< Jeremías 18 >

1 La Palabra de Yavé que vino a Jeremías:
ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କ ନିକଟରୁ ଏହି ବାକ୍ୟ ଉପସ୍ଥିତ ହେଲା;
2 Levántate, baja a la casa del alfarero y allí oirás mis Palabras.
“ତୁମ୍ଭେ ଉଠି କୁମ୍ଭକାରର ଗୃହକୁ ଯାଅ, ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।”
3 Bajé a la casa del alfarero. Ahí estaba él trabajando sobre la rueda.
ତେବେ ମୁଁ କୁମ୍ଭକାର ଗୃହକୁ ଗଲି, ଆଉ ଦେଖ, ସେ ଚକ୍ରରେ ଆପଣା କର୍ମ କରୁଥିଲା।
4 La vasija de arcilla que hacía se echó a perder en su mano. Volvió e hizo de ella otra vasija, según le pareció mejor hacerla.
କୁମ୍ଭକାର ମୃତ୍ତିକାର ଯେଉଁ ପାତ୍ର ନିର୍ମାଣ କରୁଥିଲା, ତାହା ତାହାର ହସ୍ତରେ ବିଗିଡ଼ି ଯିବାରୁ କୁମ୍ଭକାର ତାହା ନେଇ ଆପଣା ଇଚ୍ଛାନୁସାରେ ଆଉ ଗୋଟିଏ ପାତ୍ର ନିର୍ମାଣ କଲା।
5 Entonces la Palabra de Yavé vino a mí:
ତହୁଁ ମୋʼ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
6 ¿No podré Yo hacer con ustedes, oh Casa de Israel, como hace este alfarero? dice Yavé. Ciertamente como la arcilla es en mano del alfarero, así son ustedes en mi mano, oh Casa de Israel.
ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ବଂଶ, ଆମ୍ଭେ କି ଏହି କୁମ୍ଭକାର ପରି ତୁମ୍ଭ ପ୍ରତି କରି ନ ପାରୁ? ହେ ଇସ୍ରାଏଲ ବଂଶ, ଦେଖ, ଯେପରି ମୃତ୍ତିକା କୁମ୍ଭକାରର ହସ୍ତରେ, ସେପରି ତୁମ୍ଭେମାନେ ଆମ୍ଭ ହସ୍ତରେ ଅଛ।
7 En un momento hablo contra pueblos y contra reinos, para desarraigar, destruir y arruinar.
ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଉତ୍ପାଟନ ଓ ଅଧଃପତନ ଓ ବିନାଶର କଥା କହିବା;
8 Pero si esa nación contra la cual hablé se devuelve de su maldad, Yo desistiré del mal que pensé hacerle.
ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।
9 En un momento hablo a una nación o a un reino para edificar y plantar.
ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକୁ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;
10 Pero si hace lo malo ante mis ojos y no obedece mi voz, entonces Yo también desistiré del bien que prometí hacerle.
ସେତେବେଳେ ସେ ଯଦି ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।
11 Ahora pues, habla a los hombres de Judá y a los habitantes de Jerusalén: Yavé dice: En verdad, Yo preparo un mal, y trazo un designio contra ustedes. Cada uno regrese de su mal camino, y mejore sus caminos y sus obras.
ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।’
12 Pero ellos responderán: Es inútil, porque seguimos tras nuestros propios designios. Cada uno hace según la terquedad de su malvado corazón.
ମାତ୍ର ସେମାନେ କହନ୍ତି, ‘ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା।’
13 Por tanto Yavé dice: Pregunten ahora entre los pueblos: ¿Quién oyó cosa semejante? ¡La virgen de Israel hizo algo horrible!
ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି।
14 ¿Desaparecerá la nieve de las peñas de las montañas del Líbano? ¿Se agotarán las frescas aguas que fluyen de tierras lejanas?
ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ?
15 Pues mi pueblo me olvidó. Ofrece incienso a lo que no tiene valor. Tropezó en sus caminos, en las sendas antiguas. Camina por senderos, y no por la calzada.
ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି;
16 Convirtió su tierra en una desolación y burla perpetua. Todo el que pase por ella se asombrará y meneará la cabeza.
ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍‍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।
17 Como con un viento del oriente los esparciré delante del enemigo. En el día de la aflicción les daré la espalda y no el rostro.
ଆମ୍ଭେ ଶତ୍ରୁ ସମ୍ମୁଖରେ ପୂର୍ବୀୟ ବାୟୁ ଦ୍ୱାରା ଛିନ୍ନ ହେଲା ପରି ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆମ୍ଭେ ସେମାନଙ୍କ ବିପଦ ଦିନରେ ସେମାନଙ୍କ ପ୍ରତି ଅଭିମୁଖ ନ ହୋଇ ବିମୁଖ ହେବା।”
18 Entonces ellos dijeron: ¡Vengan, tramemos nosotros un plan contra Jeremías! Porque la enseñanza no le faltará al sacerdote, ni el consejo al sabio, ni la palabra al profeta. Vengan, causémosle una herida en la lengua, y no atendamos ninguna de sus palabras.
ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”
19 Oh Yavé, escúchame y oye la voz de los que contienden contra mí.
ହେ ସଦାପ୍ରଭୁ, ମୋʼ ପ୍ରତି ମନୋଯୋଗ କର ଓ ମୋʼ ସଙ୍ଗେ ବିରୋଧକାରୀମାନଙ୍କର କଥାରେ ଅବଧାନ କର।
20 ¿Se paga el bien con mal? Porque cavaron una fosa para mi vida. Recuerda cómo intercedí por ellos ante Ti, para apartar tu ira de ellos.
ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ? କାରଣ ସେମାନେ ମୋʼ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ଡ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।
21 Por tanto, entrega sus hijos al hambre. Entrégalos al poder de la espada. Queden sus esposas viudas y sin hijos. Sean sus esposos expuestos a la muerte, y sus jóvenes mueran a espada en la batalla.
ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।
22 Que se oiga clamor en sus casas cuando de repente lleves tropas contra ellos, porque cavaron una fosa para atraparme, y escondieron trampas a mis pies.
ତୁମ୍ଭେ ଯେଉଁ ସମୟରେ ହଠାତ୍‍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋʼ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।
23 Pero Tú, oh Yavé, conoces sus designios contra mí para matarme. No hagas sacrificio que apacigüe por sus pecados. Procede así con ellos en el tiempo de tu furor.
ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।

< Jeremías 18 >