< Nahum 3 >

1 Ay! De ti ciudad sanguinaria; está llena de engaños y actos violentos; y no hay fin a tu rapiña.
ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ।
2 El chasquido del látigo y el estruendo de las ruedas; caballos galopando y carruajes de guerra saltando,
କୋରଡ଼ାର ଶବ୍ଦ, ଚକ୍ରସମୂହର ଘର ଘର ଶବ୍ଦ; ନାଚିବା ଅଶ୍ୱଗଣ ଓ କୁଦିବା ରଥ;
3 Jinetes avanzando, y la espada brillante y resplandor de la lanza; y un gran número de heridos, y multitud de cadáveres; tropezaran sobre los cuerpos de los muertos.
ଅଶ୍ୱାରୋହୀ ଆରୋହଣ କରିବାର, ଆଉ ଚକ୍‍ଚକ୍ ଖଡ୍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି;
4 Debido a todas las prostituciones de la ramera, llena de gracia y hermosura y sabia en hechicerías, que toma a las naciones y a las familias en la red de prostituciones y hechizos.
ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ୱାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ୱାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ।
5 Mira, estoy en tu contra, dice el Señor de los ejércitos, y tendré tus faldas sobre tu rostro, y dejaré que las naciones te vean sin ropa, y los reinos tu vergüenza.
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।
6 Te haré completamente asquerosa y llena de vergüenza, y te pondré para que todos te vean.
ପୁଣି, ଆମ୍ଭେ ତୁମ୍ଭ ଉପରେ ଘୃଣାଜନକ ମଳ ନିକ୍ଷେପ କରିବା ଓ ତୁମ୍ଭକୁ ମର୍ଯ୍ୟାଦାରହିତ କରିବା ଓ ଦୃଶ୍ୟରେ ଉପହାସର ବିଷୟ କରିବା।
7 Y sucederá que todos los que te ven huirán de ti y dirán: Nínive está destruida: ¿quién llorará por ella? ¿Dónde voy a conseguir consoladores para ella?
ପୁଣି, ଯେଉଁମାନେ ତୁମ୍ଭ ପ୍ରତି ଅନାଇବେ, ସେମାନେ ସମସ୍ତେ ତୁମ୍ଭ ନିକଟରୁ ପଳାଇବେ, ଆଉ କହିବେ, ନୀନିବୀ ଧ୍ୱଂସ ହୋଇଅଛି; ତାହା ବିଷୟରେ କିଏ ବିଳାପ କରିବ? ଆମ୍ଭେ ତୁମ୍ଭ ପାଇଁ ସାନ୍ତ୍ୱନାକାରୀଗଣ କେଉଁଠାରେ ଖୋଜିବା?
8 ¿Eres mejor que No-amón, sentado en las corrientes del Nilo, con aguas a su alrededor; ¿De quién era el mar su trinchera y el mar su muralla?
ଯେଉଁ ନଦୀଗଣ ମଧ୍ୟରେ ଅବସ୍ଥିତା ଓ ଚତୁର୍ଦ୍ଦିଗରେ ଜଳବେଷ୍ଟିତା ଥିଲା; ସମୁଦ୍ର ଯାହାର ଗଡ଼ର ଖାଇ ଓ ପ୍ରାଚୀର ଥିଲା, ଏପରି ନୋ-ଆମୋନଠାରୁ ତୁମ୍ଭେ କି ଶ୍ରେଷ୍ଠ?
9 Etiopía era su fortaleza y Egipto, no tenía límite; Fut y Libios fueron sus aliados.
କୂଶ ଓ ମିସର ତାହାର ବଳ ସ୍ୱରୂପ ଥିଲେ ଓ ତାହା ଅସୀମ ଥିଲା; ପୂଟ୍‍ ଓ ଲୂବୀୟମାନେ ତାହାର ସହକାରୀ ଥିଲେ।
10 Pero incluso a ella se la llevaron, ella se fue como prisionera; incluso sus hijos pequeños son destrozados en todas las esquinas de las calles; el destino de sus hombres honorables se decide por suertes sobre ellos, y todos sus grandes hombres son encadenados.
ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ।
11 Y serás vencida por el vino, te esconderas; estarás buscando refugio de tu enemigo.
ତୁମ୍ଭେ ମଧ୍ୟ ମତ୍ତ ହେବ, ତୁମ୍ଭେ ଲୁଚାଯିବ; ଆହୁରି ତୁମ୍ଭେ ଶତ୍ରୁ ସକାଶୁ ଦୃଢ଼ ଗଡ଼ ଅନ୍ୱେଷଣ କରିବ।
12 Todos tus lugares amurallados serán como higueras y a tu gente como los primeros higos, cayendo con un temblor en la boca que está abierta para ellos.
ତୁମ୍ଭର ଦୁର୍ଗସବୁ ଆଦ୍ୟପକ୍ୱ ଫଳବିଶିଷ୍ଟ ଡିମ୍ବିରି ବୃକ୍ଷମାନର ତୁଲ୍ୟ ହେବେ; ସେହି ସବୁ ହଲା ଗଲେ ଫଳ ଭକ୍ଷକର ମୁଖରେ ପଡ଼ିବ।
13 Tu ejército parece formado de mujeres a tu enemigo; las puertas de tu tierra están abiertas para tus atacantes: las cerraduras de tus puertas se han quemado en el fuego.
ଦେଖ, ତୁମ୍ଭର ମଧ୍ୟସ୍ଥିତ ଲୋକମାନେ ସ୍ତ୍ରୀଲୋକ ପରି ଅଟନ୍ତି; ତୁମ୍ଭ ଦେଶର ନଗରଦ୍ୱାରସକଳ ତୁମ୍ଭ ଶତ୍ରୁଗଣ ପାଇଁ ମେଲା ହୋଇ ରଖାଯାଇଅଛି; ଅଗ୍ନି ତୁମ୍ଭର ଅର୍ଗଳସବୁ ଗ୍ରାସ କରିଅଛି।
14 Prepara agua para el momento en que estés rodeado, restaura tus fortalezas; mezcla el barro con los pies, restaura el molde de ladrillos.
ଅବରୋଧର ସମୟ ନିମନ୍ତେ ଜଳ କାଢ଼ି ଆଣ, ତୁମ୍ଭର ଦୁର୍ଗସବୁ ଦୃଢ଼ କର; କାଦୁଅକୁ ଯାଇ ମାଟି ଚକଟ, ଇଟା ଭାଟି ଦୃଢ଼ କର।
15 Allí el fuego te consumirá; serás cortado por la espada; multiplícate como los chapulines, multiplícate como los saltamontes.
ସେଠାରେ ଅଗ୍ନି ତୁମ୍ଭକୁ ଗ୍ରାସ କରିବ; ଖଡ୍ଗ ତୁମ୍ଭକୁ ଛେଦନ କରିବ, ତାହା ପତଙ୍ଗର ନ୍ୟାୟ ତୁମ୍ଭକୁ ଗ୍ରାସ କରିବ; ତୁମ୍ଭେ ପତଙ୍ଗର ନ୍ୟାୟ ଆପଣାକୁ ବହୁସଂଖ୍ୟକ କର, ପଙ୍ଗପାଳ ପରି ଆପଣାକୁ ବହୁସଂଖ୍ୟକ କର।
16 Que tus comerciantes se incrementen más que las estrellas del cielo.
ତୁମ୍ଭେ ଆକାଶର ତାରାଗଣ ଅପେକ୍ଷା ଆପଣା ବଣିକଗଣର ସଂଖ୍ୟା ବୃଦ୍ଧି କରିଅଛ; ପତଙ୍ଗ ନଷ୍ଟ କରି ଉଡ଼ିଯାଏ।
17 Tus oficiales son como saltamontes, y tus escribas como las nubes de insectos que se cubren en las paredes en un día frío, pero cuando sale el sol salen volando y ya no se sabe dónde están.
ତୁମ୍ଭର ମୁକୁଟଧାରୀମାନେ ପଙ୍ଗପାଳ ପରି ଓ ତୁମ୍ଭର ପ୍ରଧାନ ସେନାପତିମାନେ ଫଡ଼ିଙ୍ଗର ଦଳ ପରି, ସେ ଫଡ଼ିଙ୍ଗମାନେ ଶୀତ ଦିନରେ ବାଡ଼ରେ ରହନ୍ତି, ମାତ୍ର ସୂର୍ଯ୍ୟ ଉଦୟ ହେଲେ ଉଡ଼ି ପଳାନ୍ତି, ଆଉ ସେମାନେ କେଉଁଠାରେ ଥାʼନ୍ତି, ତାହା ଜଣାଯାଏ ନାହିଁ।
18 ¡Ay! ¡Cómo duermen los guardianes de tu rebaño, oh rey de Asiria! tus hombres fuertes están en reposo; tu pueblo se dispersó por las montañas y no hay nadie para juntarlos.
ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।
19 Tu dolor no se puede mejorar; estás herido de muerte; todos los que escuchen las noticias sobre ti aplaudirán sus manos con alegría sobre ti; porque ¿quién no ha sufrido el peso de tu maldad una y otra vez?
ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ?

< Nahum 3 >