< Hechos 21 >

1 Llegó el momento y nos separamos de los hermanos. Zarpamos con rumbo directo a Cos. Al día siguiente zarpamos hacia Rodas, y de allí a Pátara.
ସେମାନଙ୍କଠାରୁ ବିଦାୟ ନେଇ ଆମ୍ଭେମାନେ ଜାହାଜରେ ଚଢ଼ି ସିଧା ବାଟରେ କୋସ୍‌ ଦ୍ବୀପକୁ ଆସିଲୁ, ପରଦିନ ରୋଦା ଦ୍ବୀପକୁ, ପୁଣି, ସେ ସ୍ଥାନରୁ ପାତାରା ସହରକୁ ଆସିଲୁ।
2 Encontramos un barco que cruzaba hacia Fenicia en el cual embarcamos y zarpamos.
ସେଠାରେ ଆମ୍ଭେମାନେ ଫୈନୀକିଆକୁ ପାର ହୋଇ ଯାଉଥିବା ଗୋଟିଏ ଜାହାଜ ପାଇ ସେଥିରେ ଚଢ଼ି ଯାତ୍ରା କଲୁ।
3 Dejamos a Chipre a lado izquierdo, navegamos hacia Siria y arribamos a Tiro, porque el barco iba a descargar la mercancía allí.
ପରେ ସାଇପ୍ରସ୍ ଦ୍ୱୀପ ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟା ଅଞ୍ଚଳକୁ ଯାତ୍ରା କରି ସୋର ସହରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା।
4 Hallamos a los discípulos, quienes por el Espíritu decían a Pablo que no subiera a Jerusalén. Permanecimos allí siete días.
ସେଠାରେ ଶିଷ୍ୟମାନଙ୍କୁ ଖୋଜି, ସେମାନଙ୍କ ସାକ୍ଷାତ ପାଇ ସାତ ଦିନ ରହିଲୁ; ପୁଣି, ଯେପରି ପାଉଲ ଯିରୂଶାଲମ ସହରରେ ପଦାର୍ପଣ ନ କରନ୍ତି, ଏଥିପାଇଁ ସେମାନେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ କହିଲେ।
5 Después salimos hasta a fuera de la ciudad, acompañados por todos, con las esposas y los hijos. En la playa doblamos las rodillas y hablamos con Dios.
ଆମ୍ଭେମାନେ ସାତ ଦିନ ରହିଲା ଉତ୍ତାରେ, ସେହି ସ୍ଥାନରୁ ଯାତ୍ରା କଲୁ, ପୁଣି, ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ଆମ୍ଭମାନଙ୍କୁ ନଗରର ବାହାର ପର୍ଯ୍ୟନ୍ତ ଛାଡ଼ିବା ନିମନ୍ତେ ଆସିଲେ,
6 Nos despedimos y entramos al barco. Ellos regresaron a sus hogares.
ଆଉ ଆମ୍ଭେମାନେ ସମୁଦ୍ରକୂଳରେ ଆଣ୍ଠୁପାତି ପ୍ରାର୍ଥନା କଲୁ, ପୁଣି, ପରସ୍ପରଠାରୁ ବିଦାୟ ନେଲୁ; ପରେ ଆମ୍ଭେମାନେ ଜାହାଜରେ ଚଢ଼ିଲୁ, ଆଉ ସେମାନେ ଘରକୁ ବାହୁଡ଼ିଗଲେ।
7 Completamos la navegación de Tiro a Tolemaida, donde saludamos a los hermanos y nos quedamos un día con ellos.
ସୋରରୁ ଆମ୍ଭେମାନେ ଜଳଯାତ୍ରା ଶେଷ କରି ତଲିମାଇ ପ୍ରଦେଶରେ ପହଞ୍ଚିଥିଲୁ ଓ ଭାଇମାନଙ୍କୁ ନମସ୍କାର କରି, ଗୋଟିଏ ଦିନ ସେମାନଙ୍କ ସହିତ ରହିଲୁ।
8 Al día siguiente seguimos a Cesarea, y nos hospedamos en casa de Felipe el evangelista, uno de los siete diáconos.
ପରଦିନ ଆମ୍ଭେମାନେ କାଇସରିୟାକୁ ପ୍ରସ୍ଥାନ କଲୁ। ଆଉ ସାତ ଜଣଙ୍କ ମଧ୍ୟରେ ଅନ୍ତର୍ଗତ, ସୁସମାଚାର ପ୍ରଚାରକ ଫିଲିପ୍ପଙ୍କ ଗୃହରେ ପ୍ରବେଶ କରି ତାହାଙ୍କ ସାଙ୍ଗରେ ରହିଲୁ।
9 Felipe tenía cuatro hijas vírgenes que profetizaban.
ତାହାଙ୍କର ଚାରି ଜଣ କୁମାରୀ କନ୍ୟା, ଭାବବାଦିନୀ ଥିଲେ।
10 Permanecimos allí muchos días. Un profeta llamado Agabo bajó de Judea,
ଆମ୍ଭେମାନେ ସେହି ସ୍ଥାନରେ ଅନେକ ଦିନ ରହିଲା ପରେ ଆଗାବ ନାମକ ଜଣେ ଭାବବାଦୀ ଯିହୂଦିୟା ପ୍ରଦେଶରୁ ଆସିଲେ।
11 quien acudió a nosotros. Tomó el cinturón de Pablo, se ató los pies y las manos y dijo: El Espíritu Santo dice esto: Así los judíos atarán al dueño de este cinturón y lo entregarán en manos de gentiles en Jerusalén.
ସେ ପାଉଲଙ୍କ କଟି ବନ୍ଧନ ଘେନି ଆପଣା ହସ୍ତପାଦ ବନ୍ଧନ କରି ସେ ଆମ୍ଭମାନଙ୍କ ନିକଟକୁ ଆସି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କୁ ଯିରୂଶାଲମ ନିବାସୀ ଯିହୁଦୀମାନେ ଏହିପରି ବାନ୍ଧି ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ।
12 Cuando oímos esto, nosotros y los residentes le rogamos que no subiera a Jerusalén.
ଏହି ସମସ୍ତ କଥା ଶୁଣି ଆମ୍ଭେମାନେ ଓ ସେହି ସ୍ଥାନର ଲୋକମାନେ ତାହାଙ୍କୁ ଯିରୂଶାଲମ ସହରକୁ ନ ଯିବା ପାଇଁ ବିନତି କଲୁ।
13 Entonces Pablo respondió: ¿Por qué lloran y quebrantan mi corazón? Pues no solo estoy dispuesto a ser atado, sino también a morir en Jerusalén por el Nombre de Cristo Jesús.
ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କଅଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମ ସହରରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।
14 Como no pudimos convencerlo, dijimos: ¡Que se haga la voluntad del Señor!
ସେ ନ ମାନିବାରୁ ଆମ୍ଭେମାନେ କ୍ଷାନ୍ତ ହୋଇ କହିଲୁ, ପ୍ରଭୁଙ୍କର ଇଚ୍ଛା ସଫଳ ହେଉ।
15 Después de estos días, hicimos preparativos y subimos a Jerusalén.
ଆମ୍ଭେମାନେ ଏହି ସମସ୍ତ ଦିନ ଉତ୍ତାରେ ଜିନିଷପତ୍ର ନେଇ ଯିରୂଶାଲମ ସହରକୁ ଯାତ୍ରା କଲୁ।
16 Nos acompañaron algunos discípulos de Cesarea entre quienes estaba Masón, antiguo discípulo chipriota, en cuya casa íbamos a hospedarnos.
ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ ସାଇପ୍ରସ୍‍ର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ, ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା।
17 Cuando llegamos a Jerusalén, los hermanos nos recibieron con gozo.
ଆମ୍ଭେମାନେ ଯିରୂଶାଲମ ସହରରେ ପହଞ୍ଚନ୍ତେ ଆମ୍ଭମାନଙ୍କୁ ବିଶ୍ୱାସୀ ଭାଇମାନେ ଆନନ୍ଦରେ ଗ୍ରହଣ କଲେ।
18 El día siguiente, fuimos con Pablo para saludar a Jacobo, y se reunieron todos los ancianos.
ତହିଁ ଆରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସେ ସ୍ଥାନରେ ସମସ୍ତ ପ୍ରାଚୀନ ଉପସ୍ଥିତ ହେଲେ।
19 Allí les describió una por una las cosas que Dios hizo entre los gentiles por medio de su ministerio.
ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ବର ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହିସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।
20 Cuando oyeron glorificaban a Dios y le dijeron: Mira, hermano, cuántos millares de los que creyeron son judíos. Todos son celosos de la Ley.
