< 2 Mojzes 14 >
1 Gospod je spregovoril Mojzesu, rekoč:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 »Govori Izraelovim otrokom, da se obrnejo in se utaborijo pred Pi Hahirótom, med Migdólom in morjem, nasproti Báal Cefónu. Pred njim se boste utaborili ob morju.
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲ-ସଫୋନ ଆଗରେ, ଅର୍ଥାତ୍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର।
3 Kajti faraon bo o Izraelovih otrocih rekel: ›Zapletli so se v deželi, divjina jih je zaprla noter.‹
ତହିଁରେ ଫାରୋ ଇସ୍ରାଏଲ-ସନ୍ତାନଗଣ ବିଷୟରେ କହିବ, ‘ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।’
4 Jaz pa bom zakrknil faraonovo srce, da bo sledil za njimi in počaščen bom na faraonu in na vsej njegovi vojski, da bodo Egipčani lahko spoznali, da jaz sem Gospod.« In tako so storili.
ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।
5 Egiptovskemu kralju je bilo povedano, da je ljudstvo zbežalo. In srce faraona in njegovih služabnikov je bilo obrnjeno zoper ljudstvo in rekli so: »Zakaj smo storili to, da smo pustili Izraela oditi od služenja nam?«
ଏଥିଉତ୍ତାରେ ଲୋକମାନେ ପଳାଇଅଛନ୍ତି, ଏହି ସମ୍ବାଦ ମିସରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ?”
6 In pripravil je svoj bojni voz in s seboj vzel svoje ljudstvo.
ତହୁଁ ରାଜା ଆପଣା ରଥ ପ୍ରସ୍ତୁତ କରାଇଲେ ଓ ଆପଣା ଲୋକମାନଙ୍କୁ ସଙ୍ଗରେ ନେଲେ।
7 Vzel je šeststo izbranih bojnih voz in vse egiptovske bojne vozove in častnike nad vsakim izmed njih.
ପୁଣି, ଛଅ ଶହ ବଛା ରଥ ଓ ମିସରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।
8 Gospod je zakrknil srce faraonu, egiptovskemu kralju in ta je zasledoval Izraelove otroke. Izraelovi otroci pa so izšli z vzdignjeno roko.
ଆଉ ସଦାପ୍ରଭୁ ମିସରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଊର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।
9 Toda Egipčani so jih zasledovali, vsi faraonovi konji in bojni vozovi in njegovi konjeniki in njegova vojska in jih dohiteli ob morju, utaborjene poleg Pi Hahiróta, pred Báal Cefónom.
ତହୁଁ ମିସରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
10 Ko se je faraon približal, so Izraelovi otroci povzdignili svoje oči in glej, Egipčani so korakali za njimi in bili so boleče prestrašeni in Izraelovi otroci so zavpili h Gospodu.
ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ-ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍ ପଶ୍ଚାତ୍ ଆଗମନକାରୀ ମିସରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।
11 Mojzesu so rekli: »Ali si nas odpeljal proč, da umremo v divjini, ker ni bilo grobov v Egiptu? Zakaj si tako ravnal z nami, da si nas odvedel iz Egipta?
ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ?
12 Mar ni to beseda, ki smo ti jo povedali v Egiptu, rekoč: ›Pusti nas pri miru, da lahko služimo Egipčanom?‹ Kajti za nas bi bilo bolje, da služimo Egipčanom, kakor pa, da bi umrli v divjini.«
ଆମ୍ଭମାନଙ୍କୁ ରହିବାକୁ ଦିଅ, ‘ଆମ୍ଭେମାନେ ମିସରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?’”
13 Mojzes je ljudstvu rekel: »Ne bojte se, mirno stojte in glejte Gospodovo rešitev duš, ki vam jo bo danes pokazal, kajti Egipčane, ki ste jih videli danes, jih na veke ne boste več videli.
ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।
14 Gospod se bo boril za vas in vi boste ohranili svoj mir.«
ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।”
15 Gospod je rekel Mojzesu: »Zakaj vpiješ k meni? Govori Izraelovim otrokom, da gredo naprej.
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।
16 Toda ti vzdigni svojo palico in iztegni svojo roko nad morje in ga razdeli in Izraelovi otroci bodo šli po suhih tleh skozi sredo morja.
ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।
17 Glej, zakrknil bom srca Egipčanom in oni jim bodo sledili in jaz si bom pridobil čast nad faraonom in nad vso njegovo vojsko, nad njegovimi bojnimi vozovi in nad njegovimi konjeniki.
ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।
18 Egipčani bodo vedeli, da jaz sem Gospod, ko sem si pridobil čast nad faraonom, nad njegovimi bojnimi vozovi in nad njegovimi konjeniki.«
ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।”
19 Božji angel, ki je šel pred Izraelovim taborom, se je odstranil in odšel za njimi, in oblačni steber je odšel izpred njihovih obrazov in stal za njimi.
ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।
20 Prišel je med tabor Egipčanov in tabor Izraela. Njim je bil oblak in tema, toda le-tem je dajal svetlobo ponoči, tako da vso noč eni niso prišli blizu k drugim.
ସେହି ମେଘସ୍ତମ୍ଭ ମିସରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।
21 Mojzes je svojo roko iztegnil nad morje in Gospod je storil, da je morje vso tisto noč šlo nazaj z močnim vzhodnikom in naredilo morje kopno zemljo in vode so bile razdeljene.
ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।
22 In Izraelovi otroci so šli v sredo morja po suhih tleh in vode so jim bile zid na njihovi desnici in na njihovi levici.
ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।
23 Egipčani pa so jih zasledovali in šli noter za njimi v sredo morja, celo vsi faraonovi konji, njegovi bojni vozovi in njegovi konjeniki.
ଏଥିଉତ୍ତାରେ ମିସରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।
24 Pripetilo se je, da je ob jutranji straži Gospod skozi ognjen in oblačen steber pogledal na vojsko Egipčanov in prizadel vojsko Egipčanov.
ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।
25 Snemal je kolesa njihovim bojnim vozovom, da so jih težko vozili. Tako da so Egipčani rekli: »Zbežimo pred obličjem Izraela, kajti Gospod se bori zanje zoper Egipčane.«
ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”
26 Gospod je rekel Mojzesu: »Svojo roko iztegni nad morje, da lahko vode ponovno pridejo nad Egipčane, nad njihove bojne vozove in nad njihove konjenike.«
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।”
27 Mojzes je svojo roko iztegnil nad morje in ko se je prikazalo jutro, se je morje vrnilo k svoji moči in Egipčani so bežali proti le-temu; in Gospod je Egipčane porazil v sredi morja.
ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ।
28 Vode so se vrnile in pokrile bojne vozove, konjenike in vso faraonovo vojsko, ki je za njimi prišla v morje. Tam ni ostal niti eden izmed njih.
ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।
29 Toda Izraelovi otroci so hodili po suhi zemlji v sredi morja. Vode so jim bile zid na njihovi desnici in na njihovi levici.
ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।
30 Tako je Gospod tega dne rešil Izraela iz roke Egipčanov, in Izrael je videl Egipčane mrtve na morski obali.
ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।
31 Izrael je videl to veliko delo, ki ga je Gospod storil na Egipčanih, in ljudstvo se je balo Gospoda in verjelo Gospodu in njegovemu služabniku Mojzesu.
ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।