< 2 Reyes 25 >
1 En el noveno año de su reinado, en el décimo mes, a los diez días del mes, vino Nabucodonosor, rey de Babilonia, él y todo su ejército, contra Jerusalén, y acampó contra ella; y construyeron contra ella fortalezas alrededor.
ଏଥିଉତ୍ତାରେ ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
2 Así estuvo sitiada la ciudad hasta el undécimo año del rey Sedequías.
ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।
3 En el noveno día del cuarto mes, la hambruna fue severa en la ciudad, de modo que no hubo pan para el pueblo de la tierra.
ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।
4 Entonces se abrió una brecha en la ciudad, y todos los hombres de guerra huyeron de noche por el camino de la puerta entre las dos murallas, que estaba junto al jardín del rey (ahora los caldeos estaban contra la ciudad alrededor); y el rey se fue por el camino del Arabá.
ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ।
5 Pero el ejército caldeo persiguió al rey y lo alcanzó en las llanuras de Jericó, y todo su ejército se dispersó de él.
ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।
6 Entonces capturaron al rey y lo llevaron al rey de Babilonia, a Ribla, y lo juzgaron.
ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ।
7 Mataron a los hijos de Sedequías ante sus ojos, luego le sacaron los ojos, lo ataron con grilletes y lo llevaron a Babilonia.
ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।
8 En el mes quinto, a los siete días del mes, que era el año decimonoveno del rey Nabucodonosor, rey de Babilonia, llegó a Jerusalén Nabuzaradán, capitán de la guardia, siervo del rey de Babilonia.
ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।
9 Quemó la casa de Yahvé, la casa del rey y todas las casas de Jerusalén. Quemó con fuego todas las casas grandes.
ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
10 Todo el ejército de los caldeos, que estaba con el capitán de la guardia, derribó los muros alrededor de Jerusalén.
ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।
11 Nabuzaradán, el capitán de la guardia, se llevó cautivo al resto del pueblo que había quedado en la ciudad y a los que habían desertado al rey de Babilonia; todo el resto de la multitud.
ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
12 Pero el capitán de la guardia dejó a algunos de los más pobres de la tierra para que trabajaran las viñas y los campos.
ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।
13 Los caldeos rompieron las columnas de bronce que había en la casa de Yahvé, así como las bases y el mar de bronce que había en la casa de Yahvé, y llevaron los pedazos de bronce a Babilonia.
ଆହୁରି କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ।
14 Se llevaron las ollas, las palas, los apagadores, las cucharas y todos los recipientes de bronce con los que servían.
ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
15 El capitán de la guardia se llevó las sartenes para el fuego, las palanganas, lo que era de oro, por oro, y lo que era de plata, por plata.
ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।
16 Los dos pilares, el único mar y las bases, que Salomón había hecho para la casa de Yahvé, el bronce de todos estos recipientes no se pesaba.
ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
17 La altura de la única columna era de dieciocho codos, y sobre ella había un capitel de bronce. La altura del capitel era de tres codos, con red y granadas en el capitel alrededor, todo de bronce; y la segunda columna con su red era como éstas.
ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା।
18 El capitán de la guardia tomó a Seraías, el sumo sacerdote, a Sofonías, el segundo sacerdote, y a los tres guardianes del umbral;
ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍ ପ୍ରଧାନ ଯାଜକ ସରାୟଙ୍କୁ ଓ ଦ୍ୱିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ୱାରପାଳଙ୍କୁ ଧରିଲା।
19 y de la ciudad tomó a un oficial que estaba al frente de los hombres de guerra, y a cinco hombres de los que habían visto la cara del rey, que se encontraban en la ciudad, y al escriba, al capitán del ejército que reunía al pueblo del país, y a sesenta hombres del pueblo del país que se encontraban en la ciudad.
ଆଉ ନବୂଷରଦନ୍ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକୁ ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା।
20 Nabuzaradán, capitán de la guardia, los tomó y los llevó al rey de Babilonia, a Ribla.
ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲା।
21 El rey de Babilonia los atacó y los mató en Ribla, en la tierra de Hamat. Y Judá fue llevado cautivo fuera de su tierra.
ତହିଁରେ ବାବିଲ ରାଜା ହମାତ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।
22 En cuanto al pueblo que había quedado en la tierra de Judá y que Nabucodonosor, rey de Babilonia, había dejado como gobernador a Gedalías, hijo de Ajicam, hijo de Safán.
ଆଉ ବାବିଲ ରାଜା ନବୂଖଦ୍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍ର ପୌତ୍ର ଅହୀକାମର ପୁତ୍ର ଗଦଲୀୟଙ୍କୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।
23 Cuando todos los capitanes de las fuerzas, ellos y sus hombres, oyeron que el rey de Babilonia había nombrado gobernador a Gedalías, vinieron a Gedalías a Mizpa, Ismael hijo de Netanías, Johanán hijo de Carea, Seraías hijo de Tanhumet el netofita, y Jaazanías hijo del maacateo, ellos y sus hombres.
ଏଥିଉତ୍ତାରେ ବାବିଲ ରାଜା ଗଦଲୀୟଙ୍କୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ନଟୋଫାତୀୟ ତନ୍ହୂମତର ପୁତ୍ର ସରାୟ ଓ ମାଖାଥୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟଙ୍କ ନିକଟକୁ ଆସିଲେ।
24 Gedalías les juró a ellos y a sus hombres, y les dijo: “No teman por los siervos de los caldeos. Moren en la tierra y sirvan al rey de Babilonia, y les irá bien”.
ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, “କଲ୍ଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ହୁଅ ନାହିଁ; ଦେଶରେ ବାସ କରି ବାବିଲ ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।”
25 Pero en el séptimo mes vino Ismael, hijo de Netanías, hijo de Elisama, de la estirpe real, y diez hombres con él, e hirieron a Gedalías de tal manera que murió, con los judíos y los caldeos que estaban con él en Mizpa.
ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟଙ୍କୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲ୍ଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।
26 Todo el pueblo, tanto el pequeño como el grande, y los capitanes de las fuerzas se levantaron y fueron a Egipto, porque tenían miedo de los caldeos.
ଏଥିଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍ଦୀୟମାନଙ୍କ ଲାଗି ଭୀତ ହେଲେ।
27 En el año treinta y siete del cautiverio de Joaquín, rey de Judá, en el mes duodécimo, a los veintisiete días del mes, Evilmerodac, rey de Babilonia, en el año en que comenzó a reinar, liberó a Joaquín, rey de Judá, de la prisión,
ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍-ମରୋଦକ୍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।
28 y le habló amablemente y puso su trono por encima del trono de los reyes que estaban con él en Babilonia,
ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା।
29 y le cambió sus ropas de prisión. Joaquín comió pan delante de él continuamente todos los días de su vida;
ଆଉ, ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲେ।
30 y para su manutención, se le dio continuamente una ración de parte del rey, cada día una porción, todos los días de su vida.
ପୁଣି, ତାଙ୍କର ଦିନାତିପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲେ।