< Apocalipsis 3 >

1 Y escribe al ángel de la iglesia que está en Sárdis: El que tiene los siete Espíritus de Dios, y las siete estrellas, dice estas cosas: Yo conozco tus obras: que tienes nombre, que vives, y estás muerto.
“ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଈଶ୍ବରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।
2 Sé vigilante, y corrobora las cosas que restan, que están para morir; porque no he hallado tus obras perfectas delante de Dios.
ଜାଗ୍ରତ ହୁଅ, ପୁଣି, ମୃତ୍ୟୁ ନିମନ୍ତେ ପ୍ରସ୍ତୁତ ଅବଶିଷ୍ଟ ବିଷୟସବୁକୁ ସବଳ କର; କାରଣ ଆମ୍ଭେ ତୁମ୍ଭର କର୍ମସବୁକୁ ଆମ୍ଭର ଈଶ୍ବରଙ୍କ ଛାମୁରେ ସିଦ୍ଧ ବୋଲି ଦେଖି ନାହୁଁ।
3 Acuérdate pues de lo que has recibido, y has oído, y guárda lo, y arrepiéntete. Que si no velares, vendré a ti como ladrón, y no sabrás a qué hora vendré a ti.
ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନ-ପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;
4 Empero tienes unos pocos nombres aun en Sárdis, que no han ensuciado sus vestiduras, y andarán conmigo en vestiduras blancas; porque son dignos.
ତଥାପି ଯେଉଁମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ।
5 El que venciere, éste será vestido de vestiduras blancas; y no borraré su nombre del libro de la vida, antes confesaré su nombre delante de mi Padre, y delante de sus ángeles.
ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ।
6 El que tiene oído, oiga lo que el Espíritu dice a las iglesias.
ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”
7 Y escribe al ángel de la iglesia que está en Filadelfia: El Santo y Verdadero, el que tiene la llave de David; el que abre, y ninguno cierra; el que cierra, y ninguno abre, dice estas cosas:
“ଫିଲାଦେଲ୍‌ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,
8 Yo conozco tus obras: he aquí, te he dado una puerta abierta delante de ti, y ninguno la puede cerrar; porque tú tienes una poquita de potencia, y has guardado mi palabra, y no has negado mi nombre.
ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟ ଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଫିଟାଇଅଛୁ, କେହି ତାହା ବନ୍ଦ କରିପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ୱୀକାର କରି ନାହଁ।
9 He aquí, yo doy de la sinagoga de Satanás, los que se dicen ser Judíos, y no lo son, mas mienten: he aquí, yo los constreñiré a que vengan, y adoren delante de tus pies, y sepan que yo te he amado.
ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।
10 Porque has guardado la palabra de mi paciencia, yo también te guardaré de la hora de la tentación, que ha de venir sobre todo el universo mundo, para probar los que moran en la tierra.
ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।
11 Cata, que yo vengo prestamente: ten lo que tienes, para que ninguno tome tu corona.
ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।
12 Al que venciere, yo le haré columna en el templo de mi Dios, y nunca más saldrá fuera; y escribiré sobre él el nombre de mi Dios, y el nombre de la ciudad de mi Dios, que es la nueva Jerusalem, la cual desciende del cielo de mi Dios, y mi nombre nuevo.
ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ବରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆପଣା ଈଶ୍ବରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଈଶ୍ବରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ।
13 El que tiene oído, oiga lo que el Espíritu dice a las iglesias.
ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”
14 Y escribe al ángel de la iglesia de los Laodicenses: Estas cosas dice el Amén, el testigo fiel y verdadero, el principio de la creación de Dios:
“ଲାଅଦିକିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,
15 Yo conozco tus obras: que ni eres frío, ni caliente. Ojalá fueses frío, o hirviente;
ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା।
16 Mas porque eres tibio, y no frío ni hirviente, yo te vomitaré de mi boca.
ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ।
17 Porque tú dices: Yo soy rico, y soy enriquecido, y no tengo necesidad de ninguna cosa; y no conoces que tú eres cuitado, y miserable, y pobre, y ciego, y desnudo.
ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଗ୍ନ, ଏହା ଜାଣ ନାହିଁ;
18 Yo te aconsejo que de mí compres oro afinado en el fuego, para que seas hecho rico; y vestiduras blancas, para que seas vestido, y que la vergüenza de tu desnudez no se descubra; y unge tus ojos con colirio, para que veas.
ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଗ୍ନତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ।
19 Yo reprendo y castigo a todos los que amo: sé pues zeloso, y arrepiéntete.
ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନ-ପରିବର୍ତ୍ତନ କର।
20 He aquí, que yo estoy parado a la puerta, y llamo: si alguno oyere mi voz, y me abriere la puerta, entraré a él, y cenaré con él, y él conmigo.
ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋହର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ।
21 Al que venciere, yo le daré que se asiente conmigo en mi trono: así como yo también vencí, y me asenté con mi Padre en su trono.
ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।
22 El que tiene oreja, oiga lo que el Espíritu dice a las iglesias.
ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”

< Apocalipsis 3 >