ସେମାନେ ତାହା ଶୁଣି ଈଶ୍ବରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୁଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍‌ଯୋଗୀ।
21 Se les informó con respecto a ti, que enseñas a los judíos que están entre los gentiles a apostatar de Moisés, pues les dices que no circunciden a sus hijos, ni practiquen las tradiciones judías.
ପୁଣି, ଅଣଯିହୁଦୀମାନଙ୍କ ମଧ୍ୟରେ ବାସକାରୀ ସମସ୍ତ ଯିହୁଦୀଙ୍କ ନିଜ ନିଜ ଶିଶୁମାନଙ୍କୁ ସୁନ୍ନତ ନ କରିବାକୁ ଓ ବିଧିବିଧାନ ଅନୁସାରେ ନ ଚଳିବାକୁ କହି, ମୋଶାଙ୍କ ବ୍ୟବସ୍ଥା ପରିତ୍ୟାଗ କରିବା ନିମନ୍ତେ ତୁମ୍ଭେ ଯେ ସେମାନଙ୍କୁ ଶିକ୍ଷା ଦେଇଥାଅ, ତୁମ୍ଭ ବିଷୟରେ ଏହି ସମ୍ବାଦ ସେମାନେ ପାଇଅଛନ୍ତି।
22 ¿Esto es cierto? Sin duda oirán que llegaste.
ତେବେ କଅଣ କରାଯାଏ? ତୁମ୍ଭେ ଆସିଅଛ ବୋଲି ସେମାନେ ଅବଶ୍ୟ ଶୁଣିବେ।
23 Haz, pues, esto que te decimos: Tenemos cuatro varones que tienen un voto sobre ellos mismos.
ଏଣୁ ଆମ୍ଭେମାନେ ତୁମ୍ଭଙ୍କୁ ଯାହା କହୁଅଛୁ, ତାହା କର। ଆମ୍ଭମାନଙ୍କ ପାଖରେ ଚାରି ଜଣ ଲୋକ ଅଛନ୍ତି, ସେମାନେ ଗୋଟିଏ ବ୍ରତ ନେଇଅଛନ୍ତି;
24 Toma a estos, purifícate con ellos, y gasta en ellos para que se rasuren la cabeza. Entenderán todos que nada hay de lo que se les informó con respecto a ti, sino que tú también guardas la Ley.
ସେମାନଙ୍କୁ ନେଇ ସେମାନଙ୍କ ସହିତ ଆପଣାକୁ ଶୁଚି କର, ଆଉ ସେମାନଙ୍କ ମସ୍ତକ ମୁଣ୍ଡନର ବ୍ୟୟ ଭାର ବହନ କର, ତାହାହେଲେ ସେମାନେ ତୁମ୍ଭ ବିଷୟରେ ଯେଉଁ ସବୁ ସମ୍ବାଦ ପାଇଅଛନ୍ତି, ସେଥିରେ ଯେ କିଛି ସତ୍ୟ ନାହିଁ, ବରଂ ତୁମ୍ଭେ ଯେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରି ଆଚରଣ କରୁଅଛ, ଏହା ସମସ୍ତେ ଜାଣିବେ।
25 En cuanto a los gentiles que han creído, decidimos escribirles que se abstengan de comer lo sacrificado a ídolos, de sangre, de lo estrangulado y también de inmoralidad sexual.
କିନ୍ତୁ ଯେଉଁ ଅଣଯିହୁଦୀମାନେ ବିଶ୍ୱାସ କରିଅଛନ୍ତି, ସେମାନଙ୍କ ସମ୍ବନ୍ଧରେ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ଜିନିଷ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଆଉ ଯୌନକ୍ରିୟାଠାରୁ ନିଜ ନିଜକୁ ଦୂରେଇ ରଖିବା ଯେ ଉଚିତ, ଆମ୍ଭେମାନେ ଏହା ବିଚାର କରି ଲେଖିଅଛୁ।
26 Entonces Pablo se purificó con ellos y al día siguiente entró en el Templo para informar sobre el cumplimiento de los días de la purificación, hasta cuando fuera ofrecida la ofrenda por cada uno de ellos.
