< Salmos 15 >

1 Oh Yavé, ¿quién morará en tu Tabernáculo? ¿Quién morará en tu Montaña Santa?
ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ?
2 El que vive en integridad y hace justicia, Y habla la verdad en su corazón.
ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ।
3 El que no calumnia con su boca, Ni hace mal a su amigo, Ni levanta un reproche contra su prójimo,
ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।
4 En cuyos ojos el vil es menospreciado, Pero honra a los que temen a Yavé, El que jura en daño suyo y no cambia,
ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।
5 Quien no presta su dinero con interés, Ni acepta soborno contra el inocente. El que hace estas cosas jamás será movido.
ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚା ଯିବ ନାହିଁ।

< Salmos 15 >