< 1 Crónicas 15 >
1 Hizo también casas para sí en la ciudad de David, y labró un lugar para el arca de Dios, y le tendió una tienda.
ଆହୁରି ଦାଉଦ ଆପଣା ପାଇଁ ଦାଉଦ ନଗରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ୱରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ବୁ ସ୍ଥାପନ କଲେ।
2 Entonces dijo David: El arca de Dios no debe ser traída sino por los levitas; porque a ellos ha elegido el SEÑOR para que lleven el arca del SEÑOR, y le sirvan perpetuamente.
ସେହି ସମୟରେ ଦାଉଦ କହିଲେ, “ଲେବୀୟମାନଙ୍କ ଛଡ଼ା ଆଉ କେହି ପରମେଶ୍ୱରଙ୍କ ସିନ୍ଦୁକ ବୋହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ୱରଙ୍କ ସିନ୍ଦୁକ ବୋହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି।”
3 Y juntó David a todo Israel en Jerusalén, para que pasasen el arca del SEÑOR a su lugar, el cual le había él preparado.
ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ।
4 Juntó también David a los hijos de Aarón y a los levitas;
ଆଉ ଦାଉଦ ହାରୋଣ-ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।
5 de los hijos de Coat, Uriel el principal, y sus hermanos, ciento veinte;
କହାତ-ସନ୍ତାନଗଣ ମଧ୍ୟରେ ଊରୀୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ କୋଡ଼ିଏ ଜଣ;
6 de los hijos de Merari, Asaías el principal, y sus hermanos, doscientos veinte;
ମରାରି-ସନ୍ତାନଗଣ ମଧ୍ୟରେ ଅସାୟ ପ୍ରଧାନ ଓ ତାହାର ଭ୍ରାତୃଗଣ ଦୁଇ ଶହ କୋଡ଼ିଏ ଜଣ;
7 de los hijos de Gersón, Joel el principal, y sus hermanos, ciento treinta;
ଗେର୍ଶୋମ-ସନ୍ତାନଗଣ ମଧ୍ୟରେ ଯୋୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ତିରିଶ ଜଣ;
8 de los hijos de Elizafán, Semaías el principal, y sus hermanos, doscientos;
ଇଲୀଶାଫନ୍-ସନ୍ତାନଗଣ ମଧ୍ୟରେ ଶମୟୀୟ ପ୍ରଧାନ ଓ ତାହାର ଭ୍ରାତୃଗଣ ଦୁଇ ଶହ ଜଣ;
9 de los hijos de Hebrón, Eliel el principal, y sus hermanos, ochenta;
ହିବ୍ରୋଣ-ସନ୍ତାନଗଣ ମଧ୍ୟରେ ଇଲୀୟେଲ୍ ପ୍ରଧାନ ଓ ତାହାର ଭ୍ରାତୃଗଣ ଅଶୀ ଜଣ;
10 de los hijos de Uziel, Aminadab el principal, y sus hermanos, ciento doce.
ଉଷୀୟେଲ-ସନ୍ତାନଗଣ ମଧ୍ୟରେ ଅମ୍ମୀନାଦବ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ବାର ଜଣ।
11 Y llamó también David a Sadoc y a Abiatar, sacerdotes, y a los levitas, Uriel, Asaías, Joel, Semaías, Eliel, y Aminadab;
ପୁଣି, ଦାଉଦ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ, ଊରୀୟେଲକୁ, ଅସାୟକୁ ଓ ଯୋୟେଲକୁ, ଶମୟୀୟକୁ ଓ ଇଲୀୟେଲ୍କୁ ଓ ଅମ୍ମୀନାଦବକୁ ଡାକି କହିଲେ,
12 y les dijo: Vosotros que sois los principales de padres entre los levitas, santificaos a vosotros y a vuestros hermanos, y pasad el arca del SEÑOR Dios de Israel al lugar que le he preparado;
“ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”
13 pues por no haberlo hecho así vosotros la primera vez, el SEÑOR nuestro Dios hizo en nosotros rotura, por cuanto no le buscamos según su ordenanza.
କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବୋହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ୱେଷଣ ନ କଲୁ।
14 Así los sacerdotes y los levitas se santificaron para traer el arca del SEÑOR Dios de Israel.
ତହୁଁ ଯାଜକମାନେ ଓ ଲେବୀୟମାନେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ଆଣିବା ନିମନ୍ତେ ଆପଣାମାନଙ୍କୁ ପବିତ୍ର କଲେ।
15 Y los hijos de los levitas trajeron el arca de Dios puesta sobre sus hombros en las barras, como lo había mandado Moisés conforme a la palabra del SEÑOR.
ପୁଣି, ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ୱରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ୱାରା ଆପଣା ଆପଣା କାନ୍ଧରେ ବୋହିଲେ।
16 Asimismo dijo David a los principales de los levitas, que constituyesen de sus hermanos cantores, con instrumentos de música, con salterios, y arpas, y címbalos, que resonasen, y alzasen la voz en alegría.
ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।
17 Y los levitas constituyeron a Hemán hijo de Joel; y de sus hermanos, a Asaf hijo de Berequías; y de los hijos de Merari y de sus hermanos, a Etán hijo de Cusaías;
ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି-ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍କୁ;
18 y con ellos a sus hermanos del segundo orden, a Zacarías, Ben y Jaaziel, Semiramot, Jehiel, Uni, Eliab, Benaía, Maasías, y Matatías, Elifelehu, Micnías, Obed-edom, y Jeiel, los porteros.
ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ୱିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍, ଜିଖରୀୟକୁ, ବେନ୍କୁ, ଯାସୀୟେଲକୁ, ଶମୀରାମୋତ୍କୁ, ଯିହୀୟେଲକୁ, ଉନ୍ନିକୁ, ଇଲୀୟାବ୍କୁ, ବନାୟକୁ, ମାସେୟକୁ, ମତ୍ତଥୀୟକୁ, ଇଲୀଫଲେହୁକୁ, ମିକ୍ନେୟକୁ, ଦ୍ୱାରପାଳ ଓବେଦ୍-ଇଦୋମକୁ ଓ ଯିୟୀୟେଲ୍କୁ ନିଯୁକ୍ତ କଲେ।
19 Así Hemán, Asaf, y Etán, que eran cantores, alzaban su voz con címbalos de bronce.
ଏହିରୂପେ ହେମନ, ଆସଫ ଓ ଏଥନ୍ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ୱନି କରିବା ପାଇଁ;
20 Y Zacarías, Jaaziel, Semiramot, Jehiel, Uni, Eliab, Maasías, y Benaía, con salterios sobre Alamot.
ଆଉ ଜିଖରୀୟ, ଅସୀୟେଲ, ଶମୀରାମୋତ୍, ଯିହୀୟେଲ, ଉନ୍ନି, ଇଲୀୟାବ୍, ମାସେୟ ଓ ବନାୟ ନେବଲ ନେଇ ଅଲାମୋତ୍ ସ୍ୱର ବଜାଇବା ପାଇଁ;
21 Y Matatías, Elifelehu, Micnías, Obed-edom, Jeiel, y Azazías, cantaban con arpas en la octava sobresaliendo.
ପୁଣି, ମତ୍ତଥୀୟ, ଇଲୀଫଲେହୁ, ମିକ୍ନେୟ, ଓବେଦ୍-ଇଦୋମ, ଯିୟୀୟେଲ୍ ଓ ଅସସୀୟ ବୀଣା ବଜାଇ ଶିମିନୀତ୍ ସ୍ୱରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ।
22 Y Quenanías, príncipe de los levitas en la profecía, porque él presidía en la profecía, porque era entendido.
ପୁଣି, ଲେବୀୟମାନଙ୍କର ପ୍ରଧାନ କନନୀୟ ଗାନ ବିଷୟରେ ନିଯୁକ୍ତ ହେଲା, ସେ ନିପୁଣ ଥିବାରୁ ଗାନ ଶିଖାଇଲା।
23 Y Berequías y Elcana eran los porteros del arca.
ଆଉ ବେରିଖୀୟ ଓ ଇଲ୍କାନା ସିନ୍ଦୁକର ଦ୍ୱାରରକ୍ଷକ ହେଲେ।
24 Y Sebanías, Josafat, Natanael, Amasai, Zacarías, Benaía, y Eliezer, sacerdotes, tocaban las trompetas delante del arca de Dios; Obed-edom y Jehías eran también porteros del arca.
ପୁଣି, ଶବନୀୟ, ଯୋଶାଫଟ୍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ।
25 David pues y los ancianos de Israel, y los capitanes de los millares fueron a traer el arca del pacto del SEÑOR de casa de Obed-edom, con alegría.
ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ;
26 Y ayudando Dios a los levitas que llevaban el arca del pacto del SEÑOR, sacrificaban siete bueyes y siete carneros.
ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ।
27 Y David iba vestido de lino fino y también todos los levitas que llevaban el arca, y asimismo los cantores; y Quenanías era príncipe de la profecía de los cantores. Y llevaba David sobre sí un efod de lino.
ଆଉ ଦାଉଦ, ସିନ୍ଦୁକ-ବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।
28 De esta manera todo Israel llevaba el arca del pacto del SEÑOR, con júbilo y sonido de bocinas, y trompetas, y de címbalos, y salterios, y arpas, haciendo sonido.
ଏହିରୂପେ ଉଚ୍ଚସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।
29 Y cuando el arca del pacto del SEÑOR llegó a la ciudad de David, Mical, hija de Saúl, mirando por una ventana, vio al rey David que saltaba y bailaba; y lo menospreció en su corazón.
ପୁଣି, ଦାଉଦ-ନଗରରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଉପସ୍ଥିତ ହୁଅନ୍ତେ, ଶାଉଲଙ୍କ କନ୍ୟା ମୀଖଲ ଝରକା ବାଟେ ଅନାଇ ଦାଉଦ ରାଜାଙ୍କୁ ନୃତ୍ୟ ଓ ଆନନ୍ଦ କରିବାର ଦେଖିଲା, ତହିଁରେ ସେ ମନେ ମନେ ତାଙ୍କୁ ତୁଚ୍ଛ କଲା।