< Amós 1 >
1 LAS palabras de Amós, que fué entre los pastores de Tecoa, las cuales vió acerca de Israel en días de Uzzía rey de Judá, y en días de Jeroboam hijo de Joas rey de Israel, dos años antes del terremoto.
ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ।
2 Y dijo: Jehová bramará desde Sión, y dará su voz desde Jerusalem; y las estancias de los pastores se enlutarán, y secaráse la cumbre del Carmelo.
ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”
3 Así ha dicho Jehová: Por tres pecados de Damasco, y por el cuarto, no desviaré su castigo; porque trillaron á Galaad con trillos de hierro.
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;
4 Y meteré fuego en la casa de Hazael, y consumirá los palacios de Benhadad.
ମାତ୍ର ଆମ୍ଭେ ହସାୟେଲ ରାଜାଙ୍କ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ।
5 Y quebraré la barra de Damasco, y talaré los moradores de Bicath-aven, y los gobernadores de Beth-eden: y el pueblo de Aram será trasportado á Chîr, dice Jehová.
ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା। ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍କୁ ଯିବେ।”
6 Así ha dicho Jehová: Por tres pecados de Gaza, y por el cuarto, no desviaré su castigo; porque llevó cautiva toda la cautividad, para entregarlos á Edom.
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ।
7 Y meteré fuego en el muro de Gaza, y quemará sus palacios.
ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
8 Y talaré los moradores de Azoto, y los gobernadores de Ascalón: y tornaré mi mano sobre Ecrón, y las reliquias de los Palestinos perecerán, ha dicho el Señor Jehová.
ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
9 Así ha dicho Jehová: Por tres pecados de Tiro, y por el cuarto, no desviaré su castigo; porque entregaron la cautividad entera á Edom, y no se acordaron del concierto de hermanos.
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;
10 Y meteré fuego en el muro de Tiro, y consumirá sus palacios.
ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।”
11 Así ha dicho Jehová: Por tres pecados de Edom, y por el cuarto, no desviaré su castigo; porque persiguió á cuchillo á su hermano, y rompió sus conmiseraciones; y con su furor le ha robado siempre, y ha perpetuamente guardado el enojo.
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।
12 Y meteré fuego en Temán, y consumirá los palacios de Bosra.
ମାତ୍ର ଆମ୍ଭେ ତୈମନ୍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”
13 Así ha dicho Jehová: Por tres pecados de los hijos de Ammón, y por el cuarto, no desviaré su castigo; porque abrieron las preñadas de Galaad, para ensanchar su término.
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।
14 Y encenderé fuego en el muro de Rabba, y consumirá sus palacios con estruendo en día de batalla, con tempestad en día tempestuoso:
ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
15 Y su rey irá en cautiverio, él y sus príncipes todos, dice Jehová.
ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣ ଏକ ସଙ୍ଗେ ନିର୍ବାସିତ ହୋଇଯିବେ। ଏହା ସଦାପ୍ରଭୁ କହନ୍ତି।”