< Jueces 8 >
1 Entonces los hombres de Efraín le dijeron: ¿Qué es esto que hiciste con nosotros, de no llamarnos cuando fuiste a la guerra contra Madián? Y discutieron enérgicamente con él.
ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, “ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ?” ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ।
2 Pero él les dijo: ¿Qué hice yo en comparación con ustedes? ¿No son mejores los rebuscos de Efraín que la cosecha de Abiezer?
ଏଥିରେ ସେ ସେମାନଙ୍କୁ କହିଲେ, “ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି? ଅବୀୟେଷ୍ରୀୟର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ?
3 ʼElohim entregó en sus manos a Oreb y a Zeeb, jefes de Madián. ¿Qué podía hacer yo en comparación con ustedes? Cuando dijo esto, se aplacó su enojo hacia él.
ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍ ଓ ସେବ୍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି?” ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା।
4 Cuando Gedeón y los 300 hombres que tenía consigo llegaron al Jordán y lo cruzaron, estaban cansados, pero continuaron la persecución.
ଏଉତ୍ତାରେ ଗିଦିୟୋନ୍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳାନ୍ତ ହେଲେ ହେଁ ପଛେ ପଛେ ଗୋଡ଼ାଉଥାଆନ୍ତି।
5 Y dijo a los hombres de Sucot: Les ruego que den algunos bocados de pan a la gente que me sigue, porque están cansados, y persigo a Zeba y a Zalmuna, reyes de Madián.
ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, “ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍ଗାମୀ ଲୋକମାନଙ୍କୁ ରୁଟି ଦିଅ; କାରଣ ସେମାନେ କ୍ଳାନ୍ତ ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି।”
6 Pero los jefes de Sucot le respondieron: ¿Están ya en tu mano Zeba y Zalmuna, para que demos pan a tu tropa?
ତହିଁରେ ସୁକ୍କୋତର ଅଧିପତିମାନେ କହିଲେ, “ସେବହ ଓ ସଲମୁନ୍ନର ହାତ ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭ ସୈନ୍ୟଗଣକୁ ରୁଟି ଦେବୁ?”
7 Y Gedeón les contestó: Por esto, cuando Yavé entregue en mi mano a Zeba y a Zalmuna, trillaré la carne de ustedes con espinos y abrojos del desierto.
ତହିଁରେ ଗିଦିୟୋନ୍ କହିଲେ, “ଏସକାଶୁ ସଦାପ୍ରଭୁ ସେବହ ଓ ସଲମୁନ୍ନକୁ ମୋʼ ହସ୍ତରେ ସମର୍ପଣ କଲେ, ମୁଁ ପ୍ରାନ୍ତରର କାନକୋଳି କଣ୍ଟକାଦି ଦ୍ୱାରା ତୁମ୍ଭମାନଙ୍କ ମାଂସ ଚିରିବି।”
8 Subió de allí a Peniel y les dijo las mismas palabras. Y los hombres de Peniel le respondieron de la misma manera que los hombres de Sucot.
ତହୁଁ ସେ ସେଠାରୁ ପନୂୟେଲକୁ ଉଠିଯାଇ ସେଠାର ଲୋକମାନଙ୍କୁ ସେହିପରି କହିଲେ, ତହିଁରେ ସୁକ୍କୋତର ଲୋକମାନେ ଯେପରି ଉତ୍ତର କରିଥିଲେ, ପନୂୟେଲର ଲୋକମାନେ ମଧ୍ୟ ସେହିପରି ଉତ୍ତର ଦେଲେ।
9 Entonces él dijo también a los hombres de Peniel: Cuando yo regrese en paz, derribaré esta torre.
ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, “ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି।”
10 Zeba y Zalmuna estaban en Carcor con su ejército de como 15.000 hombres, los que quedaron de todo el campamento de los hijos del oriente, pues cayeron 120.000 hombres que sacaban espada.
ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ୍ଗଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ।
11 Entonces Gedeón subió por el camino de los que habitan en tiendas al oriente de Noba y de Jogbeá, y atacó al ejército cuando no estaba en guardia.
ଏଉତ୍ତାରେ ଗିଦିୟୋନ୍ ନୋବହ ଓ ଯଗ୍ବିହର ପୂର୍ବ ଦିଗରେ ତମ୍ବୁ ନିବାସୀମାନଙ୍କ ପଥ ଦେଇ ଉଠିଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ।
12 Zeba y Zalmuna huyeron, pero él los persiguió y capturó a los dos reyes de Madián, a Zeba y a Zalmuna. Llenó de terror a todo su ejército.
ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍ବିଗ୍ନ କଲେ।
13 Luego Gedeón, hijo de Joas, regresó de la batalla por la cuesta de Heres,
ତହୁଁ ଯୋୟାଶ୍ର ପୁତ୍ର ଗିଦିୟୋନ୍ ହେରସର ଘାଟି ଦେଇ ଯୁଦ୍ଧରୁ ଫେରି ଆସିଲେ।
14 y detuvo a un joven de los hombres de Sucot y lo interrogó. Éste le dio por escrito los nombres de los jefes de Sucot y de sus ancianos: 76 varones.
