< Deuteronomio 13 >
1 CUANDO se levantare en medio de ti profeta, ó soñador de sueños, y te diere señal ó prodigio,
ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ,
2 Y acaeciere la señal ó prodigio que él te dijo, diciendo: Vamos en pos de dioses ajenos, que no conociste, y sirvámosles;
ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, “ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା;”
3 No darás oído á las palabras de tal profeta, ni al tal soñador de sueños: porque Jehová vuestro Dios os prueba, para saber si amáis á Jehová vuestro Dios con todo vuestro corazón, y con toda vuestra alma.
ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।
4 En pos de Jehová vuestro Dios andaréis, y á él temeréis, y guardaréis sus mandamientos, y escucharéis su voz, y á él serviréis, y á él os allegaréis.
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ।
5 Y el tal profeta ó soñador de sueños, ha de ser muerto; por cuanto trató de rebelión contra Jehová vuestro Dios, que te sacó de tierra de Egipto, y te rescató de casa de siervos, y de echarte del camino por el que Jehová tu Dios te mandó que anduvieses: y así quitarás el mal de en medio de ti.
ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।
6 Cuando te incitare tu hermano, hijo de tu madre, ó tu hijo, ó tu hija, ó la mujer de tu seno, ó tu amigo que sea como tu alma, diciendo en secreto: Vamos y sirvamos á dioses ajenos, que ni tú ni tus padres conocisteis,
ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍, “ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେକୌଣସି ଗୋଷ୍ଠୀର ଯେକୌଣସି ଦେବତା ହେଉ,
7 De los dioses de los pueblos que están en vuestros alrededores cercanos á ti, ó lejos de ti, desde el un cabo de la tierra hasta el otro cabo de ella;
ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣ ସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ;”
8 No consentirás con él, ni le darás oído; ni tu ojo le perdonará, ni tendrás compasión, ni lo encubrirás:
ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ।
9 Antes has de matarlo; tu mano será primero sobre él para matarle, y después la mano de todo el pueblo.
ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ।
10 Y has de apedrearlo con piedras, y morirá; por cuanto procuró apartarte de Jehová tu Dios, que te sacó de tierra de Egipto, de casa de siervos:
ତାହାର ମରଣ ପର୍ଯ୍ୟନ୍ତ ତାହାକୁ ପ୍ରସ୍ତରାଘାତ କରିବ; ଯେହେତୁ ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରୁ ଭୁଲାଇ ନେବା ପାଇଁ ସେ ଚେଷ୍ଟା କଲା।
11 Para que todo Israel oiga, y tema, y no tornen á hacer cosa semejante á esta mala cosa en medio de ti.
ତହିଁରେ ସମୁଦାୟ ଇସ୍ରାଏଲ ତାହା ଶୁଣିବେ ଓ ଭୟ କରିବେ, ପୁଣି ତୁମ୍ଭ ମଧ୍ୟରେ ଆଉ ଏପରି ଦୁଷ୍ଟତା କରିବେ ନାହିଁ।
12 Cuando oyeres de alguna de tus ciudades que Jehová tu Dios te da para que mores en ellas, que se dice:
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାସ କରିବା ନିମନ୍ତେ ଯେଉଁ ଯେଉଁ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ,
13 Hombres, hijos de impiedad, han salido de en medio de ti, que han instigado á los moradores de su ciudad, diciendo: Vamos y sirvamos á dioses ajenos, que vosotros no conocisteis;
ଯେ କେତେକ ଦୁଷ୍ଟ ଲୋକ ତୁମ୍ଭ ମଧ୍ୟରୁ ବାହାରି, “ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ,” ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;
14 Tú inquirirás, y buscarás, y preguntarás con diligencia; y si pareciere verdad, cosa cierta, que tal abominación se hizo en medio de ti,
ତେବେ ତୁମ୍ଭେ ବୁଝିବ ଓ ଖୋଜିବ ଓ ଭଲ ରୂପେ ପଚାରିବ ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ତୁମ୍ଭ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;
15 Irremisiblemente herirás á filo de espada los moradores de aquella ciudad, destruyéndola con todo lo que en ella hubiere, y [también] sus bestias á filo de espada.
ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କରିବ, ପୁଣି ନଗର, ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କରିବ;
16 Y juntarás todo el despojo de ella en medio de su plaza, y consumirás con fuego la ciudad y todo su despojo, todo ello, á Jehová tu Dios: y será un montón para siempre: nunca más se edificará.
ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେହି ସମସ୍ତ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ।
17 Y no se pegará algo á tu mano del anatema; porque Jehová se aparte del furor de su ira, y te dé mercedes, y tenga misericordia de ti, y te multiplique, como lo juró á tus padres,
ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;
18 Cuando obedecieres á la voz de Jehová tu Dios, guardando todos sus mandamientos que yo te prescribo hoy, para hacer lo recto en ojos de Jehová tu Dios.
ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ।