< Jeremías 34 >

1 PALABRA que fué á Jeremías de Jehová, (cuando Nabucodonosor rey de Babilonia, y todo su ejército, y todos los reinos de la tierra del señorío de su mano, y todos los pueblos, peleaban contra Jerusalem, y contra todas sus ciudades, ) diciendo:
ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା:
2 Así ha dicho Jehová Dios de Israel: Ve, y habla á Sedechîas rey de Judá, y dile: Así ha dicho Jehová: He aquí entregaré yo esta ciudad en mano del rey de Babilonia, y la abrasaré con fuego:
“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ।
3 Y no escaparás tú de su mano, sino que de cierto serás preso, y en su mano serás entregado; y tus ojos verán los ojos del rey de Babilonia, y te hablará boca á boca, y en Babilonia entrarás.
ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ।
4 Con todo eso, oye palabra de Jehová, Sedechîas rey de Judá: Así ha dicho Jehová de ti: No morirás á cuchillo;
ତଥାପି ହେ ସିଦିକୀୟ ଯିହୁଦାର ରାଜନ୍‍, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି, ତୁମ୍ଭେ ଖଡ୍ଗ ଦ୍ୱାରା ମରିବ ନାହିଁ;
5 En paz morirás, y conforme á las quemas de tus padres, los reyes primeros que fueron antes de ti, así quemarán por ti, y te endecharán, [diciendo], ¡Ay, señor!; porque yo he hablado la palabra, dice Jehová.
ତୁମ୍ଭେ ଶାନ୍ତିରେ ମରିବ; ପୁଣି, ତୁମ୍ଭ ପିତୃଲୋକମାନଙ୍କ ନିମନ୍ତେ, ତୁମ୍ଭ ପୂର୍ବବର୍ତ୍ତୀ ରାଜାମାନଙ୍କ ନିମନ୍ତେ ଯେପରି ଦାହ ହୋଇଥିଲା, ସେପରି ଲୋକମାନେ ତୁମ୍ଭ ନିମନ୍ତେ ସୁଗନ୍ଧି ଧୂପଦାହ କରିବେ; ଆଉ, ‘ହାୟ ପ୍ରଭୋ! ହାୟ ପ୍ରଭୋ!’ ବୋଲି ତୁମ୍ଭ ନିମନ୍ତେ ବିଳାପ କରିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି କଥା କହିଅଛୁ।”
6 Y habló Jeremías profeta á Sedechîas rey de Judá todas estas palabras en Jerusalem.
ତହୁଁ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିରୂଶାଲମରେ ଯିହୁଦାର ରାଜା ସିଦିକୀୟକୁ ଏହିସବୁ କଥା କହିଲେ।
7 Y el ejército del rey de Babilonia peleaba contra Jerusalem, y contra todas las ciudades de Judá que habían quedado, contra Lachîs, y contra Azeca; porque de las ciudades fuertes de Judá éstas habían quedado.
ସେସମୟରେ ବାବିଲ ରାଜାର ସୈନ୍ୟ ଯିରୂଶାଲମ ବିରୁଦ୍ଧରେ ଓ ଯିହୁଦାର ଅବଶିଷ୍ଟସକଳ ନଗର ଅର୍ଥାତ୍‍ ଲାଖୀଶ୍‍ ଓ ଅସେକା ବିରୁଦ୍ଧରେ ଯୁଦ୍ଧ କରୁଥିଲେ; କାରଣ ଯିହୁଦା ଦେଶସ୍ଥ ନଗରସମୂହ ମଧ୍ୟରେ ଏହି ଦୁଇଟି ମାତ୍ର ପ୍ରାଚୀର-ବେଷ୍ଟିତ ନଗର ଅବଶିଷ୍ଟ ଥିଲା।
8 Palabra que fué á Jeremías de Jehová, después que Sedechîas hizo concierto con todo el pueblo en Jerusalem, para promulgarles libertad:
ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟ ଦାସକୁ ଓ ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟା ଦାସୀକୁ ମୁକ୍ତ କରି ବିଦାୟ କରିବେ; କେହି ସେମାନଙ୍କୁ, ଅର୍ଥାତ୍‍ ଆପଣା ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବ ନାହିଁ,
9 Que cada uno dejase su siervo, y cada uno su sierva, hebreo y hebrea, libres; que ninguno usase de los Judíos su hermanos como de siervos.
ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
10 Y como oyeron todos los príncipes, y todo el pueblo que habían venido en el concierto de dejar cada uno su siervo y cada uno su sierva libres, que ninguno usase más de ellos como de siervos, obedecieron, y dejáronlos.
ସମସ୍ତ ଅଧିପତି ଓ ସମସ୍ତ ଲୋକେ ଏହି ନିୟମରେ ଆବଦ୍ଧ ହୋଇ, ପ୍ରତ୍ୟେକେ ଆପଣା ଆପଣା ଦାସକୁ ଓ ପ୍ରତ୍ୟେକେ ଆପଣା ଆପଣା ଦାସୀକୁ ମୁକ୍ତ କରି ବିଦାୟ କରିଦେବେ, କେହି ସେମାନଙ୍କୁ ଆଉ ଦାସ୍ୟକର୍ମ କରାଇବେ ନାହିଁ ବୋଲି ସମ୍ମତ ହେଲେ, ସେମାନେ ସମ୍ମତ ହୋଇ ସେମାନଙ୍କୁ ବିଦାୟ କରିଦେଲେ;
11 Mas después se arrepintieron, é hicieron tornar los siervos y las siervas que habían dejado libres, y sujetáronlos por siervos y por siervas.