ପୁଣି ସେ ସୁକ୍କୋତର ଲୋକମାନଙ୍କ ମଧ୍ୟରୁ ଜଣେ ଯୁବାକୁ ଧରି ପଚାରିଲେ; ତହିଁରେ ସେ ସୁକ୍କୋତର ଅଧିପତି ଓ ତହିଁର ପ୍ରାଚୀନମାନଙ୍କ ସତସ୍ତରି ଜଣର ନାମ ତାଙ୍କ ପାଇଁ ଲେଖାଇ ଦେଲା।
15 Cuando llegó ante los hombres de Sucot, les dijo: Miren a Zeba y a Zalmuna, quienes se burlaron de mí y dijeron: ¿Están ya en tu mano Zeba y Zalmuna, para que demos pan a tus hombres cansados?
ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, “ସେବହ ଓ ସଲମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, ‘ସେବହ ଓ ସଲମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳାନ୍ତ ଲୋକମାନଙ୍କୁ ରୁଟି ଦେବୁ?’”
16 Tomó a los ancianos de la ciudad, y azotó a los varones de Sucot con espinos y abrojos del desierto.
ତହୁଁ ସେ ସେହି ନଗରର ପ୍ରାଚୀନମାନଙ୍କୁ ଧରିଲେ ଓ ପ୍ରାନ୍ତରର କାନକୋଳି କଣ୍ଟକାଦି ନେଇ ତଦ୍ଦ୍ୱାରା ସୁକ୍କୋତର ଲୋକମାନଙ୍କୁ ଶିକ୍ଷା ଦେଲେ।
17 También derribó la torre de Peniel y mató a los varones de la ciudad.
ପୁଣି ସେ ପନୂୟେଲ ଗଡ଼ ଭାଙ୍ଗି ପକାଇଲେ ଓ ନଗରସ୍ଥ ଲୋକମାନଙ୍କୁ ବଧ କଲେ।
18 Luego preguntó a Zeba y a Zalmuna: ¿Qué aspecto tenían los hombres que ustedes mataron en Tabor? Y ellos respondieron: Como tú, así eran ellos. Cada uno parecía el hijo del rey.
ଆଉ ସେ ସେବହକୁ ଓ ସଲମୁନ୍ନକୁ କହିଲେ, “ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କି ପ୍ରକାର ଲୋକ?” ତହିଁରେ ସେମାନେ ଉତ୍ତର କଲେ, “ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ।”
19 Y él dijo: ¡Eran mis hermanos! ¡Los hijos de mi madre! Vive Yavé, que si los hubieron dejado vivos, yo no los mataría a ustedes.
ତେବେ ସେ କହିଲେ, “ସେମାନେ ତ ମୋହର ଭାଇ, ମୋʼ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାʼନ୍ତ ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ।”
20 Y dijo a Jéter, su primogénito: ¡Levántate, mátalos! Pero el joven no desenvainó su espada, pues tuvo temor, porque aún era un muchacho.
ତହୁଁ ସେ ଆପଣା ଜ୍ୟେଷ୍ଠ ପୁତ୍ର ଯେଥରକୁ କହିଲେ, “ଉଠ, ସେମାନଙ୍କୁ ବଧ କର,” ମାତ୍ର ସେ ଯୁବା ଆପଣା ଖଡ୍ଗ ବାହାର କଲା ନାହିଁ, କାରଣ ସେ ଯୁବା ଥିବାରୁ ଭୟ କଲା।
21 Entonces Zeba y Zalmuna dijeron: ¡Levántate tú y mátanos, pues como es el varón, así es su valentía! Y Gedeón se levantó y mató a Zeba y a Zalmuna, y tomó las lunetas que sus camellos llevaban en el cuello.
ତହିଁରେ ସେବହ ଓ ସଲମୁନ୍ନ କହିଲେ, “ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ୱ।” ଏଉତ୍ତାରେ ଗିଦିୟୋନ୍ ଉଠି ସେବହକୁ ଓ ସଲମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।
22 Los hombres de Israel dijeron a Gedeón: Gobiérnanos tú, tu hijo y tu nieto, pues nos libraste de la mano de Madián.
ଏଥିଉତ୍ତାରେ ଇସ୍ରାଏଲ ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର, ମଧ୍ୟ ତୁମ୍ଭ ପୁତ୍ରର ପୁତ୍ର ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କର; କାରଣ ତୁମ୍ଭେ ମିଦୀୟନର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ।”
23 Pero Gedeón respondió: Yo no los gobernaré, ni mi hijo. Yavé los gobernará.
ତହିଁରେ ଗିଦିୟୋନ୍ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବି ନାହିଁ, କିଅବା ମୋʼ ପୁତ୍ର ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ; ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।”
24 Sin embargo, Gedeón les dijo: Les hago una petición: que cada uno me dé los zarcillos de su botín, pues [los madianitas] tenían zarcillos de oro, porque eran ismaelitas.
ପୁଣି ଗିଦିୟୋନ୍ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି ଯେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଲୁଟିତ ନଥ ଆମ୍ଭକୁ ଦିଅ।” କାରଣ ସେମାନେ ଇଶ୍ମାୟେଲୀୟ ଲୋକ ଥିବାରୁ ସେମାନଙ୍କର ସୁବର୍ଣ୍ଣ ନଥ ଥିଲା।
25 Ellos dijeron: Con mucho gusto te los daremos. Y tendieron el manto y allí echó cada uno los zarcillos de su botín.
ତହିଁରେ ସେମାନେ ଉତ୍ତର କଲେ, “ଆମ୍ଭେମାନେ ତାହା ଅବଶ୍ୟ ଦେବୁ।” ପୁଣି ସେମାନେ ବସ୍ତ୍ର ବିଛାଇ ପ୍ରତ୍ୟେକେ ତହିଁ ମଧ୍ୟରେ ଆପଣା ଆପଣା ଲୁଟିତ ନଥ ପକାଇଲେ।
26 El peso de los zarcillos de oro que él pidió fue 18,7 kilogramos de oro, aparte de las lunetas, los pendientes y las ropas de púrpura que llevaban los reyes de Madián, y aparte de los collares que llevaban sus camellos.
ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା।
27 Gedeón hizo con ellos un efod y lo puso en Ofra, su ciudad. Todo Israel se prostituyó allí con aquello, y se convirtió en una trampa para Gedeón y su familia.
ତହୁଁ ଗିଦିୟୋନ୍ ତହିଁରେ ଏକ ଏଫୋଦ ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ୱରୂପ ହେଲା।
28 Así Madián fue sometido ante los hijos de Israel y no volvieron a levantar sus cabezas. Y la tierra tuvo 40 años de descanso en los días de Gedeón.
ଏହିରୂପେ ମିଦୀୟନ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ। ତହୁଁ ଗିଦିୟୋନ୍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା।
29 Jerobaal, hijo de Joás, fue y vivió en su casa.
ଏଥିଉତ୍ତାରେ ଯୋୟାଶ୍ର ପୁତ୍ର ଯିରୁବ୍ବାଲ୍ ଯାଇ ତାଙ୍କ ନିଜ ଗୃହରେ ବାସ କଲେ।
30 Gedeón tuvo 70 hijos que fueron sus descendientes porque tenía muchas mujeres.
ସେହି ଗିଦିୟୋନ୍ର ଔରସଜାତ ସତୁରି ଜଣ ପୁତ୍ର ଥିଲେ; କାରଣ ତାଙ୍କର ଅନେକ ଭାର୍ଯ୍ୟା ଥିଲେ।
31 Su concubina, que vivía en Siquem, también le dio un hijo, y lo llamó Abimelec.
ପୁଣି ଶିଖିମରେ ତାଙ୍କର ଯେଉଁ ଉପପତ୍ନୀ ଥିଲା, ସେ ମଧ୍ୟ ତାଙ୍କର ଏକ ପୁତ୍ର ଜନ୍ମ କଲା, ତହିଁରେ ସେ ତାହାର ନାମ ଅବୀମେଲକ୍ ରଖିଲେ।
32 Gedeón, hijo de Joás, murió en buena vejez. Fue sepultado en el sepulcro de Joás, su padre, en Ofra de los abiezeritas.
ଏଥିଉତ୍ତାରେ ଯୋୟାଶ୍ର ପୁତ୍ର ଗିଦିୟୋନ୍ ଉତ୍ତମ ବୃଦ୍ଧାବସ୍ଥାରେ ମଲେ, ପୁଣି ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ତାଙ୍କ ପିତା ଯୋୟାଶ୍ର କବରରେ କବର ପାଇଲେ।
33 Pero aconteció que cuando Gedeón murió, los hijos de Israel volvieron a prostituirse al seguir a los baales y escogieron a Baal-berit como su ʼelohim.
ଏଥିଉତ୍ତାରେ ଗିଦିୟୋନ୍ ମଲା କ୍ଷଣି ଇସ୍ରାଏଲ ଲୋକମାନେ ଫେରି ବାଲ୍ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍-ବରୀତକୁ ଆପଣାମାନଙ୍କର ଦେବତା ମାନିଲେ।
34 Los hijos de Israel no se acordaron de Yavé su ʼElohim, Quien los libró de mano de todos sus enemigos de alrededor.
ଆଉ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ହସ୍ତରୁ ଇସ୍ରାଏଲ-ସନ୍ତାନଗଣକୁ ରକ୍ଷା କରିଥିଲେ ଯେଉଁ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ତାହାଙ୍କୁ ସେମାନେ ସ୍ମରଣ କଲେ ନାହିଁ।
35 Tampoco se mostraron agradecidos con la casa de Jerobaal, quien es Gedeón, por todo el bien que hizo a Israel.
କିଅବା ଯିରୁବ୍ବାଲ୍, ଅର୍ଥାତ୍, ଗିଦିୟୋନ୍ ଇସ୍ରାଏଲ ପ୍ରତି ଯେରୂପ ସଦୟ ହୋଇଥିଲେ, ସେମାନେ ତଦନୁସାରେ ତାଙ୍କର ବଂଶ ପ୍ରତି ଦୟା ବ୍ୟବହାର କଲେ ନାହିଁ।