< Josué 10 >
1 Sucedió que cuando Adonisedec, rey de Jerusalén, oyó que Josué capturó a Hai y la destruyó completamente como hizo con Jericó y su rey, así hizo con Hai y su rey, y que los habitantes de Gabaón hicieron la paz con Israel y estaban ya en medio de ellos,
ଏଥିଉତ୍ତାରେ ଯିହୋଶୂୟ ଅୟକୁ ହସ୍ତଗତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବୀୟୋନ୍ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ।
2 tuvo gran temor, porque Gabaón era una gran ciudad, como una de las ciudades reales, mayor que Hai, y todos sus hombres eran fuertes.
କାରଣ ଗିବୀୟୋନ୍ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ।
3 Entonces Adonisedec, rey de Jerusalén, envió a decir a Oham, rey de Hebrón, a Piream, rey de Jerimot, a Jafía, rey de Laquis y a Debir, rey de Eglón:
ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନ୍ର ଦବୀର ରାଜାର ନିକଟକୁ କହି ପଠାଇଲା,
4 Suban a mí y ayúdenme. Ataquemos a Gabaón porque hicieron paz con Josué y con los hijos de Israel.
“ମୋʼ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବୀୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି।”
5 Así pues, los cinco reyes del amorreo, es decir, el rey de Jerusalén, el de Hebrón, el de Jerimot, el de Laquis y el de Eglón, se reunieron y subieron con todos sus ejércitos. Acamparon frente a Gabaón e hicieron guerra contra ella.
ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍ର ରାଜା ଓ ଇଗ୍ଲୋନ୍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠିଯାଇ ଗିବୀୟୋନ୍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
6 Entonces los habitantes de Gabaón enviaron a decir a Josué, a su campamento en Gilgal: No retires tu mano de tus esclavos. Sube pronto a nosotros y danos socorro. Ayúdanos, porque todos los reyes de los amorreos que habitan en la región montañosa se juntaron contra nosotros.
ଏଥିରେ ଗିବୀୟୋନୀୟ ଲୋକମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, “ତୁମ୍ଭେ ଆପଣାର ଏହି ଦାସମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।”
7 Josué subió de Gilgal con todo el pueblo de guerra y todos los guerreros valientes.
ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ।
8 Yavé dijo a Josué: No temas a ellos porque los entregué en tu mano, y ninguno de ellos resistirá delante de ti.
ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।”
9 Josué, al subir desde Gilgal durante toda la noche, cayó sobre ellos súbitamente.
ତହୁଁ ଯିହୋଶୂୟ ଅକସ୍ମାତ୍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍ଗଲ୍ଠାରୁ ରାତ୍ରିଯାକ ଚାଲିଥିଲେ।
10 Yavé los derrotó ante Israel. Los hirió con gran matanza en Gabaón, los persiguió por el camino que sube a Bet-horón, y los mató hasta Azeca y Maceda.
ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍ବିଗ୍ନ କଲେ ଓ ସେ ଗିବୀୟୋନ୍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।
11 Sucedió que cuando ellos huían de los israelitas por la bajada de Bethorón, Yavé lanzó desde el cielo grandes piedras sobre ellos, hasta Azeca, y murieron. Fueron más los muertos por las piedras de granizo, que los que los hijos de Israel mataron a espada.
ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।
12 El día cuando Yavé entregó a los amorreos en manos de los hijos de Israel, Josué habló a Yavé y dijo a la vista de todo Israel: ¡Sol, detente en Gabaón, Y tú, oh luna, en el valle de Ajalón!
ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, “ସୂର୍ଯ୍ୟ, ଗିବୀୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳଭୂମିରେ (ସ୍ତବ୍ଧ ହୁଅ)।”
13 El sol se detuvo y la luna se paró hasta que el pueblo se vengó de sus enemigos. ¿No está esto escrito en el rollo del Justo? El sol se paró en medio del cielo y no se apresuró a ocultarse casi un día entero.
ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ନ୍ୟାୟ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।
14 Nunca hubo un día semejante, ni antes ni después de ése, cuando Yavé atendió la voz de un hombre, porque Yavé guerreaba por Israel.
ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
15 Josué y todo Israel regresaron a su campamento en Gilgal.
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ନେଉଟି ଆସିଲେ।
16 Pero aquellos cinco reyes huyeron y se escondieron en una cueva en Maceda.
ଏଥିମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍କେଦା ଗୁମ୍ଫାରେ ଆପଣାମାନଙ୍କୁ ଲୁଚାଇଲେ।
17 Le fue dado aviso a Josué: Los cinco reyes fueron hallados escondidos en una cueva en Maceda.
ତହୁଁ “ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ଫାରେ ଲୁଚି ରହିଅଛନ୍ତି,” ଏ କଥା ଯିହୋଶୂୟଙ୍କୁ କୁହାଯାʼନ୍ତେ,
18 Josué dijo: Hagan rodar grandes piedras a la entrada de la cueva y coloquen hombres junto a ella, que los vigilen.
ଯିହୋଶୂୟ କହିଲେ, “ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର।
19 Pero ustedes no se detengan, persigan a sus enemigos y maten su retaguardia. No los dejen entrar en sus ciudades, porque Yavé su ʼElohim los entregó en su mano.
ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
20 Sucedió que cuando Josué y los hijos de Israel acabaron de atacarlos con gran mortandad hasta derrotarlos, los que quedaron de ellos se metieron en las ciudades fortificadas.
ଏଥିରେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀର-ବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ।
21 Todo el pueblo regresó a salvo a Josué en el campamento en Maceda. Nadie movió su lengua contra alguno de los hijos de Israel.
ତହୁଁ ସମସ୍ତ ଲୋକ ମକ୍କେଦା ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ-ସନ୍ତାନଗଣର କାହାରି ପ୍ରତିକୂଳରେ କେହି ମୁଖ ଖୋଲିବା ପାଇଁ ସାହସ କଲେ ନାହିଁ।
22 Entonces Josué dijo: Abran la boca de la cueva, y sáquenme a esos cinco reyes de allí.
ଏଥିଉତ୍ତାରେ ଯିହୋଶୂୟ କହିଲେ, “ସେହି ଗୁମ୍ଫା ମୁହଁ ମୁକୁଳା କରି ଗୁମ୍ଫାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ।”
23 Lo hicieron así, y le sacaron de la cueva a los cinco reyes: al rey de Jerusalén, al de Hebrón, al de Jerimot, al de Laquis, y al de Eglón.
ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍ର ରାଜାକୁ, ଇଗ୍ଲୋନ୍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ଫାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ।
24 Cuando sacaron a aquellos reyes ante Josué, él convocó a todos los varones de Israel. Dijo a los oficiales de los guerreros que fueron con él: Acérquense, pongan sus pies sobre los cuellos de estos reyes. Entonces ellos se acercaron y pusieron sus pies sobre los cuellos de ellos.
ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, “ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ।” ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।
25 Josué les dijo: No teman ni se aterroricen. Esfuércense y sean valientes, porque así Yavé hará a todos los enemigos contra los cuales guerrean.
ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ।”
26 Después de esto, Josué los atacó y los mató. Los colgó en cinco árboles, y quedaron colgados en los árboles hasta la llegada de la noche.
ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ।
27 Aconteció que cuando el sol se iba a ocultar, Josué mandó que los descolgaran de los árboles. Los echó en la cueva donde se habían escondido y pusieron grandes piedras en la boca de la cueva, donde están hasta hoy.
ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ଫାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇଦେଲେ ଓ ସେହି ଗୁମ୍ଫା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି।
28 Aquel día Josué también capturó Maceda y la hirió a filo de espada. Mató a su rey y a toda persona que estaba en ella, sin dejar sobreviviente. E hizo al rey de Maceda como hizo al rey de Jericó.
ଏଥିଉତ୍ତାରେ ଯିହୋଶୂୟ ସେହି ଦିନ ମକ୍କେଦା ହସ୍ତଗତ କରି ଖଡ୍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍କେଦା ରାଜା ପ୍ରତି କଲେ।
29 Josué y todo Israel pasaron de Maceda a Libna, y guerrearon contra ella.
ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ମକ୍କେଦାରୁ ଲିବ୍ନାକୁ ଗଲେ ଓ ଲିବ୍ନା ପ୍ରତିକୂଳରେ ଯୁଦ୍ଧ କଲେ;
30 Yavé también la entregó con su rey en las manos de Israel, e hirió a filo de espada a toda persona que estaba en ella. No dejó sobreviviente, e hizo con su rey como hizo con el rey de Jericó.
ତହିଁରେ ସଦାପ୍ରଭୁ ତାହାକୁ, ମଧ୍ୟ ତହିଁର ରାଜାକୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ; ତେଣୁ ସେ ତାହା ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀକୁ ଖଡ୍ଗଧାରରେ ଆଘାତ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ତହିଁର ରାଜା ପ୍ରତି କଲେ।
31 De Libna, Josué pasó a Laquis junto con todo Israel. Acamparon cerca de ella y pelearon contra ella.
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲିବ୍ନାରୁ ଲାଖୀଶ୍କୁ ଯାଇ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
32 YAVÉ entregó Laquis en mano de Israel y la capturó el segundo día. La hirió a filo de espada junto con toda persona que estaba en ella, como hizo con Libna.
ତହିଁରେ ସଦାପ୍ରଭୁ ଲାଖୀଶ୍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ୱିତୀୟ ଦିନ ଲାଖୀଶ୍ ଆକ୍ରମଣ କରି ଯେପରି ଲିବ୍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ।
33 Entonces Horam, rey de Gezer subió para ayudar a Laquis, pero Josué lo mató junto con su gente. No le dejó sobreviviente.
ସେସମୟରେ ଗେଷରର ରାଜା ହୋରମ୍ ଲାଖୀଶ୍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ।
34 Luego Josué y todo Israel pasaron de Laquis a Eglón. Acamparon cerca de ella y pelearon contra ella.
ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍ରୁ ଇଗ୍ଲୋନ୍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
35 Aquel mismo día la capturaron. La hirieron a filo de espada y mataron a todo lo que tenía vida en ella, como en Laquis.
ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ।
36 Entonces Josué y todo Israel subieron de Eglón a Hebrón y la atacaron.
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଇଗ୍ଲୋନ୍ରୁ ହିବ୍ରୋଣକୁ ଗଲେ ଓ ସେମାନେ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ;
37 Al tomarla, la atacaron a filo de espada a su rey y a todas sus aldeas, y a todo lo que tenía vida en ella, sin dejar sobreviviente. Como hicieron con Eglón, así mató a toda persona que estaba en ella.
ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
38 Luego Josué, con todo Israel, se volvió contra Debir y combatió contra ella.
ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ।
39 La capturó, tanto a su rey como todas sus aldeas. Mataron a filo de espada y destruyeron absolutamente a toda persona que estaba en ella. No quedó sobreviviente. Como hizo con Hebrón, así hizo con Debir y su rey, como también hizo con Libna y su rey.
ପୁଣି, ସେ ତାହା ଓ ତହିଁର ରାଜା ଓ ତହିଁର ନଗରସବୁ ହସ୍ତଗତ କଲେ; ଆଉ ସେମାନେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ଯେପରି ସେ ହିବ୍ରୋଣ ପ୍ରତି, ମଧ୍ୟ ଲିବ୍ନା ଓ ତହିଁର ରାଜା ପ୍ରତି କରିଥିଲେ, ସେପରି ସେ ଦବୀର ଓ ତହିଁର ରାଜା ପ୍ରତି କଲେ।
40 Así Josué hirió a toda la tierra: la región montañosa, el Neguev, la Sefela y las laderas, y a todos sus reyes. No dejó sobreviviente, sino destruyó absolutamente todo lo que respiraba, tal como Yavé, el ʼElohim de Israel, ordenó.
ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ନିଃଶ୍ୱାସପ୍ରଶ୍ୱାସଧାରୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
41 Porque Josué los mató desde Cades Barnea hasta Gaza, y toda la región montañosa de Gosén hasta Gabaón.
ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବୀୟୋନ୍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।
42 De una vez Josué capturó a todos estos reyes y sus tierras, porque Yavé, el ʼElohim de Israel, peleaba por Israel.
ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
43 Josué, con todo Israel, se volvió a su campamento en Gilgal.
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ଫେରି ଆସିଲେ।