< Psalmi 13 >

1 Doklej me boš pozabljal, oh Gospod? Na veke? Doklej boš svoj obraz skrival pred menoj?
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ?
2 Doklej se bom posvetoval v svoji duši, imel vsak dan bridkost v svojem srcu? Doklej se bo moj sovražnik poviševal nad menoj?
ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ?
3 Preudari in poslušaj me, oh Gospod, moj Bog. Razsvetli moje oči, da ne zaspim spanja smrti,
ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;
4 da ne bi moj sovražnik rekel: »Prevladal sem proti njemu« in da se tisti, ki me mučijo, ne veselijo, ko sem omajan.
କେଜାଣି ମୋʼ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।
5 Toda jaz sem zaupal v tvoje usmiljenje; moje srce se bo veselilo v tvoji rešitvi duše.
ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
6 Prepeval bom Gospodu, ker je radodarno ravnal z menoj.
ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।

< Psalmi 13 >