< Книга пророка Михея 1 >
1 Слово Господне, еже бысть ко Михею Морасфитину, во дни Иоафама и Ахаза и Езекии царей Иудиных, о нихже виде о Самарии и о Иерусалиме.
ଯିହୁଦା ଦେଶୀୟ ଯୋଥମ୍, ଆହସ୍ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।
2 Слышите, людие вси, словеса, и внемли, земле и вси иже на ней, и будет Господь Бог в вас в послушествование, Господь от дому святаго Своего.
ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।
3 Понеже, се, Господь исходит от места Своего, и снидет и наступит на высоты земныя,
କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଲାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।
4 и поколеблются горы под Ним, и юдоли растают яко воск от лица огня и яко вода сходящи со устремлением.
ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
5 Нечестия ради Иаковля вся сия и греха ради дому Израилева. Кое нечестие дому Иаковлю? Не Самариа ли? И кий грех дому Иудина? Не Иерусалим ли?
କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହି ସବୁ କି ଯିରୂଶାଲମ ନୁହେଁ?
6 И положу Самарию во овощное хранилище селное и в сад винограда, и развергу в пропасть камение ея, и основания ея открыю:
ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା।
7 и вся изваянная ея сокрушат, и вся мзды ея запалят огнем, и вся кумиры ея положу в пагубу: понеже от найма блуда собра и от найма блужения соврати.
ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ।
8 Сего ради возрыдает и восплачется, пойдет боса и нага, сотворит плачь аки змиев и рыдание аки дщерей сиринских:
ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ଉଲଙ୍ଗ ହୋଇ ଖାଲି ପାଦରେ ବୁଲିବା। ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ରପକ୍ଷୀ ପରି ଶୋକ କରିବା।
9 яко одержа язва ея, понеже прииде даже до Иуды и коснуся до врат людий моих даже до Иерусалима.
କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।
10 Уже в Гефе, не величайтеся, и Иенакимляне, не сограждайте из дому на посмеяние, перстию посыплите посмеяние ваше.
ଗାଥ୍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ।
11 Обитающая добре во градех своих, не изыде живущая в Сеннааре, плачитеся дому (сущаго) близ ея, приимет от вас язву болезней.
ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ।
12 Кто нача во благая вселившейся в болезнех, яко снидоша злая от Господа на врата Иерусалимля,
କାରଣ ମାରୋତ୍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।
13 шум колесниц и конников: живущая в Лахисе началница греха та есть дщери Сиони, яко в тебе обретошася нечестия Израилева.
ହେ ଲାଖୀଶ୍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା।
14 Сего ради даст посылаемыя даже до наследия Гефова, домы суетны, вотще быша царем Израилевым,
ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ;
15 дондеже наследники приведу тебе, живущая в Лахисе, наследие даже до Одоллама приидет, слава дщере Сиони.
ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ।
16 Оброснися и остризися по чадех своих младых: разшири оброснение твое яко орел, понеже пленени быша от тебе.
ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।