< Isaías 7 >
1 Aconteció que en los días de Acaz, hijo de Joatán, hijo de Ocías, rey de Judá, subió Rasín, rey de Siria, con Facee, hijo de Romelías, rey de Israel, a Jerusalén, para hacer guerra contra ella, pero no pudo tomarla.
ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍ର ପୁତ୍ର ଆହସ୍ର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ।
2 Y dieron aviso a la casa de David, diciendo: “Acampó Siria en Efraím”; y tembló su corazón, y el corazón de su pueblo, como tiemblan los árboles de la selva agitados por el viento.
ଏଥିଉତ୍ତାରେ ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।
3 Entonces dijo Yahvé a Isaías: “Sal al encuentro de Acaz, tú y Schearyaschub, tu hijo, al extremo del acueducto de la piscina superior, en el camino del campo del batanero.
ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।
4 Y le dirás: “Ponte en guardia, quédate tranquilo; no temas ni se desaliente tu corazón, a causa de estos dos cabos de tizones humeantes; a causa de la ira ardiente de Rasín, de Siria y del hijo de Romelías.
ଓ ତାହାକୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।
5 Porque ha proyectado mal contra ti Siria, Efraím y el hijo de Romelías, diciendo:
କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,
6 “Subamos contra Judá, aterroricémoslo, apoderémonos de él y démosle por rey al hijo de Tabeel.”
ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍, ଟାବେଲର ପୁତ୍ରକୁ ସ୍ଥାପନ କରୁ।
7 Así dice Yahvé el Señor: “Esto no se llevará a cabo, ni se hará.
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ।
8 Porque cabeza de Siria es Damasco, y cabeza de Damasco, Rasín; faltan todavía sesenta y cinco años y Efraím será quebrantado, y dejará de ser pueblo.
କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
9 Y cabeza de Efraím es Samaria, y cabeza de Samaria, el hijo de Romelías. Si no creyereis, no subsistiréis.”
ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।’”
10 Volvió a hablar Yahvé a Acaz, diciendo:
ଏଥିଉତ୍ତାରେ ସଦାପ୍ରଭୁ ଆହସ୍କୁ ଆହୁରି କହିଲେ,
11 “Pide para ti una señal de parte de Yahvé tu Dios; en lo profundo del scheol, o arriba en lo alto.” (Sheol )
“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।” (Sheol )
12 Mas Acaz respondió: “No pediré, ni tentaré a Yahvé.”
ମାତ୍ର ଆହସ୍ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।”
13 Dijo entonces (el profeta): “Oíd, pues, casa de David: ¿acaso os es poca cosa molestar a los hombres, que molestáis también a mi Dios?
ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ?
14 Por tanto el Señor mismo os dará una señal: He aquí que la virgen concebirá y dará a luz un hijo, y le pondrá por nombre Emmanuel.
ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
15 Comerá leche cuajada y miel hasta que sepa repudiar el mal y elegir el bien.
ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ।
16 Porque antes que sepa el niño repudiar el mal y elegir el bien, será abandonada la tierra, ante cuyos dos reyes tú tienes miedo.
କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ।
17 Pero Yahvé hará venir sobre ti, sobre tu pueblo, y sobre la casa de tu padre, días cuales nunca han venido desde el día que Efraím se apartó de Judá; pues (hará venir) al rey de Asiria.”
ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ।”
18 En aquel día Yahvé atraerá con un silbido a la mosca que está en los cabos de los ríos de Egipto, y la abeja que está en la tierra de Asiria.
ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍ ଦେବେ।
19 Ellas vendrán y se posarán todas en los valles escarpados, en las hendiduras de las rocas, en todos los zarzales y en todos los matorrales.
ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକାସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ।
20 En aquel día rasurará el Señor por medio de una navaja alquilada del otro lado del río, a saber, por medio del rey de Asiria, la cabeza y el pelo de los pies; y arrancara también la barba.
ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।
21 En aquel día un hombre no criará más que una vaca y dos ovejas;
ସେହି ଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇଗୋଟି ମେଷ ପୋଷିଲେ,
22 y cuando le den abundancia de leche, comerá leche cuajada. Pues leche cuajada y miel comerán todos los que quedaren en el país.
ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦହି ଓ ମଧୁ ଖାଇବେ।
23 En aquel día sucederá que todo lugar en donde había mil vides, por valor de mil siclos, será convertido en zarzal y abrojos.
ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।
24 Por allá se andará con flechas y arco; pues el país entero será zarzal y espinas.
ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ।
25 Y todos los montes que (ahora) se labran con azada, quedarán abandonados por temor de las zarzas y espinas; serán para pasto de bueyes, y para ser hollados por ovejas.
ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ।