< San Lucas 24 >

1 Pero el primer día de la semana, al amanecer, llegaron al sepulcro con otras personas, trayendo las especias que habían preparado.
ଆଉ ବିଶ୍ରାମବାର ଦିନରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି-ସ୍ଥାନ ନିକଟକୁ ଗଲେ।
2 Encontraron la piedra removida del sepulcro.
ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,
3 Entraron y no encontraron el cuerpo del Señor Jesús.
କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ।
4 Mientras estaban muy desconcertadas por esto, he aquí que se les presentaron dos hombres con ropas deslumbrantes.
ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
5 Aterrados, bajaron el rostro a la tierra. Los hombres les dijeron: “¿Por qué buscáis al vivo entre los muertos?
ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଛ?
6 No está aquí, sino que ha resucitado. ¿Recordáis lo que os dijo cuando aún estaba en Galilea,
ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,”
7 diciendo que el Hijo del Hombre debía ser entregado en manos de hombres pecadores y ser crucificado, y al tercer día resucitar?”
ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର।
8 Se acordaron de sus palabras,
ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,
9 volvieron del sepulcro y contaron todas estas cosas a los once y a todos los demás.
ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଶିଷ୍ୟମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ବାଦ ଦେଲେ।
10 Eran María Magdalena, Juana y María la madre de Santiago. Las otras mujeres que estaban con ellas contaron estas cosas a los apóstoles.
ଏମାନେ ମଗ୍‌ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ।
11 Estas palabras les parecieron una tontería, y no las creyeron.
ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।
12 Pero Pedro se levantó y corrió al sepulcro. Al agacharse y mirar dentro, vio las tiras de lino tendidas por sí solas, y se marchó a su casa, preguntándose qué había pasado.
[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।]
13 He aquí que dos de ellos iban aquel mismo día a una aldea llamada Emaús, que estaba a sesenta estadios de Jerusalén.
ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ
14 Hablaban entre sí de todas estas cosas que habían sucedido.
ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ।
15 Mientras hablaban y preguntaban juntos, el mismo Jesús se acercó y fue con ellos.
ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;
16 Pero los ojos de ellos no le reconocían.
କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ।
17 Él les dijo: “¿De qué habláis mientras camináis y estáis tristes?”
ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କଅଣ?” ସେଥିରେ ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇ ରହିଲେ।
18 Uno de ellos, llamado Cleofás, le respondió: “¿Eres tú el único forastero en Jerusalén que no sabe las cosas que han sucedido allí en estos días?”
ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ?
19 Les dijo: “¿Qué cosas?” Le dijeron: “Lo que se refiere a Jesús el Nazareno, que fue un profeta poderoso en obra y en palabra ante Dios y ante todo el pueblo;
ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
20 y cómo los jefes de los sacerdotes y nuestros gobernantes lo entregaron para que fuera condenado a muerte, y lo crucificaron.
ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ।
21 Pero nosotros esperábamos que fuera él quien redimiera a Israel. Sí, y además de todo esto, ya es el tercer día desde que sucedieron estas cosas.
କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା।
22 También nos sorprendieron algunas mujeres de nuestra compañía, que llegaron temprano al sepulcro;
ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ
23 y al no encontrar su cuerpo, vinieron diciendo que también habían visto una visión de ángeles, que decían que estaba vivo.
ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି।
24 Algunos de nosotros fueron al sepulcro y lo encontraron tal como habían dicho las mujeres, pero no lo vieron.”
ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ।
25 Les dijo: “¡Pueblo necio y lento de corazón para creer en todo lo que han dicho los profetas!
ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,
26 ¿No tenía el Cristo que sufrir estas cosas y entrar en su gloria?”
ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?”
27 Empezando por Moisés y por todos los profetas, les explicó en todas las Escrituras lo que se refería a él.
ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।
28 Se acercaron a la aldea a la que se dirigían, y él actuó como si fuera a ir más lejos.
ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ।
29 Le instaron, diciendo: “Quédate con nosotros, porque ya está anocheciendo y el día está por terminar”. Entró para quedarse con ellos.
କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ।
30 Cuando se sentó a la mesa con ellos, tomó el pan y dio gracias. Lo partió y se lo dio.
ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ।
31 Se les abrieron los ojos y le reconocieron; luego desapareció de su vista.
ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ।
32 Se decían unos a otros: “¿No ardía nuestro corazón mientras nos hablaba por el camino y nos abría las Escrituras?”
ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?
33 Se levantaron en aquella misma hora, volvieron a Jerusalén y encontraron reunidos a los once y a los que estaban con ellos,
ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମ ସହରକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶ ଶିଷ୍ୟମାନଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;
34 diciendo: “¡El Señor ha resucitado realmente y se ha aparecido a Simón!”
ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି।
35 Contaron las cosas que habían sucedido en el camino, y cómo fue reconocido por ellos al partir el pan.
ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ।
36 Mientras decían estas cosas, Jesús mismo se puso en medio de ellos y les dijo: “La paz sea con vosotros”.
କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।”
37 Pero ellos se aterraron y se llenaron de miedo, y supusieron que habían visto un espíritu.
ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ।
38 Les dijo: “¿Por qué estáis turbados? ¿Por qué surgen dudas en vuestros corazones?
ସେଥିରେ ସେ ସେମାନଙ୍କୁ କହିଲେ, “କାହିଁକି ଉଦ୍‌ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି?
39 Ved mis manos y mis pies, que en verdad soy yo. Tóquenme y vean, porque un espíritu no tiene carne ni huesos, como ven que yo tengo”.
ଏ ଯେ ସ୍ୱୟଂ ମୁଁ, ମୋହର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ।”
40 Cuando hubo dicho esto, les mostró sus manos y sus pies.
[ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ।]
41 Mientras ellos todavía no creían de alegría y se preguntaban, les dijo: “¿Tenéis aquí algo de comer?”
ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, “ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ ଖାଦ୍ୟ ଅଛି?”
42 Le dieron un trozo de pescado asado y un panal de miel.
ସେଥିରେ ସେମାନେ ତାହାଙ୍କୁ ଖଣ୍ଡେ ଭଜା ମାଛ ଦେଲେ।
43 Él los tomó y comió delante de ellos.
ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତରେ ଭୋଜନ କଲେ।
44 Les dijo: “Esto es lo que os dije mientras estaba con vosotros, que era necesario que se cumpliera todo lo que está escrito en la ley de Moisés, en los profetas y en los salmos acerca de mí.”
ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।”
45 Entonces les abrió el entendimiento para que comprendieran las Escrituras.
ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ;
46 Les dijo: “Así está escrito, y así fue necesario que el Cristo padeciera y resucitara de entre los muertos al tercer día,
ଆଉ ସେମାନଙ୍କୁ କହିଲେ, “ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,
47 y que se predicara en su nombre el arrepentimiento y la remisión de los pecados a todas las naciones, empezando por Jerusalén.
ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
48 Vosotros sois testigos de estas cosas.
ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ
49 He aquí que yo envío sobre vosotros la promesa de mi Padre. Pero esperad en la ciudad de Jerusalén hasta que seáis revestidos del poder de lo alto”.
ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।”
50 Los condujo hasta Betania, y alzando las manos los bendijo.
ତତ୍ପରେ ସେ ସେମାନଙ୍କୁ ବେଥନୀୟାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ।
51 Mientras los bendecía, se apartó de ellos y fue llevado al cielo.
ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।
52 Ellos le adoraron y volvieron a Jerusalén con gran alegría,
ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମ ସହରକୁ ବାହୁଡ଼ିଗଲେ,
53 y estaban continuamente en el templo, alabando y bendiciendo a Dios. Amén.
ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ବରଙ୍କ ସ୍ତବ କରିବାକୁ ଲାଗିଲେ।

< San Lucas 24 >