ମାତ୍ର ତହିଁ ଉତ୍ତାରେ ସେମାନେ ଫେରି ଯେଉଁ ଦାସଦାସୀମାନଙ୍କୁ ମୁକ୍ତ କରି ବିଦାୟ କରି ଦେଇଥିଲେ, ସେମାନଙ୍କୁ ପୁନର୍ବାର ଅଣାଇ ଆପଣାମାନଙ୍କ ଦାସଦାସୀ ହେବା ନିମନ୍ତେ ବଶୀଭୂତ କଲେ।
12 Y fué palabra de Jehová á Jeremías, de parte de Jehová, diciendo:
ଏହେତୁ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,
13 Así dice Jehová Dios de Israel: Yo hice pacto con vuestros padres el día que los saqué de tierra de Egipto, de casa de siervos, diciendo:
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭେ ମିସର ଦେଶରୁ ଦାସଗୃହରୁ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଏକ ନିୟମ କଲୁ, ଯଥା,
14 Al cabo de siete años dejaréis cada uno á su hermano hebreo que te fuere vendido; te servirá pues seis años, y lo enviarás libre de ti: mas vuestros padres no me oyeron, ni inclinaron su oído.
‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ;’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ।
15 Y vosotros os habíais hoy convertido, y hecho lo recto delante de mis ojos, anunciando cada uno libertad á su prójimo; y habíais hecho concierto en mi presencia, en la casa sobre la cual es invocado mi nombre:
ପୁଣି, ତୁମ୍ଭେମାନେ ଏଥିପୂର୍ବେ ଫେରି ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କରିଥିଲ ଓ ଆମ୍ଭ ନାମରେ ଖ୍ୟାତ ଗୃହରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ
16 Pero os habéis vuelto y profanado mi nombre, y habéis tornado á tomar cada uno su siervo y cada uno su sierva, que habíais dejado libres á su voluntad; y los habéis sujetado á seros siervos y siervas.
ମାତ୍ର ତୁମ୍ଭେମାନେ ଫେରି ଆମ୍ଭ ନାମ ଅପବିତ୍ର କଲ, ଆଉ ଯେଉଁମାନଙ୍କୁ ମୁକ୍ତ କରି ସେମାନଙ୍କ ଇଚ୍ଛାନୁସାରେ ବିଦାୟ କରି ଦେଇଥିଲ, ତୁମ୍ଭମାନଙ୍କର ପ୍ରତ୍ୟେକେ ଆପଣା ଆପଣା ସେହି ଦାସଦାସୀକୁ ପୁନର୍ବାର ଅଣାଇ ଆପଣାମାନଙ୍କର ଦାସଦାସୀ ହେବା ପାଇଁ ବଶୀଭୂତ କରିଅଛ।
17 Por tanto, así ha dicho Jehová: Vosotros no me habéis oído en promulgar cada uno libertad á su hermano, y cada uno á su compañero: he aquí que yo os promulgo libertad, dice Jehová, á cuchillo y á pestilencia y á hambre; y os pondré en remoción á todos los reinos de la tierra.
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
18 Y entregaré á los hombres que traspasaron mi pacto, que no han llevado á efecto las palabras del pacto que celebraron en mi presencia dividiendo en dos partes el becerro y pasando por medio de ellas:
ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ଡ କରି ତନ୍ମଧ୍ୟ ଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରି ନାହାନ୍ତି, ସେମାନଙ୍କୁ,
19 A los príncipes de Judá y á los príncipes de Jerusalem, á los eunucos y á los sacerdotes, y á todo el pueblo de la tierra, que pasaron entre las partes del becerro,
ଅର୍ଥାତ୍‍, ଯିହୁଦାର ଅଧିପତିଗଣକୁ ଓ ଯିରୂଶାଲମର ଅଧିପତିଗଣକୁ, ନପୁଂସକଗଣକୁ ଓ ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ, ଯେଉଁମାନେ ଗୋବତ୍ସର ଦୁଇ ଖଣ୍ଡର ମଧ୍ୟଦେଇ ଗମନ କଲେ, ସେମାନଙ୍କୁ ଆମ୍ଭେ ସମର୍ପଣ କରିବା;
20 Entregarélos en mano de sus enemigos y en mano de los que buscan su alma; y sus cuerpos muertos serán para comida de las aves del cielo, y de las bestias de la tierra.
ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।
21 Y á Sedechîas rey de Judá, y á sus príncipes, entregaré en mano de sus enemigos, y en mano de los que buscan su alma, y en mano del ejército del rey de Babilonia, que se fueron de vosotros.
ପୁଣି, ଯିହୁଦାର ରାଜା ସିଦିକୀୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠି ଯାଇଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବା।
22 He aquí, mandaré yo, dice Jehová, y harélos volver á esta ciudad, y pelearán contra ella, y la tomarán, y la abrasarán á fuego; y reduciré á soledad las ciudades de Judá, hasta no quedar morador.
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”

< Jeremías 34 >