< Salmos 114 >
1 En saliendo Israel de Egipto, la casa de Jacob del pueblo bárbaro,
ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;
2 Judá fue por su santidad: Israel su señorío.
ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,
3 La mar vio, y huyó: el Jordán se volvió atrás.
ସମୁଦ୍ର ତାହା ଦେଖି ପଳାଇଲା; ଯର୍ଦ୍ଦନ ଉଜାଣି ବହିଲା।
4 Los montes saltaron como carneros; los collados, como hijos de ovejas.
ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।
5 ¿Qué tuviste mar, que huiste? ¿Jordán qué te volviste atrás?
ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?
6 ¿Los montes saltasteis como carneros, y los collados como hijos de ovejas?
ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ?
7 A la presencia del Señor tiembla la tierra, a la presencia del Dios de Jacob.
ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ;
8 El cual tornó la peña en estanque de aguas, y la roca en fuente de aguas.
ସେ ଶୈଳକୁ ଜଳାଶୟ, ଚକ୍ମକି ପ୍ରସ୍ତରକୁ ନିର୍ଝର କଲେ।