ପାଉଲ ସେଥିରେ ସେହି ଲୋକମାନଙ୍କୁ ନେଇ ପରଦିନ ସେମାନଙ୍କ ସହିତ ଆପଣାକୁ ଶୁଚି କରି ମନ୍ଦିର ଭିତରେ ପ୍ରବେଶ କଲେ, ପୁଣି, ସେମାନଙ୍କ ପ୍ରତ୍ୟେକଙ୍କ ନିମନ୍ତେ ନୈବେଦ୍ୟ ଉତ୍ସର୍ଗ ହେବା ପର୍ଯ୍ୟନ୍ତ ଶୌଚକର୍ମରେ କେତେ ଦିନ ଲାଗିବ, ତାହା ଜଣାଇ ଦେଲେ।
27 Pero cuando iban a cumplirse los siete días, los judíos de Asia lo vieron en el Templo y alborotaron a todo el pueblo. Lo atraparon
ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୁଅନ୍ତେ, ଏସିଆର ଯିହୁଦୀମାନେ ମନ୍ଦିରରେ ତାହାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି, ତାହାଙ୍କୁ ଧରି ଚିତ୍କାର କରିବାକୁ ଲାଗିଲେ,
28 y gritaban: ¡Varones israelitas, ayuden! ¡Éste es el hombre que enseña a todos en todas partes contra el pueblo, la Ley y este Lugar! Además, introdujo a unos griegos en el Templo y profanó este santo Lugar.
ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍‍ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି।
29 [Dijeron esto] porque lo habían visto en la ciudad con Trófimo el efesio, y pensaban que Pablo lo introdujo en el Templo.
କାରଣ ପୂର୍ବେ ସେମାନେ ନଗର ମଧ୍ୟରେ ପାଉଲଙ୍କ ସାଙ୍ଗରେ ଏଫିସବାସୀ ତ୍ରଫିମଙ୍କୁ ଦେଖିଥିଲେ, ଆଉ ପାଉଲ ହିଁ ତାହାଙ୍କୁ ମନ୍ଦିର ଭିତରକୁ ଆଣିଥିବେ ବୋଲି ଅନୁମାନ କରୁଥିଲେ।
30 Así se alborotó la ciudad. El pueblo se agolpó, se apoderaron de Pablo y lo arrastraron fuera del Templo. De inmediato sus puertas fueron cerradas.
ଏଥିରେ ନଗରସାରା ଚହଳ ପଡ଼ିଗଲା, ଲୋକମାନେ ଏକାଠି ଦୌଡ଼ିଲେ, ପୁଣି, ସେମାନେ ପାଉଲଙ୍କୁ ଧରି ମନ୍ଦିର ବାହାରକୁ ଟାଣି ଆଣିଲେ; ଆଉ ସେହିକ୍ଷଣି ଦ୍ୱାରସବୁ ବନ୍ଦ କରାଗଲା।
31 Mientras procuraban matarlo, informaron al comandante del batallón: Toda Jerusalén está alborotada.
ପୁଣି, ତାହାଙ୍କୁ ସେମାନେ ମାରିପକାଇବା ପାଇଁ ଚେଷ୍ଟା କରନ୍ତେ ସମସ୍ତ ଯିରୂଶାଲମ ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଅଛି ବୋଲି ସୈନ୍ୟଦଳର ସହସ୍ର-ସେନାପତିଙ୍କ ନିକଟକୁ ସମ୍ବାଦ ଆସିଲା।
32 De inmediato éste tomó soldados y centuriones y corrió hacia ellos. Cuando vieron al comandante y a los soldados, dejaron de golpear a Pablo.
ଏଥିରେ ସେ ସେହିକ୍ଷଣି ସୈନ୍ୟ ଓ ଶତ-ସେନାପତିମାନଙ୍କୁ ନେଇ ସେମାନଙ୍କ ନିକଟକୁ ଦୌଡ଼ିଗଲେ। ସେମାନେ ସହସ୍ର-ସେନାପତି ଓ ସୈନ୍ୟମାନଙ୍କୁ ଦେଖି ପାଉଲଙ୍କୁ ପ୍ରହାର କରିବା ବନ୍ଦ କଲେ।
33 El comandante lo arrestó y mandó atarlo con dos cadenas. Le preguntaba quién era y qué había hecho.
ସେତେବେଳେ ସହସ୍ର-ସେନାପତି ପାଖକୁ ଆସି ତାହାଙ୍କୁ ଧରି ଦୁଇଟା ଜଞ୍ଜିରରେ ବାନ୍ଧିବା ପାଇଁ ଆଜ୍ଞା ଦେଲେ, ପୁଣି, ସେ କିଏ ଓ କଅଣ କରିଅଛି ବୋଲି ପଚାରିଲେ।
34 Unos de la multitud gritaban una cosa y otros, otra. Como no sabía con certeza la razón del alboroto, ordenó que fuera llevado al cuartel.
