< Génesis 25 >
1 Y Abraham tomó otra mujer llamada Cetura.
ଅବ୍ରହାମ କଟୂରା ନାମ୍ନୀ ଆଉ ଗୋଟିଏ ସ୍ତ୍ରୀ ବିବାହ କରିଥିଲେ।
2 Ella se convirtió en la madre de Zimran, Jocsan, Medán, Madián, Isbac y Súa.
ସେ ତାଙ୍କ ନିମନ୍ତେ ସିମ୍ରନ୍, ଯକ୍ଷନ୍, ମଦାନ୍, ମିଦୀୟନ, ଯିଶ୍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା।
3 Y Jocsan, llegó a ser padre de Seba y Dedán, Y de Dedán vinieron los Asurim y Letusim y Leumim.
ସେହି ଯକ୍ଷନ୍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।
4 Y de Madián vinieron Efa, Efer, Hanoc, Abida y Elda. Todos estos fueron descendientes de Cetura.
ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।
5 Ahora bien, Abraham le dio todas sus propiedades a Isaac;
ଏଥିଉତ୍ତାରେ ଅବ୍ରହାମ ଇସ୍ହାକକୁ ଆପଣାର ସର୍ବସ୍ୱ ଦେଲେ।
6 Pero a los hijos de sus otras mujeres, él les dio ofrendas, y los envió lejos, mientras aún vivía, a la región oriental.
ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।
7 Ahora los años de la vida de Abraham fueron ciento setenta y cinco.
ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।
8 Y Abraham llegó a su muerte, un anciano, lleno de años; y él fue sepultado con su pueblo.
ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।
9 Entonces Isaac e Ismael, sus hijos, lo sepultaron en la cueva de Macpela, en el campo de Efrón, hijo de Zohar heteo, cerca de Mamre;
ଆଉ ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।
10 El mismo campo que Abraham obtuvo de los hijos de Het: allí Abraham fue sepultado con Sara, su esposa.
ଯେହେତୁ ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।
11 Después de la muerte de Abraham, la bendición de Dios fue con Isaac, su hijo; y Gabito cerca al pozo Beer-Lahai-roi.
ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।
12 Estas son las generaciones de Ismael, hijo de Abraham, cuya madre fue Agar la egipcia, sierva de Sara:
ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।
13 Estos son los nombres de los hijos de Ismael por sus generaciones: el primer hijo de Ismael fue Nebaiot; luego Cedar, Adbeel y Mibsam,
ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାୟେଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାୟେଲର ଜ୍ୟେଷ୍ଠ ପୁତ୍ର ନବାୟୋତ୍; ତାହା ଉତ୍ତାରେ କେଦାର ଓ ଅଦ୍ବେଲ ଓ ମିବ୍ସମ୍,
14 y Misma y Duma y Massa,
ମିଶ୍ମା ଓ ଦୂମା ଓ ମସା,
15 Hadad y Tema, Jetur, Nafis, y Cedema:
ଓ ହଦଦ୍ ଓ ତେମା ଓ ଯିଟୁର ଓ ନାଫୀଶ୍ ଓ କେଦମା।
16 Estos son los hijos de Ismael, y estos son sus nombres en sus ciudades y sus círculos de tiendas; doce jefes con sus pueblos.
ଏହି ସମସ୍ତେ ଇଶ୍ମାୟେଲର ସନ୍ତାନ, ପୁଣି, ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି-ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ୱାଦଶ ଅଧିପତି ଥିଲେ।
17 Y los años de la vida de Ismael fueron ciento treinta y siete: y llegó a su fin, y fue sepultado con su pueblo.
ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।
18 Y su tierra fué desde Havila hasta Shur, que está al oriente de Egipto; y tomaron su lugar al oriente de todos sus hermanos.
ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା।
19 Estas son las generaciones del hijo de Abraham, Isaac:
ଅବ୍ରହାମଙ୍କର ପୁତ୍ର ଇସ୍ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍ହାକଙ୍କୁ ଜାତ କଲେ;
20 Isaac tenía cuarenta años cuando tomó por mujer a Rebeca, hija de Betuel arameo de Padan-aram, y hermana de Labán arameo.
ସେହି ଇସ୍ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍ ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍, ଅରାମୀୟ ଲାବନର ଭଗିନୀ ରିବିକାକୁ ବିବାହ କଲେ।
21 Isaac oró al Señor por su esposa porque ella no tenía hijos; y el Señor oyó su oración, y Rebeca quedó encinta.
ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
22 Y los niños peleaban juntos dentro de ella, y ella dijo: Si es así, ¿para qué vivo yo? Entonces ella fue a hacerle su pregunta al Señor.
ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, “ମୋହର ଏପରି କାହିଁକି ହେଲା? ଏପରି କି ହୋଇଥାଏ?” ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।
23 Y el Señor le dijo: Dos naciones hay en tu cuerpo, y dos pueblos nacerán de ti; el uno será más fuerte que el otro, y el mayor será el criado del menor.
ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”
24 Y cuando llegó el momento de dar a luz, había dos niños en su cuerpo.
ଏଥିଉତ୍ତାରେ ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ।
25 Y el primero salió cubierto de vello rojo de pies a cabeza, y le pusieron el nombre de Esaú.
ତାହାର ଜ୍ୟେଷ୍ଠ ରକ୍ତବର୍ଣ୍ଣ ଓ ସର୍ବାଙ୍ଗ ଲୋମଶ ବସ୍ତ୍ର ପରି ଥିଲା; ଏହେତୁ ତାହାର ନାମ ଏଷୌ ଦିଆଗଲା।
26 Y después de él, salió su hermano, y agarró el pie de Esaú; y se llamaba Jacob: Isaac tenía sesenta años cuando ella les dio a luz.
ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।
27 Y los muchachos alcanzaron su pleno crecimiento; y Esaú se convirtió en un hombre del campo abierto, un experto arquero; pero Jacob era un hombre callado, viviendo en tiendas de campaña.
ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁ ମନୁଷ୍ୟ ଓ ତମ୍ବୁବାସୀ ହେଲା।
28 Y el amor de Isaac fue para Esaú, porque la carne de Esaú era grande para su gusto; pero Rebeca tenía más amor por Jacob.
ଇସ୍ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।
29 Y un día Jacob estaba cocinando una sopa cuando Esaú vino de los campos con gran necesidad de alimento;
ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷୌ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲା;
30 Y Esaú dijo a Jacob: Dame una comida completa de esa sopa roja, porque estoy abrumado por tanta hambre que tengo; por esta razón fue llamado Edom.
ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍ (ରଙ୍ଗା) ଖ୍ୟାତ ହେଲା।
31 Y Jacob dijo: Antes que nada, dame tu primogenitura.
ସେତେବେଳେ ଯାକୁବ କହିଲା, “ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର।”
32 Y dijo Esaú: Verdaderamente, estoy en el momento de la muerte: ¿de qué me sirve la primogenitura?
ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ?”
33 Y Jacob dijo: Antes que nada, dame tu juramento; y él le dio su juramento, entregando su primogenitura a Jacob.
ଯାକୁବ କହିଲା, “ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।
34 Entonces Jacob le dio pan y sopa; y él tomó comida y bebida y se fue, así menospreció Esaú su primogenitura.
ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।