< Génesis 4 >

1 Adán se unió a su esposa Eva, y ella concibió. Dio a luz a Caín, y dijo: Adquirí un varón de parte de Yavé.
ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
2 Volvió a dar a luz, a su hermano Abel. Abel fue pastor de ovejas, y Caín fue labrador de la tierra.
ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
3 Con el transcurso del tiempo, sucedió que Caín llevó a Yavé una ofrenda del fruto de la tierra.
ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।
4 También Abel llevó de los primerizos de su rebaño y de los más gordos de ellos. Yavé miró con agrado a Abel y a su ofrenda,
ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।
5 pero no miró con agrado a Caín ni la ofrenda suya. Y Caín se enfureció muchísimo, y decayó su semblante.
ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।
6 Entonces Yavé dijo a Caín: ¿Por qué te enfureciste, y por qué decayó tu semblante?
ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଦୁଃଖିତ ହେଉଅଛ?
7 Si haces lo bueno, ¿no serás enaltecido? Pero si no haces lo bueno, el pecado acecha a la puerta. Su deseo ardiente va contra ti, pero tú debes dominarlo.
ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
8 Caín habló a su hermano Abel: Vayamos al campo. Y él fue. Pero sucedió que cuando estaban ellos en el campo, Caín se levantó contra su hermano Abel y lo asesinó.
ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
9 Entonces Yavé preguntó a Caín: ¿Dónde está tu hermano Abel? Y él respondió: No sé. ¿Soy yo guardián de mi hermano?
ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?”
10 Pero Él dijo: ¿Qué hiciste? ¡La voz de la sangre de tu hermano clama a Mí desde la tierra!
ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
11 Ahora, ¡maldito seas tú por la tierra que ensanchó su boca para recibir de tu mano la sangre de tu hermano!
ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
12 Cuando trabajes la tierra no te dará su fuerza. Errante y fugitivo serás en la tierra.
ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
13 Y Caín respondió a Yavé: ¡Grande es mi castigo para soportarlo!
କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ।
14 Si me expulsas hoy de sobre la superficie de la tierra, estaré oculto de tu presencia. Seré errante y fugitivo en la tierra y sucederá que cualquiera que me encuentre, me asesinará.
ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
15 Entonces Yavé le dijo: Ciertamente cualquiera que mate a Caín, siete veces será castigado. Y Yavé puso una señal a Caín a fin de que no lo asesinara cualquiera que lo encontrara.
ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତ ଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
16 Caín salió de la Presencia de Yavé y se estableció en la tierra de Nod, al oriente de Edén.
ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ।
17 Caín se unió a su esposa. Ella concibió y dio a luz a Enoc. Caín edificó una ciudad y le dio el nombre de su hijo Enoc.
ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।
18 A Enoc le nació Irad, e Irad engendró a Mejuyael, y Mejuyael engendró a Metusael, y Metusael engendró a Lamec.
ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ।
19 Lamec tomó para él dos esposas: el nombre de la primera era Ada, y el nombre de la segunda, Zila.
ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।
20 Ada dio a luz a Jabal, quien fue antepasado de los que habitan en tiendas y crían ganado.
ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।
21 El nombre de su hermano era Jubal, quien fue antepasado de todos los que tocan arpa y flauta.
ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
22 También Zila dio a luz a Tubal Caín, forjador de toda herramienta de bronce y de hierro. La hermana de Tubal Caín fue Naama.
ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
23 Lamec dijo a sus esposas: Ada y Zila: ¡Escuchen mi voz! Esposas de Lamec, Presten oído a mi dicho: Que a un hombre maté porque me hirió, Y a un muchacho maté porque me golpeó.
ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
24 Si siete veces es vengado Caín, 70 veces siete lo será Lamec.
ଯଦି କୟିନର ବଧର ପ୍ରତିଫଳ ସାତ ଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”
25 Adán se unió otra vez a su esposa. Ella dio a luz un hijo y lo llamó Set, porque pensó: ʼElohim me concedió otro descendiente en lugar de Abel, a quien Caín asesinó.
ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
26 A Set también le nació un hijo y lo llamó Enós. Entonces se comenzó a invocar el Nombre de Yavé.
ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।

< Génesis 4 >