ସେଥିରେ ଲୋକମାନଙ୍କ ମଧ୍ୟରୁ କେହି ଏ କଥା, କେହି କେହି ସେକଥା କହି ଚିତ୍କାର କରିବାକୁ ଲାଗିଲେ। ଆଉ, ସେ ଗଣ୍ଡଗୋଳର କାରଣ ନିଶ୍ଚୟରୂପେ କିଛି ଜାଣି ନ ପାରିବାରୁ, ତାହାଙ୍କୁ ଗଡ଼କୁ ନେଇଯିବା ପାଇଁ ଆଦେଶ ଦେଲେ।
35 Cuando llegó a las gradas, fue necesario que los soldados lo cargaran a causa de la violencia de la turba,
ପୁଣି, ଯେତେବେଳେ ସେ ସୋପାନ ଉପରକୁ ଆସିଲେ, ସେତେବେଳେ ଲୋକସମୂହର ଉଗ୍ରତା ହେତୁ ସୈନ୍ୟମାନଙ୍କୁ ତାହାଙ୍କୁ ବୋହି ନେଇଯିବାକୁ ପଡ଼ିଲା,
36 porque la muchedumbre del pueblo gritaba: ¡Mátalo!
କାରଣ ତାହାଙ୍କୁ ବଧ କର ବୋଲି ଅସଂଖ୍ୟ ଲୋକ ପଛରେ ଯାଉ ଯାଉ ଚିତ୍କାର କରୁଥିଲେ।
37 Cuando iba a entrar en el cuartel, Pablo preguntó al comandante: ¿Me permites decirte algo? Y él respondió: ¿Hablas griego?
ସେମାନେ ପାଉଲଙ୍କୁ ଗଡ଼ ଭିତରକୁ ନେଇଯିବା ପାଇଁ ଚେଷ୍ଟା କରିବା ସମୟରେ, ସେ ସହସ୍ର-ସେନାପତିଙ୍କୁ କହିଲେ, ମୁଁ ଆପଣଙ୍କୁ କିଛି କହିପାରେ କି? ସେଥିରେ ସେ କହିଲେ ତୁମ୍ଭେ କି ଗ୍ରୀକ୍‍ ଜାଣ?
38 ¿No eres tú el egipcio que levantó una rebelión en días pasados y sacó al desierto a unos 4.000 varones de los sicarios?
ତେବେ, ଏଥିପୂର୍ବେ ଯେଉଁ ମିସରୀୟ ଲୋକ ବିଦ୍ରୋହ ଲଗାଇ ଚାରି ହଜାର ଡକାଇତମାନଙ୍କୁ ପ୍ରାନ୍ତରରୁ ଘେନିଯାଇଥିଲେ, ତୁମ୍ଭେ କି ସେହି ନୁହଁ?
39 Pablo contestó: Yo ciertamente soy judío, nativo de Tarso, una ciudad importante de Cilicia. Te ruego que me permitas hablar al pueblo.
ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୁଦୀ, କିଲିକିୟା ଅଞ୍ଚଳର, ତାର୍ଷ ନାମକ ଏକ ପ୍ରସିଦ୍ଧ ସହରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି।
40 Se lo permitió. Pablo, sobre las gradas, hizo una señal con la mano al pueblo. Cuando hubo silencio, les dirigió la palabra en hebreo.
ସେ ଅନୁମତି ଦେବାରୁ ପାଉଲ ସୋପାନରେ ଠିଆ ହୋଇ ଲୋକମାନଙ୍କୁ ହସ୍ତ ଦ୍ୱାରା ସଙ୍କେତ କଲେ; ଆଉ ସମସ୍ତେ ନୀରବ ହେଲା ଉତ୍ତାରେ ସେ ଏବ୍ରୀ ଭାଷାରେ ସେମାନଙ୍କୁ କହିବାକୁ ଲାଗିଲେ,

< Hechos 21 >