< Salmos 84 >
1 ¡Cuán maravillosas son tus moradas, oh Yavé de las huestes!
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମ!
2 Mi alma anhela Y aun desea ardientemente los patios de Yavé. Mi corazón y mi carne cantan con gozo al ʼElohim vivo.
ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।
3 Aun el pajarillo halla casa, Y la golondrina nido para ella donde colocar sus polluelos. Cerca de tus altares, oh Yavé de las huestes, Rey mío y ʼElohim mío.
ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,
4 ¡Inmensamente felices son los que moran en tu Casa! Perpetuamente te alaban. (Selah)
ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। (ସେଲା)
5 ¡Inmensamente feliz es el hombre que tiene en Ti su fuerza, En cuyo corazón están tus caminos!
ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।
6 Al atravesar el Valle de Lágrimas, hacen en él un estanque. La lluvia temprana también lo cubre con bendiciones.
ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।
7 Irán de poder en poder. Cada uno aparece ante ʼElohim en Sion.
ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।
8 Oh Yavé, ʼElohim de las huestes, escucha mi oración. Presta oído, oh ʼElohim de Jacob. (Selah)
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। (ସେଲା)
9 Mira, oh ʼElohim, Escudo nuestro. Mira el rostro de tu ungido.
ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।
10 Pues mejor es un día en sus patios que 1.000 [fuera de ellos]. Prefiero estar en la puerta de la Casa de mi ʼElohim, Que vivir en las tiendas de perversidad.
କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।
11 Porque Sol y Escudo es Yavé ʼElohim, Gracia y gloria da Yavé. No retendrá el bien a los que andan en integridad.
କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
12 ¡Oh Yavé de las huestes, cuán feliz es el hombre que confía en Ti!
ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।