< Jeremías 47 >

1 Palabra de Yavé que vino al profeta Jeremías con respecto a los filisteos, antes que Faraón destruyera Gaza.
ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
2 Yavé dice: Miren, aguas que se levantan del norte forman un torrente que inundará la tierra y todo lo que hay en ella, las ciudades y a los que habitan en ellas. Claman los hombres. Se lamenta todo habitante de la tierra.
“ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଚ୍ଛୁଳୁଅଛି, ତାହା ପ୍ଲାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।
3 Los padres debilitados ya no cuidan a sus hijos por causa del ruido de los cascos de sus caballos, por el alboroto de sus carruajes, por el estruendo de sus ruedas.
ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;
4 Llegó el día de despojar a todos los filisteos. Todo ayudador que quede en Tiro y en Sidón será cortado. Yavé destruye a los filisteos, al remanente de la costa de Caftor.
କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ।
5 Gaza está calva. Ascalón, reducida al silencio. ¡Ay, remanente de gigantes! ¿Hasta cuándo se sajarán?
ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ?
6 Oh espada de Yavé: ¿Hasta cuándo no descansarás? Regresa a tu vaina, descansa y quédate quieta.
ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ।
7 ¿Cómo puede quedar quieta, cuando Yavé le dio una orden, cuando la destinó contra Ascalón y la costa del mar?
ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିପରି କ୍ଷାନ୍ତ ହୋଇପାର? ସେ ଅସ୍କିଲୋନର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି।”

< Jeremías 47 >