефуд и ферафин, и изваяное и слияное, и вниде посреде людий.
ଏଥିରେ ଯାଜକର ମନ ଆନନ୍ଦିତ ହେଲା, ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଦିତ ପ୍ରତିମା ନେଇ ଲୋକମାନଙ୍କ ମଧ୍ୟରେ ଚାଲିଲା।
21 И возвратишася и отидоша, и пустиша пред собою чада и притяжание свое честное.
ଏଥିଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ।
22 Удалившымся же им от дому Михина, и се, Миха и мужие иже в жилищах, яже с домом Михиным быша, воззваша и постигоша сыны Дановы,
ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ।
23 и возопиша к сыном Дановым: и обратиша сынове Дановы лица своя и реша к Михе: что есть тебе, яко воззвал еси?
ପୁଣି ଦାନ୍-ସନ୍ତାନଗଣକୁ ଡାକ ପକାଇଲେ। ତହୁଁ ସେମାନେ ମୁଖ ଫେରାଇ ମୀଖାକୁ କହିଲେ, ତୁମ୍ଭର କଅଣ ହେଲା ଯେ, “ତୁମ୍ଭେ ଏପରି ଦଳବଦ୍ଧ ହୋଇ ଆସୁଅଛ?”
24 И рече Миха: яко изваяное мое, еже сотворих, взясте, и жерца, и поидосте: и что мне еще? И что сие глаголете мне: что вопиеши?
ତହିଁରେ ସେ କହିଲା, “ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି? ଆହୁରି କହୁଅଛ, ‘ତୁମ୍ଭର କଅଣ ହେଲା?’”
25 И рекоша ему сынове Дановы: да не услышится ныне глас твой вслед нас, да не востанут на вы мужие лютою душею, и положиши душу твою и душу дому твоего.
ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, “ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭକୁ ଆକ୍ରମଣ କରିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ।”
26 И идоша сынове Дановы в путь свой. И виде Миха, яко сильнейшии суть паче его, и возвратися в дом свой.
ଏଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି, ଆପଣା ଗୃହକୁ ଫେରିଗଲା।
27 И сынове Дановы взяша, елика сотвори Миха, и жерца, иже бяше у него, и приидоша в Лаис, к людем молчащым и уповающым надеждею, и избиша их острием меча, и град сожгоша огнем:
ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶ୍ରେ ସେହି ଶାନ୍ତ ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
28 и не бяше избавляяй, яко далече бяху от Сидонян, и словесе не бяше им с человеком: и сей (град бысть) во удолии Дому Роовля: и соградиша град и вселишася в нем,
ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବେଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା। ଏଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ।
29 и нарекоша граду имя Дан, во имя Дана отца своего, иже родися Израилю: и бяше прежде имя граду Лаис.
ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍ ଥିଲା।
30 И поставиша себе сынове Дановы изваяное: Ионафан же сын Гирсонь сын Манассиин, той и сынове его бяху жерцы племени Данову до дне преселения земли:
ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବା ଯାଏ ମୋଶାର ପୌତ୍ର, ଗେର୍ଶୋମର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ।
31 и поставиша себе изваяное, еже сотвори Миха, во вся дни, в няже бяше дом Божий в Силоме.
ଶୀଲୋରେ ପରମେଶ୍ୱରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ।