< Hebreos 7 >
1 Porque este Melquisedec, el rey de Salem, sacerdote del Dios Altísimo, que dio a Abraham su bendición, y se encontró con él cuando regresó después de matar a los reyes,
ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ବରଙ୍କ ଯାଜକ ଥିଲେ। ସେ ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;
2 Y a quien Abraham dio la décima parte de todo lo que tenía, siendo nombrado primero Rey de la justicia, y luego, además, Rey de Salem, es decir, Rey de la paz;
ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ୱିତୀୟ, ଶାଲେମର ରାଜା, ଅର୍ଥାତ୍, ଶାନ୍ତିରାଜା।
3 Sin padre ni madre, ni familia, sin nacimiento ni fin en su vida, hecho semejante al Hijo de Dios, es sacerdote para siempre.
ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।
4 Ahora ve cuán grande era este hombre, a quien nuestro padre Abraham dio la décima parte de lo que había ganado en la batalla.
ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ।
5 Y es verdad que por la ley, los hijos de Leví que tienen la posición de sacerdotes pueden tomar la décima parte de los bienes del pueblo; es decir, lo toman de sus hermanos, aunque éstos son hijos de Abraham.
ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;
6 Pero este hombre, que no era de su familia, tomó el décimo de Abraham, y bendijo al que Dios le había encomendado.
କିନ୍ତୁ ମଲ୍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।
7 Pero no hay duda de que él menor es bendecido por él mayor.
ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ।
8 Ahora bien, en este momento, los hombres por los cuales la muerte tiene poder toman el décimo; pero luego fue tomada por uno de los cuales se da testimonio que está viviendo.
ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର।
9 Y podemos decir que en Abraham, incluso Leví, que tiene derecho a tomar la décima parte, se la dio;
ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି;
10 Porque todavía estaba en el cuerpo de su padre cuando Melquisedec vino a él.
କାରଣ ଅବ୍ରହାମଙ୍କ ସହିତ ମଲ୍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ।
11 Ahora bien, si era posible que las cosas se perfeccionan por medio de los sacerdotes de la casa de Leví (porque la ley se le dio a las personas en relación con ellos), ¿qué necesidad había de otro sacerdote que era del orden de Melquisedec y no del orden de Aarón?
ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କଅଣ ଆବଶ୍ୟକ ଥିଲା?
12 Porque si los sacerdotes son cambiados, es necesario hacer un cambio en la ley.
କାରଣ ଯାଜକତ୍ୱ ଯଦି ପରିବର୍ତ୍ତିତ ହୁଏ, ତେବେ ମୋଶାଙ୍କ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ।
13 Porque aquel de quien se dice esto, viene de otra tribu, de la cual nadie ha hecho ofrendas en el altar.
ଯେଣୁ ଯାହାଙ୍କ ସମ୍ବନ୍ଧରେ ଏହି ସମସ୍ତ କୁହାଯାଏ, ସେ ଅନ୍ୟ ଏକ ଗୋଷ୍ଠୀର ଲୋକ, ଯେଉଁ ଗୋଷ୍ଠୀର କେହି କେବେ ବେଦିର କର୍ମ କରି ନାହାନ୍ତି।
14 Porque está claro que nuestro Señor sale de Judá, y Moisés no dijo nada acerca de los sacerdotes de esa tribu.
କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି।
15 Y esto es aún más claro si ha surgido un segundo sacerdote que es como Melquisedec,
ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,
16 Es decir, no hecho por una ley basada en la carne, sino por el poder de una vida sin fin:
ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି।
17 Porque ha sido testigo de él, eres un sacerdote para siempre según el orden de Melquisedec. (aiōn )
କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, “ତୁମ୍ଭେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।” (aiōn )
18 Así que la ley que fue antes se ha anulado, porque era débil e ineficiente.
ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି;
19 (Porque la ley nada perfeccionó ), y en su lugar hay una mejor esperanza, a través de la cual nos acercamos a Dios.
(କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ।
20 Y como esto no es sin tomar un juramento,
ଆଉ ଏହା ଯେପ୍ରକାରେ ବିନା ଶପଥରେ ହେଲା ନାହିଁ,
21 Porque aquellos fueron hechos sacerdotes sin juramento, pero este fue hecho sacerdote con juramento por el que dice de él: él Señor hizo su juramento, y no se arrepentirá: tú eres un sacerdote para siempre, según el orden de Melquisedec. (aiōn )
ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, “ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି।’” (aiōn )
22 Por tanto, es un mejor pacto que tenemos a través de Jesús.
ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି।
23 Y es verdad que ha habido un gran número de esos sacerdotes, debido a que por la muerte no podían continuar;
ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ,
24 Pero este sacerdote, porque su vida continúa para siempre, no cambia. (aiōn )
କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି। (aiōn )
25 Para que él sea plenamente capaz de ser el salvador de todos los que vienen a Dios a través de él, porque él siempre está vivo para interceder a Dios por ellos.
ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।
26 Porque tal sumo sacerdote nos convenía, uno que es santo y sin maldad, que no hace nada malo, que no tiene parte con los pecadores, y lo hace más elevado que los cielos:
କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।
27 Que no tiene necesidad de hacer ofrendas por los pecados todos los días, como esos sumos sacerdotes, primero para sí mismo, y luego para la gente; porque hizo esto de una vez y para siempre cuando hizo una ofrenda de sí mismo.
ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି।
28 La ley hace sacerdotes de hombres débiles; pero la palabra del juramento, que fue hecha después de la ley, le da esa posición, al Hijo, en quien todo lo bueno es perfecto para siempre. (aiōn )
ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ଈଶ୍ବରଙ୍କ ପୁତ୍ରଙ୍କୁ ନିଯୁକ୍ତ କରେ। (aiōn )