< Génesis 37 >
1 Jacob habitó en la tierra de Canaán, la tierra de las peregrinaciones de su padre.
ସେହି ସମୟରେ ଯାକୁବ ଆପଣା ପିତାଙ୍କର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ।
2 Esta es la historia de la familia de Jacob: José tenía 17 años de edad y apacentaba las ovejas con sus hermanos. El joven estaba con los hijos de Bilha y de Zilpa, concubinas de su padre. José informaba a su padre la mala fama de ellos.
ଯାକୁବଙ୍କର ବୃତ୍ତାନ୍ତ ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭାଇମାନଙ୍କ ସହିତ ପଶୁପଲ ଚରାଉଥିଲେ; ସେ ଆପଣା ପିତୃଭାର୍ଯ୍ୟା ବିଲ୍ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି, ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ।
3 Israel amaba a José más que a todos sus hijos, porque era el hijo de su vejez. Le hizo una túnica con rayas de colores.
ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ।
4 Sus hermanos, al ver que su padre lo prefería sobre todos ellos, lo aborrecían y no podían hablarle pacíficamente.
ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।
5 José tuvo un sueño y lo contó a sus hermanos, con lo cual aumentaron más su odio contra él
ଏଥିଉତ୍ତାରେ ଯୋଷେଫ ଗୋଟିଏ ସ୍ୱପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ।
6 pues él les dijo: Escuchen ahora este sueño que tuve.
କାରଣ ସେ ସେମାନଙ୍କୁ କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ନିବେଦନ କରୁଅଛି, ତାହା ଶୁଣ।
7 Estábamos ahí en medio del campo y atábamos gavillas. Miré que mi gavilla se levantaba y seguía erguida. Y las gavillas de ustedes la rodeaban y se inclinaban ante la mía.
ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।”
8 Le respondieron sus hermanos: ¿Vas a reinar sobre nosotros y nos dominarás? Y lo odiaron aun más a causa de sus sueños y de sus palabras.
ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।
9 Tuvo otro sueño y lo contó a sus hermanos: Miren, me vino otro sueño: que el sol, la luna y once estrellas se inclinaban ante mí.
ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”
10 Lo relató a su padre y a sus hermanos. Pero su padre lo reprendió y le dijo: ¿Qué fue esto que soñaste? ¿Yo, tu madre y tus hermanos nos postraremos en tierra ante ti?
ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ନ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?”
11 Sus hermanos le tenían envidia, pero su padre meditaba en esto.
ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।
12 Cuando sus hermanos apacentaban el rebaño de su padre en Siquem,
ତଦନନ୍ତର ତାହାର ଭ୍ରାତୃଗଣ ପିତାଙ୍କର ପଶୁପଲ ଚରାଇବା ପାଇଁ ଶିଖିମକୁ ଗଲା ଉତ୍ତାରେ
13 Israel dijo a José: ¿No están tus hermanos pastoreando en Siquem? Ven, te enviaré a ellos. Y él respondió: Aquí estoy dispuesto.
ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି;” ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
14 E Israel le dijo: Vé ahora. Mira cómo están tus hermanos, cómo se encuentra el rebaño y tráeme un informe. Así lo envió desde el valle de Hebrón, y llegó a Siquem.
ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।
15 Un hombre lo halló cuando deambulaba por el campo y le preguntó: ¿Qué buscas?
ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, “ତୁମ୍ଭେ କଅଣ ଖୋଜୁଅଛ?”
16 Y dijo: Busco a mis hermanos. Te ruego que me digas dónde pastorean ellos.
ସେ କହିଲା, “ମୋʼ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।”
17 El hombre respondió: Salieron de aquí. Los oí decir: Vamos a Dotán. José fue tras sus hermanos y los halló en Dotán.
ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଅଛନ୍ତି; କାରଣ ମୁଁ ଶୁଣିଥିଲି, ‘ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।’” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା।
18 Cuando lo vieron de lejos, antes que se acercara, se confabularon para matarlo.
ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।
19 Y se dijeron el uno al otro: ¡Aquí viene el soñador!
ଆଉ, ସେମାନେ ଏକ ଆରେକକୁ କହିଲେ, “ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି।
20 Ahora pues, vamos, matémoslo y echémoslo en una cisterna, y diremos que una mala bestia lo devoró. Entonces veremos en qué pararán sus sueños.
ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”
21 Cuando Rubén oyó esto, al intentar librarlo de mano de ellos, dijo: ¡No le quitemos la vida!
ଏ କଥା ଶୁଣି ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।”
22 Y Rubén añadió: No derramen sangre. Échenlo en esta cisterna que está en el desierto, pero no extiendan la mano contra él. Esto dijo a fin de librarlo de sus manos para hacerlo volver a su padre.
ଆଉ ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”
23 Sucedió que cuando José llegó hasta sus hermanos, lo despojaron de su túnica, la túnica de rayas de colores que llevaba sobre él.
ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ;
24 Lo tomaron y lo echaron en la cisterna, pero la cisterna estaba vacía. No había agua en ella.
ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା।
25 Luego se sentaron a comer pan. Al levantar sus ojos vieron una caravana de ismaelitas que iba de Galaad, y llevaba en sus camellos especias, bálsamo y mirra para llevarlos a Egipto.
ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।
26 Entonces Judá preguntó a sus hermanos: ¿Qué provecho hay que matemos a nuestro hermano y ocultemos su sangre?
ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକୁ ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ?
27 Vendámoslo a los ismaelitas y no levantemos nuestra mano contra él, pues es nuestro hermano, nuestra carne. Y sus hermanos [le] obedecieron.
ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ।
28 Cuando pasaron los mercaderes madianitas, sacaron a José de la cisterna, y lo vendieron a los ismaelitas por 20 piezas de plata. Y ellos llevaron a José a Egipto.
ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।
29 Cuando Rubén volvió a la cisterna, no halló a José allí. Entonces rasgó sus ropas,
ଏଥିଉତ୍ତାରେ ରୁବେନ୍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।
30 se volvió a sus hermanos y les exclamó: ¡El muchacho no está allí! ¿Y yo, a dónde iré?
ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି?”
31 Entonces tomaron la túnica de José, degollaron un cabrito y empaparon la túnica con la sangre.
ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ।
32 Luego enviaron la túnica de rayas de colores a su padre y dijeron: Hallamos esto. Reconoce y mira si es o no la túnica de tu hijo.
ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନା ବର୍ଣ୍ଣର ଅଙ୍ଗରଖା ପଠାଇଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।”
33 Él la reconoció y exclamó: ¡Es la túnica de mi hijo! Alguna mala bestia lo devoró. ¡Sin duda José fue destrozado!
ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋʼ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।”
34 Entonces Jacob rasgó sus ropas, se cubrió con tela áspera e hizo duelo por su hijo durante muchos días.
ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।
35 Todos sus hijos e hijas se levantaron para consolarlo, pero él rehusó ser consolado y decía: ¡Descenderé enlutado hasta mi hijo en el Seol! Y su padre lloraba por él. (Sheol )
ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, “ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି।” ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ। (Sheol )
36 Entre tanto, los madianitas lo vendieron en Egipto a Potifar, funcionario de Faraón, capitán de la guardia.
ଏଥିମଧ୍ୟରେ ସେହି ମିଦୀୟନୀୟମାନେ ମିସର ଦେଶରେ ପୋଟୀଫର ନାମକ ଫାରୋର ଭୃତ୍ୟ, ଅର୍ଥାତ୍, ରକ୍ଷକ ସେନାପତିକୁ ଯୋଷେଫକୁ ବିକ୍ରୟ କଲେ।