< Génesis 48 >
1 Después de estas cosas, se le informó a José: Mira, tu padre está enfermo. Entonces él tomó consigo a sus dos hijos, Manasés y Efraín.
ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇଗଲେ।
2 Le informaron a Jacob: Mira, tu hijo José viene a ti. Y él se esforzó y se sentó en la cama.
ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।
3 Jacob dijo a José: ʼEL-Shadday se me apareció en Luz, en la tierra de Canaán, y me bendijo:
ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,
4 Mira, Yo te haré fructífero, te multiplicaré y haré de ti una multitud de pueblos. Daré esta tierra por posesión perpetua a ti y a tus descendientes.
‘ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।’
5 Ahora, los dos hijos que te nacieron en la tierra de Egipto antes de venir yo a vivir contigo en Egipto, son míos. Efraín y Manasés serán míos, como Rubén y Simeón.
ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।
6 Pero los descendientes que engendres después de ellos, serán tuyos. En sus heredades serán llamados por el nombre de sus hermanos.
ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।
7 En cuanto a mí, cuando venía de Padam, se me murió Raquel en la tierra de Canaán, en el camino, como a 2,8 kilómetros antes de entrar en Efrata, y la sepulté allí en el camino de Efrata (es decir, Belén).
ପଦ୍ଦନ୍ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋʼ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍, ବେଥଲିହିମର ପଥ ପାର୍ଶ୍ୱରେ ତାକୁ କବର ଦେଲି।”
8 Al ver Israel a los hijos de José, preguntó: ¿Quiénes son estos?
ଏଥିଉତ୍ତାରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, “ଏମାନେ କିଏ?”
9 José respondió a su padre: Son mis hijos que ʼElohim me dio aquí. Israel le dijo: Acércamelos para que los bendiga.
ତହିଁରେ ଯୋଷେଫ ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।” ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋʼ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।”
10 Los ojos de Israel estaban debilitados a causa de la vejez y casi no podía ver. Así pues, los hizo acercarse, los besó y los abrazó.
ସେହି ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ହେତୁ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟରୂପେ ଦେଖି ପାରିଲେ ନାହିଁ। ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ବନ ଓ ଆଲିଙ୍ଗନ କଲେ।
11 Israel dijo a José: No esperaba ver tu rostro, y fíjate, ʼElohim me concedió ver también a tus hijos.
ପୁଣି, ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ମୁଁ ଭାବିଥିଲି, ତୁମ୍ଭ ମୁଖ ଆଉ ଦେଖି ପାରିବି ନାହିଁ; ମାତ୍ର ଦେଖ, ପରମେଶ୍ୱର ତୁମ୍ଭର ବଂଶ ମଧ୍ୟ ମୋତେ ଦେଖାଇଲେ।”
12 Entonces José los retiró de sus rodillas, y se postró con su rostro en tierra.
ତହୁଁ ଯୋଷେଫ ପିତାଙ୍କର ଦୁଇ ଜଙ୍ଘ ମଧ୍ୟରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ।
13 Después José tomó a ambos, con la mano derecha colocó a Efraín a la izquierda de Israel, y con su izquierda colocó a Manasés a la derecha de Israel, y se los acercó.
ଏଥିଉତ୍ତାରେ ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ପାର୍ଶ୍ୱରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଡାହାଣ ପାର୍ଶ୍ୱରେ ଉପସ୍ଥିତ କରାଇଲେ।
14 Israel extendió su mano derecha y la puso sobre la cabeza de Efraín, el menor, y su izquierda sobre la cabeza de Manasés. Cruzó los brazos a propósito, aunque Manasés era el primogénito.
ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନାପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା।
15 Bendijo a José: ʼElohim, delante de Quien mis antepasados Abraham e Isaac anduvieron, El ʼElohim Quien me ha pastoreado toda mi vida hasta hoy,
ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,
16 El Ángel que me libra de todo mal, Bendiga a estos jóvenes. Sea perpetuado en ellos mi nombre, Y el nombre de mis antepasados Abraham [e] Isaac, Y aumenten hasta ser una multitud en medio de la tierra.
ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”
17 Pero José, al ver que su padre puso la derecha sobre la cabeza de Efraín, se desagradó y tomó la mano de su padre para cambiarla de la cabeza de Efraín a la cabeza de Manasés,
ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,
18 mientras decía a su padre: Así no, padre mío, porque éste es el primogénito, pon tu mano derecha sobre su cabeza.
“ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।”
19 Pero su padre rehusó y dijo: Lo sé, hijo mío, lo sé. También él será un pueblo y será grande. Sin embargo, su hermano menor será más grande que él, y su descendencia será una multitud de naciones.
ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।”
20 Aquel día los bendijo: Para ti Israel bendecirá: ʼElohim te haga como a Efraín y como a Manasés. Y colocó a Efraín delante de Manasés.
ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ‘ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।’” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ।
21 Israel dijo a José: Oye, yo estoy a punto de morir, pero ʼElohim estará con ustedes, y los hará regresar a la tierra de sus antepasados.
ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।
22 Yo te entrego una porción mejor que a tus hermanos, la cual tomé de mano del amorreo con mi espada y con mi arco.
ମୁଁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭ୍ରାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି।”