< Salmos 53 >
1 El necio dijo en su corazón: No hay ʼElohim. Están corrompidos. Cometieron repugnante injusticia. No hay uno que haga lo recto.
ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କର ମସ୍କୀଲ୍। “ପରମେଶ୍ୱର ନାହାନ୍ତି” ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ।
2 ʼElohim miró desde el cielo a los hijos de hombres Para ver si hay alguno que entiende, Que busca a ʼElohim.
ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ।
3 Cada uno de ellos se apartó. Juntamente se volvieron corruptos. No hay quien hace lo bueno, Ni siquiera uno.
ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।
4 ¿Los que practican iniquidad no saben Que devoran a mi pueblo como si comieran pan, Y no invocaron a ʼElohim?
ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋʼ ଲୋକମାନଙ୍କୁ ଗ୍ରାସ କରନ୍ତି, ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ।
5 Allí, donde nada había que temer, tuvieron gran terror. Porque ʼElohim dispersó a los que acamparon contra ti, Los avergonzaste, Porque ʼElohim los rechazó.
ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।
6 ¡Oh, que venga de Sion la salvación de Israel! Cuando ʼElohim restaure de la cautividad a su pueblo, ¡Que se regocije Jacob, y se alegre Israel!
ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।