< Salmos 54 >
1 O! Dios, sálvame en tu nombre, y con tu valentía me defiende.
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। “ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ?” ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ। ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର।
2 O! Dios, oye mi oración, escucha las razones de mi boca.
ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋʼ ମୁଖର କଥାରେ କର୍ଣ୍ଣପାତ କର।
3 Porque extraños se han levantado contra mí, y fuertes han buscado a mi alma: no han puesto a Dios delante de si. (Selah)
କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। (ସେଲା)
4 He aquí, Dios es el que me ayuda; el Señor es con los que sustentan mi vida.
ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋʼ ପ୍ରାଣରକ୍ଷକ ଅଟନ୍ତି।
5 El volverá el mal a mis enemigos; córtalos por tu verdad.
ସେ ମୋʼ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର।
6 Voluntariamente sacrificaré a ti; alabaré tu nombre, o! Jehová, porque es bueno.
ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ।
7 Porque me ha escapado de toda angustia, y en mis enemigos vieron mis ojos la venganza.
ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି।