< Salmos 39 >
1 Para el músico jefe. Para Jeduthun. Un salmo de David. Dije: “Vigilaré mis caminos, para no pecar con mi lengua. Guardaré mi boca con una brida mientras el malvado esté ante mí”.
ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ୍ ପାଇଁ ଦାଉଦଙ୍କର ଗୀତ। ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।”
2 Me quedé mudo de silencio. Me callé, incluso de buenas. Mi pena se agitó.
ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା;
3 Mi corazón estaba caliente dentro de mí. Mientras meditaba, el fuego ardía. Hablé con la lengua:
ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି;
4 “Yahvé, muéstrame mi fin, cuál es la medida de mis días. Hazme saber lo frágil que soy.
“ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ।
5 He aquí que has hecho que mis días sean anchos de mano. Mi vida es como nada ante ti. Ciertamente cada hombre es como un aliento”. (Selah)
ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। (ସେଲା)
6 “Ciertamente, todo hombre camina como una sombra. Seguramente se ocupan en vano. Amontona, y no sabe quién recogerá.
ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।
7 Ahora, Señor, ¿qué espero? Mi esperanza está en ti.
ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି।
8 Líbrame de todas mis transgresiones. No me hagas el reproche de los tontos.
ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ।
9 Me quedé mudo. No abrí la boca, porque tú lo hiciste.
ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।
10 Aleja de mí tu azote. Estoy vencido por el golpe de tu mano.
ମୋʼ ଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି।
11 Cuando reprendes y corriges al hombre por su iniquidad, consumes su riqueza como una polilla. Ciertamente, todo hombre no es más que un soplo”. (Selah)
ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। (ସେଲା)
12 “Escucha mi oración, Yahvé, y presta atención a mi clamor. No te calles ante mis lágrimas. Porque soy un extraño con vosotros, un extranjero, como lo fueron todos mis padres.
ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।
13 Oh, perdóname, para que recupere las fuerzas, antes de que me vaya y no exista más”.
ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋʼ ଠାରୁ ଦୃଷ୍ଟି ଫେରାଅ।”