< Jeremías 38 >

1 Sefatías, hijo de Matán, Gedalías, hijo de Pasur, Jucal, hijo de Selemías, y Pasur, hijo de Malquías, oyeron las Palabras que Jeremías hablaba a todo el pueblo:
ଏଥିଉତ୍ତାରେ ମତ୍ତନର ପୁତ୍ର ଶଫଟୀୟ, ପଶ୍‍ହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ଓ ମଲ୍‍କୀୟର ପୁତ୍ର ପଶ୍‍ହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମୀୟଙ୍କ କଥିତ ଏହି ବାକ୍ୟ ଶୁଣିଲେ, ଯଥା,
2 Yavé dice: El que se quede en esta ciudad morirá a espada, de hambre o de pestilencia. Pero el que se pase a los caldeos vivirá, tendrá su vida como botín y seguirá vivo.
“ସଦାପ୍ରଭୁ ଏହି କଥା କହନ୍ତି, ଯେକେହି ଏହି ନଗରରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍‍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ।”
3 Yavé dice: Ciertamente esta ciudad será entregada en mano del ejército del rey de Babilonia, y la tomará.
ସଦାପ୍ରଭୁ ଏହି କଥା କହନ୍ତି, “ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ।”
4 Entonces los magistrados dijeron al rey: Te rogamos que este hombre sea ejecutado, porque debilita las manos de los guerreros que quedan en esta ciudad, y las de todo el pueblo al hablarles así. Este hombre no busca el bienestar de este pueblo, sino su mal.
ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।”
5 Y el rey Sedequías respondió: Miren, él está en sus manos. El rey nada puede hacer contra ustedes.
ଏଥିରେ ସିଦିକୀୟ ରାଜା କହିଲା, “ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି।”
6 Entonces tomaron a Jeremías y lo echaron en la cisterna de Malquías, hijo de Hamelec, la cual estaba en el patio de la guardia. Bajaron a Jeremías con sogas. En la cisterna no había agua, sino lodo, y Jeremías se hundió en el lodo.
ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍‍କୀୟ ରାଜପୁତ୍ରର କୂପରେ ପକାଇଦେଲେ; ଅର୍ଥାତ୍‍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଲାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।
7 Pero el etíope llamado Ebed-melec, servidor en el palacio real, supo que habían metido a Jeremías en la cisterna. Y cuando el rey estaba sentado en la puerta de Benjamín,
ଏଥିମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍‍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।
8 Ebed-melec salió del palacio real y habló al rey:
ଏବଦ୍‍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା,
9 Oh rey, ʼadón mío, estos varones actuaron mal en todo lo que hicieron con el profeta Jeremías, al cual echaron en la cisterna, donde morirá de hambre, porque ya no hay pan en la ciudad.
“ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ।”
10 Entonces el rey ordenó al etíope Ebed-melec: Toma 30 hombres contigo, y saquen al profeta Jeremías de la cisterna antes que muera.
ସେତେବେଳେ ରାଜା କୂଶୀୟ ଏବଦ୍‍-ମେଲକକୁ ଆଜ୍ଞା କଲା, “ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମୀୟ ଭବିଷ୍ୟଦ୍‍ବକ୍ତା ମରିବା ପୂର୍ବରୁ ତାଙ୍କୁ କୂପରୁ ବାହାର କରି ଆଣ।”
11 Ebed-melec tomó en su poder a los hombres, entró en el palacio real debajo de la tesorería. De allí tomó trapos viejos y ropas raídas y andrajosas, y junto con unas sogas, los bajó a Jeremías en la cisterna.
ତହିଁରେ ଏବଦ୍‍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ଡାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା।
12 El etíope Ebed-melec dijo a Jeremías: Ponte ahora esos trapos viejos, ropas raídas y andrajosas bajo los sobacos, debajo de las sogas. Y Jeremías lo hizo así.
ପୁଣି, କୂଶୀୟ ଏବଦ୍‍-ମେଲକ ଯିରିମୀୟଙ୍କୁ କହିଲା, “ସେହି ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ଆପଣା କକ୍ଷମୂଳରେ ରଜ୍ଜୁ ତଳେ ଦିଅ।”
13 De este modo sacaron a Jeremías con sogas y lo subieron de la cisterna. Y Jeremías permaneció en el patio de la guardia.
ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
14 Después el rey Sedequías llamó al profeta Jeremías ante su presencia, en la tercera entrada de la Casa de Yavé. Y el rey dijo a Jeremías: Te haré una pregunta. No me encubras alguna cosa.
ଏଥିଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, “ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋʼ ଠାରୁ କିଛି ଗୋପନ କରିବ ନାହିଁ।”
15 Y Jeremías contestó a Sedequías: Si te lo digo, ciertamente ¿no me matarás? Y si te aconsejo, no me escucharás.
ତେବେ ଯିରିମୀୟ ସିଦିକୀୟକୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯଦି ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋʼ କଥା ଶୁଣିବେ ନାହିଁ।”
16 Pero el rey Sedequías juró en secreto a Jeremías: Vive Yavé, Quien nos da la vida, que ciertamente no te mataré, ni te entregaré en mano de estos hombres que buscan tu vida.
ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”
17 Entonces Jeremías dijo a Sedequías: Yavé ʼElohim de las huestes, ʼElohim de Israel, dice: Si tú en verdad sales a los oficiales del rey de Babilonia, vivirás, y esta ciudad no será quemada. Vivirás, tú y tu casa.
ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।
18 Pero si no te entregas a los oficiales del rey de Babilonia, esta ciudad será entregada en la mano de los caldeos. La incendiarán, y tú no escaparás de sus manos.
ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।”
19 El rey Sedequías dijo a Jeremías: Tengo temor de los judíos que desertaron a los caldeos. Yo podría ser entregado a ellos, y ellos me maltratarían.
ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍‍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।”
20 Pero Jeremías le respondió: No te entregarán. Oye ahora la voz de Yavé en lo que te digo, y te irá bien y vivirás.
ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋʼ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ।
21 Pero si rehúsas entregarte, ésta es la Palabra que Yavé me mostró:
ମାତ୍ର ଯଦି ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:
22 Ciertamente todas las mujeres que quedan en el palacio del rey de Judá serán sacadas a los oficiales del rey de Babilonia. Ellas mismas dirán: Tus amigos te engañaron y prevalecieron contra ti. Hundieron tus pies en el lodo y se volvieron atrás.
ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’
23 Sacarán, pues, a todas tus mujeres y a tus hijos para los caldeos. Tú no escaparás de sus manos, sino serás apresado por la mano del rey de Babilonia, y esta ciudad será destruida con fuego.
ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍‍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।”
24 Entonces Sedequías dijo a Jeremías: Que nadie sepa estas Palabras, y tú no morirás.
ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, “ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ।
25 Si los magistrados oyen que yo hablé contigo, y acuden a ti y te dicen: Decláranos ahora lo que le dijiste al rey, sin ocultarnos nada, no te mataremos, y también qué te respondió el rey,
ମାତ୍ର ମୁଁ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିଅଛି ବୋଲି ଯଦି ଅଧିପତିମାନେ ଶୁଣନ୍ତି ଓ ତୁମ୍ଭ ନିକଟକୁ ଆସି କହନ୍ତି, ‘ତୁମ୍ଭେ ରାଜାଙ୍କୁ କି କି କଥା କହିଅଛ, ତାହା ଆମ୍ଭମାନଙ୍କୁ ଜଣାଅ; ସେ କଥା, ମଧ୍ୟ ରାଜା ତୁମ୍ଭକୁ ଯାହା କହିଅଛନ୍ତି, ତାହା, ଆମ୍ଭମାନଙ୍କଠାରୁ ଗୋପନ ନ କର, ତହିଁରେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ।’
26 tú les dirás: Supliqué al rey que no me devolviera a la casa de Jonatán para morir allá.
ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି, ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।’”
27 En efecto, luego todos los magistrados fueron a Jeremías, y le preguntaron, y él les respondió todo lo que el rey le mandó. Ellos dejaron de hablarle, de modo que el asunto no fue escuchado.
ଏଥିଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ। ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ।
28 Jeremías permaneció en el patio de la guardia hasta el día cuando Jerusalén fue capturada.
ତହିଁରେ ଯିରୂଶାଲମର ପରାଜୟ ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।

< Jeremías 38 >