< Génesis 26 >
1 Y hubo hambre en la tierra además de la primera hambre, que fue en los días de Abraham: y fuése Isaac a Abimelec, rey de los Filisteos, en Gerar.
ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ।
2 Y apareciósele Jehová, y díjole: No desciendas a Egipto: habita en la tierra que yo te diré.
ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।
3 Habita en esta tierra, y yo seré contigo; y te bendeciré; porque a ti, y a tu simiente, daré todas estas tierras; y confirmaré el juramento que juré a Abraham tu padre.
ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
4 Y yo multiplicaré tu simiente como las estrellas del cielo; y daré a tu simiente todas estas tierras: y todas las gentes de la tierra serán benditas en tu simiente;
ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।
5 Por cuanto oyó Abraham mi voz, y guardó mi observancia, mis mandamientos, mis estatutos, y mis leyes.
ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”
6 Así habitó Isaac en Gerar.
ତହିଁରେ ଇସ୍ହାକ ଗରାରଠାରେ ବାସ କଲେ।
7 Y los hombres de aquel lugar preguntaron de su mujer; y él respondió: Es mi hermana: Porque tuvo miedo de decir; Es mi mujer: Quizá, dijo él, los varones de aquel lugar me matarán por causa de Rebeca; porque era hermosa de vista.
ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।
8 Y fue, que como él estuvo allí muchos días, Abimelec, rey de los Filisteos, mirando por una ventana, vio a Isaac que jugaba con Rebeca su mujer:
ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ।
9 Y llamó Abimelec a Isaac, y dijo: He aquí, ciertamente ella es tu mujer: ¿cómo pues dijiste: Es mi hermana? E Isaac le respondió: Porque dije: Quizá moriré por causa de ella.
ତେଣୁ ଅବିମେଲକ ଇସ୍ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ‘ତୁମ୍ଭେ ତାହାକୁ ଆପଣା ଭଗିନୀ’ ବୋଲି କିପରି କହିଲ?” ସେତେବେଳେ ଇସ୍ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।”
10 Y Abimelec dijo: ¿Por qué nos has hecho esto? Por poco hubiera dormido alguno del pueblo con tu mujer, y hubieras traído sobre nosotros el pecado.
ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।”
11 Entonces Abimelec mandó a todo el pueblo, diciendo: El que tocare a este hombre, o a su mujer, muriendo morirá.
ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, “ଯେକେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।”
12 Y sembró Isaac en aquella tierra, y halló aquel año cien modios; y bendíjole Jehová.
ଏଥିଉତ୍ତାରେ ଇସ୍ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।
13 Y el varón se engrandeció, y fue yendo y engrandeciéndose, hasta hacerse muy grande.
ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି, ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ ହେଲେ
14 Y tuvo hato de ovejas, y hato de vacas, y grande apero; y los Filisteos le tuvieron envidia.
ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।
15 Y todos los pozos que habían abierto los siervos de Abraham su padre en sus días, los Filisteos los habían cerrado, y henchido de tierra.
ଏଣୁ ତାଙ୍କର ପିତା ଅବ୍ରହାମଙ୍କ ସମୟରେ ତାଙ୍କ ପିତାଙ୍କ ଦାସମାନେ ଯେଉଁ ଯେଉଁ କୂପ ଖୋଳିଥିଲେ, ପଲେଷ୍ଟୀୟ ଲୋକମାନେ ମୃତ୍ତିକା ଦ୍ୱାରା ସେହି ସବୁ ପୋତି ପକାଇଲେ।
16 Y dijo Abimelec a Isaac: Apártate de nosotros; porque mucho más fuerte que nosotros te has hecho.
ଏଥିଉତ୍ତାରେ ଅବିମେଲକ ଇସ୍ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ।”
17 E Isaac se fue de allí; y asentó sus tiendas en el valle de Gerar, y habitó allí.
ତହିଁରେ ଇସ୍ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ବୁ ସ୍ଥାପନ କରି ସେହିଠାରେ ବାସ କଲେ।
18 Y volvió Isaac, y abrió los pozos de agua, que habían abierto en los días de Abraham su padre, y que los Filisteos habían cerrado muerto Abraham: y llamólos de los nombres que su padre los había llamado.
ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ।
19 Y los siervos de Isaac cavaron en el valle, y hallaron allí un pozo de aguas vivas.
ଆଉ ଇସ୍ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ।
20 Y los pastores de Gerar riñeron con los pastores de Isaac, diciendo: El agua es nuestra. Por eso llamó el nombre del pozo Esek, porque habían altercado con él.
ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର,” ଏଣୁ ସେ ସେହି କୂପର ନାମ “ଏଷକ” (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ।
21 Y abrieron otro pozo; y riñeron también sobre él: y llamó su nombre, Sitna.
ଏଥିଉତ୍ତାରେ ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍ହାକ ତହିଁର ନାମ “ସିଟ୍ନା” (ଶତ୍ରୁତା) ରଖିଲେ।
22 Y pasóse de allí, y abrió otro pozo, y no riñeron sobre él: y llamó su nombre Rehobot, y dijo: Porque ahora nos ha hecho ensanchar Jehová, y fructificarémos en la tierra.
ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, “ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।”
23 Y de allí subió a Beer-seba.
ଏଥିଉତ୍ତାରେ ସେ ସେହି ସ୍ଥାନରୁ ବେର୍ଶେବାକୁ ଗଲେ।
24 Y apareciósele Jehová aquella noche, y dijo: Yo soy el Dios de Abraham tu padre: no temas, que yo soy contigo; y yo te bendeciré, y multiplicaré tu simiente por causa de Abraham mi siervo.
ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”
25 Y edificó allí altar, e invocó el nombre de Jehová, y tendió allí su tienda; y abrieron allí los siervos de Isaac un pozo.
ଏଥିଉତ୍ତାରେ ଇସ୍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟିଏ କୂପ ଖୋଳିଲେ।
26 Y Abimelec vino a él desde Gerar, y Ocozat amigo suyo, y Ficol capitán de su ejército.
ଏଥିଉତ୍ତାରେ ଅବିମେଲକ ଅହୁଷତ୍ ନାମକ ଆପଣା ମିତ୍ରକୁ ଓ ଫୀଖୋଲ ନାମକ ସେନାପତିକୁ ସଙ୍ଗରେ ଘେନି ଗରାରଠାରୁ ଇସ୍ହାକଙ୍କ ନିକଟକୁ ଗଲେ।
27 Y díjoles Isaac: ¿Por qué venís a mí, pues que me habéis aborrecido, y me enviasteis que no estuviese con vosotros?
ତହିଁରେ ଇସ୍ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋʼ ନିକଟକୁ କାହିଁକି ଆସିଅଛ?”
28 Y ellos respondieron: Hemos visto que Jehová es contigo; y dijimos: Haya ahora juramento entre nosotros; entre nosotros y ti: y haremos alianza contigo;
ତହିଁରେ ସେମାନେ ଉତ୍ତର କଲେ, “ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ;
29 Que no nos hagas mal, como nosotros no te hemos tocado, y como solamente te hemos hecho bien, y te enviamos en paz: tú ahora, bendito de Jehová.
ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରି ନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରି ନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।”
30 Entonces él les hizo banquete, y comieron, y bebieron.
ସେତେବେଳେ ଇସ୍ହାକ ସେମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନପାନ କଲେ।
31 Y madrugaron por la mañana, y juraron el uno al otro, e Isaac los envió, y partiéronse de él en paz.
ଏଥିଉତ୍ତାରେ ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି, ଇସ୍ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ।
32 Y fue que en aquel día vinieron los siervos de Isaac, y diéronle nuevas de los negocios del pozo que habían abierto, y dijéronle: Agua hemos hallado.
ସେହି ଦିନ ଇସ୍ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।”
33 Y llamóle Siba; por esta causa el nombre de aquella ciudad es Beer-seba hasta este día.
ଏହେତୁ ସେ ସେହି କୂପର ନାମ ଶୀବା ରଖିଲେ, ପୁଣି, ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନଗର ବେର୍ଶେବା ନାମରେ ଖ୍ୟାତ ଅଟେ।
34 Y como Esaú fue de cuarenta años, tomó por mujer a Judit, hija de Beeri Jetteo, y a Basemat hija de Elón Jetteo.
ଏଥିଉତ୍ତାରେ ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନ୍ର ବାସମତ୍ ନାମ୍ନୀ କନ୍ୟାକୁ ବିବାହ କଲେ।
35 Y fueron amargura de espíritu a Isaac, y a Rebeca.
ମାତ୍ର ସେମାନେ ଇସ୍ହାକ ଓ ରିବିକାଙ୍କ ମନର ଦୁଃଖଦାୟିନୀ ହେଲେ।