< 2 Crónicas 27 >
1 Jotam tenía veinticinco años cuando llegó a ser rey, y reinó por Jerusalén dieciséis años. Su madre se llamaba Jerusá, hija de Sadoc.
ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ଯେ ସାଦୋକର କନ୍ୟା ଥିଲେ।
2 Hizo lo que era correcto a los ojos de Jehová, como lo había hecho su padre Uzías, y no entró en el Templo de Jehová como lo había hecho su padre. Pero el pueblo seguía actuando de forma corrupta.
ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ। ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ।
3 Jotam reconstruyó la Puerta Superior del Templo del Señor e hizo grandes obras en la muralla de Ofel.
ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ।
4 Construyó ciudades en la región montañosa de Judá, y fortalezas y torres en las montañas y los bosques.
ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ।
5 Jotam luchó con el rey de los amonitas y los derrotó. Los amonitas le dieron cada año durante tres años cien talentos de plata, y diez mil coros de trigo y diez mil de cebada.
ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳନ୍ତ ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ। ଅମ୍ମୋନ-ସନ୍ତାନଗଣ ଦ୍ୱିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ।
6 Jotam se hizo poderoso porque se aseguró de que lo que hacía seguía los caminos del Señor, su Dios.
ଏହିରୂପେ ଯୋଥମ୍ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରାନ୍ତ ହେଲେ।
7 El resto de lo que hizo Jotam, sus guerras y otros sucesos, fueron escritos en el Libro de los Reyes de Israel y Judá.
ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।
8 Tenía veinticinco años cuando llegó a ser rey, y reinó en Jerusalén durante dieciséis años.
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ।
9 Jotam murió y fue enterrado en la Ciudad de David. Su hijo Acaz tomó el relevo como rey.
ପୁଣି, ଯୋଥମ୍ଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ।