< 1 Reyes 5 >
1 Hiram rey de Tiro envió también sus siervos a Salomón; desde que oyó que le habían ungido por rey en lugar de su padre; porque Hiram había siempre amado a David.
ଏଥିଉତ୍ତାରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍ର ପ୍ରିୟପାତ୍ର ଥିଲେ।
2 Entonces envió Salomón a Hiram, diciendo:
ଏଣୁ ଶଲୋମନ ହୂରମ୍ ନିକଟକୁ ଏହି କଥା କହି ପଠାଇଲେ,
3 Tú sabes como mi padre David no pudo edificar casa al nombre de Jehová su Dios por las guerras que le cercaron, hasta que Jehová puso sus enemigos debajo de las plantas de sus pies.
“ଆପଣ ଜାଣନ୍ତି, ମୋʼ ପିତା ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରି ପାରିଲେ ନାହିଁ, କାରଣ ସଦାପ୍ରଭୁ (ଶତ୍ରୁମାନଙ୍କୁ) ତାଙ୍କର ପଦତଳସ୍ଥ କରିବା ପର୍ଯ୍ୟନ୍ତ ତାଙ୍କ ଚାରିଆଡ଼େ ଯୁଦ୍ଧ ଘେରିଥିଲା।
4 Ahora Jehová mi Dios me ha dado reposo de todas partes; que ni hay adversario, ni mal encuentro.
ମାତ୍ର ଏବେ ସଦାପ୍ରଭୁ ମୋʼ ପରମେଶ୍ୱର ଚତୁର୍ଦ୍ଦିଗରେ ମୋତେ ବିଶ୍ରାମ ଦେଇଅଛନ୍ତି; ବିପକ୍ଷ କେହି ନାହିଁ, ବା ବିପଦ-ଘଟଣା କିଛି ନାହିଁ।
5 Por tanto ahora yo he determinado de edificar casa al nombre de Jehová mi Dios, como Jehová lo dijo a David mi padre, diciendo: Tu hijo, que yo pondré en tu lugar, en tu trono, él edificará casa a mi nombre.
ଏହେତୁ ଦେଖନ୍ତୁ, ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ମୁଁ ଗୋଟିଏ ଗୃହ ନିର୍ମାଣ କରିବାକୁ ମନସ୍ଥ କରୁଅଛି, କାରଣ ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଥିଲେ, ‘ଆମ୍ଭେ ତୁମ୍ଭ ବଦଳେ ତୁମ୍ଭର ଯେଉଁ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା, ସେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’
6 Manda pues ahora que me corten cedros del Líbano: y mis siervos estarán con los tuyos; y yo te daré por tus siervos el salario que tú dijeres: porque tú sabes bien que ninguno hay entre nosotros que sepa labrar la madera como los Sidonios.
ଏଣୁ ଏବେ ମୋʼ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି, ମୋʼ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ, ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।”
7 Y como Hiram oyó las palabras de Salomón, holgóse en gran manera, y dijo: Bendito sea hoy Jehová, que dio hijo sabio a David sobre este pueblo tan grande.
ସେତେବେଳେ ହୂରମ୍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, “ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।”
8 Y envió Hiram a Salomón, diciendo: Yo he oído lo que me enviaste a decir: Yo haré todo lo que te pluguiere acerca de la madera de cedro, y la madera de haya.
ଏଉତ୍ତାରେ ହୂରମ୍ ଶଲୋମନଙ୍କ ନିକଟକୁ କହି ପଠାଇଲା, “ଆପଣ ମୋʼ ନିକଟକୁ ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି।
9 Mis siervos la llevarán desde el Líbano a la mar; y yo la pondré en balsas por la mar hasta el lugar, que tú me señalares; y allí se desatará, y tú la tomaras, y tú también harás mi voluntad, dando de comer a mi familia.
ମୋʼ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି, ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋʼ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋʼ ବାଞ୍ଛା ସଫଳ କରିବେ।”
10 Y dio Hiram a Salomón madera de cedro, y madera de haya, todo lo que quiso:
ଏହିରୂପେ ହୂରମ୍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ ଓ ଦେବଦାରୁ କାଷ୍ଠ ଦେଲା।
11 Y Salomón daba a Hiram veinte mil coros de trigo para el sustento de su familia, y veinte coros de aceite limpio. Esto daba Salomón a Hiram cada un año.
ପୁଣି, ଶଲୋମନ ହୂରମ୍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ହଜାର ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍କୁ ଦେଲେ।
12 Dio pues Jehová a Salomón sabiduría, como le había dicho: y hubo paz entre Hiram y Salomón: e hicieron alianza entre ambos.
ପୁଣି, ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ ଶଲୋମନଙ୍କୁ ଜ୍ଞାନ ଦେଲେ; ଆଉ ହୂରମ୍ ଓ ଶଲୋମନଙ୍କ ମଧ୍ୟରେ ସନ୍ଧି ଥିଲା ଓ ସେ ଦୁହେଁ ପରସ୍ପର ନିୟମ କଲେ।
13 E impuso el rey Salomón tributo a todo Israel, y el tributo fue treinta mil hombres:
ଏଥିଉତ୍ତାରେ ଶଲୋମନ ରାଜା ସମୁଦାୟ ଇସ୍ରାଏଲ ମଧ୍ୟରୁ ବେଠିକର୍ମ ନିମନ୍ତେ ଲୋକ ସଂଗ୍ରହ କଲେ; ତହିଁରେ ତିରିଶ ହଜାର ଲୋକ ସଂଗୃହୀତ ହେଲେ।
14 Los cuales enviaba al Líbano de diez mil en diez mil cada mes por sus veces: y como habían estado un mes en el Líbano, estábanse dos meses en sus casas: y Adoniram estaba sobre el tributo.
ପୁଣି, ସେ ପାଳି ଅନୁସାରେ ମାସକୁ ଦଶ ହଜାର ଲୋକ ଲିବାନୋନକୁ ପଠାଇଲେ; ସେମାନେ ମାସେ ଲେଖାଏଁ ଲିବାନୋନରେ ଓ ଦୁଇ ମାସ ଲେଖାଏଁ ଘରେ ରହିଲେ ଓ ଅଦୋନୀରାମ୍ ବେଠିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।
15 Tenía también Salomón setenta mil, que llevaban las cargas: y ochenta mil cortadores en el monte;
ପୁଣି, ଶଲୋମନଙ୍କର ସତୁରି ହଜାର ଭାରବାହକ ଓ ପର୍ବତରେ ଅଶୀ ହଜାର ପଥର-କଟାଳୀ ଥିଲେ।
16 Sin los principales gobernadores de Salomón que estaban puestos sobre la obra, que eran tres mil y trescientos, los cuales tenían cargo del pueblo que hacía la obra.
ଏହାଛଡ଼ା କର୍ମକାରୀ ଲୋକମାନଙ୍କ ଉପରେ ଶଲୋମନଙ୍କର ତିନି ହଜାର ତିନି ଶହ ପ୍ରଧାନ କାର୍ଯ୍ୟାଧ୍ୟକ୍ଷ ନିଯୁକ୍ତ ଥିଲେ।
17 Y mandó el rey que trajesen grandes piedras, piedras de precio para los cimientos de la casa, y piedras labradas:
ପୁଣି, ପ୍ରସ୍ତୁତ ପ୍ରସ୍ତରରେ ଗୃହର ଭିତ୍ତିମୂଳ ସ୍ଥାପନ କରିବା ନିମନ୍ତେ ସେମାନେ ରାଜାଜ୍ଞାରେ ବୃହତ ପ୍ରସ୍ତର ଓ ମୂଲ୍ୟବାନ ପ୍ରସ୍ତର ଖୋଳିଲେ।
18 Y los albañiles de Salomón, y los de Hiram, y los aparejadores cortaron y aparejaron la madera y la cantería para labrar la casa.
ଆଉ ଶଲୋମନଙ୍କର, ହୂରମ୍ର ରାଜମିସ୍ତ୍ରୀମାନେ ଓ ଗିବ୍ଲୀୟ ଲୋକମାନେ ସେସବୁର ଗଠନ କଲେ, ଏହିରୂପେ ସେମାନେ ଗୃହ ନିର୍ମାଣ ନିମନ୍ତେ କାଷ୍ଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।