< 1 Nyakati 11 >

1 Israeli yote walimjia Daudi kwa pamoja huko Hebroni wakamwambia, “Sisi ni nyama yako na damu yako.
ଏଥିଉତ୍ତାରେ ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।
2 Zamani, wakati Sauli alikuwa mfalme, wewe ndiwe uliyeiongoza Israeli vitani, naye Bwana Mungu wako alikuambia, ‘Wewe utawachunga watu wangu Israeli, na utakuwa mtawala wao.’”
ଗତ ଦିନରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କର ଅଗ୍ରଣୀ ହେବ।’”
3 Wazee wote wa Israeli walipokuwa wamewasili kwa Mfalme Daudi huko Hebroni, alifanya mapatano nao huko Hebroni mbele za Bwana, nao wakamtia Daudi mafuta awe mfalme wa Israeli, sawasawa na Bwana alivyoahidi kupitia kwa Samweli.
ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି, ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
4 Daudi na Waisraeli wote wakaenda Yerusalemu (ndio Yebusi). Nao Wayebusi walioishi humo
ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍‍, ଯିବୂଷକୁ ଗଲେ; ସେହି ସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ।
5 wakamwambia Daudi, “Wewe hutaingia humu.” Hata hivyo, Daudi akaiteka ngome ya Sayuni, Mji wa Daudi.
ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନକୁ ଆସିପାରିବ ନାହିଁ।” ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା।
6 Daudi alikuwa amesema, “Yeyote aongozaye mashambulizi dhidi ya Wayebusi, atakuwa jemadari mkuu.” Yoabu mwana wa Seruya akawa wa kwanza kukwea, naye akawa mkuu.
ଆଉ ଦାଉଦ କହିଲେ, “ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ।” ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।
7 Daudi akafanya makao yake kwenye ngome, hivyo ukaitwa Mji wa Daudi.
ପୁଣି, ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।
8 Akajenga mji pande zote, kuanzia kwenye mito hadi kwenye ukuta kuzunguka, wakati huo huo Yoabu akajenga sehemu zingine zilizobaki za Yerusalemu.
ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍‍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ।
9 Daudi akazidi kuwa na nguvu zaidi na zaidi, kwa sababu Bwana Mwenye Nguvu Zote alikuwa pamoja naye.
ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କ ସହ ଥିଲେ।
10 Hawa ndio waliokuwa wakuu wa mashujaa wa Daudi: wao pamoja na Israeli wote wakauimarisha ufalme wake ili kuenea katika nchi yote, kama Bwana alivyoahidi.
ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ।
11 Hii ndio orodha ya mashujaa wa Daudi: Yashobeamu, Mhakmoni, alikuwa mkuu wa maafisa; yeye aliinua mkuki wake dhidi ya watu 300, ambao aliwaua katika pambano moja.
ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍‍ମୋନୀୟର ପୁତ୍ର ଯାଶ୍‍ବୀୟାମ୍‍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକାବେଳେ ସେମାନଙ୍କୁ ବଧ କରିଥିଲା।
12 Aliyefuata alikuwa Eleazari, mwana wa Dodai, Mwahohi, mmojawapo wa wale mashujaa watatu.
ପୁଣି, ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା।
13 Huyo alikuwa pamoja na Daudi huko Pas-Damimu, wakati Wafilisti walikusanyika huko kwa ajili ya vita. Huko ambapo kulikuwa na shamba lililokuwa limejaa shayiri, vikosi vya Israeli vikawakimbia Wafilisti.
ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ଡେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;
14 Lakini Eleazari na Daudi wakasimama imara katikati ya lile shamba, nao wakalishindania na wakawaua Wafilisti. Naye Bwana akawapa ushindi mkubwa.
ଏଥିରେ ସେମାନେ ସେହି ଭୂମିଖଣ୍ଡ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହା ଜୟ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
15 Wakuu watatu miongoni mwa wale thelathini, walimwendea Daudi katika mwamba huko kwenye pango la Adulamu, wakati kikundi cha Wafilisti kilikuwa kimepiga kambi katika Bonde la Warefai.
ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍‍, ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ।
16 Wakati huo Daudi alikuwa katika ngome, na kambi ya Wafilisti ilikuwa huko Bethlehemu.
ପୁଣି, ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କର ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।
17 Daudi akatamani maji, akasema, “Laiti mtu angenipatia maji ya kunywa kutoka kisima kilichoko karibu na lango la Bethlehemu!”
ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପର ଜଳ ପାନ କରିବାକୁ ମୋତେ ଦିଅନ୍ତା କି!”
18 Kwa hivyo wale watatu, wakapita katikati ya safu za Wafilisti, wakachota maji kutoka kwa kisima kilicho karibu na lango la Bethlehemu, wakamletea Daudi. Lakini yeye akakataa kuyanywa. Badala yake, aliyamimina mbele za Bwana.
ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ,
19 Akasema, “Mungu apishie mbali kwamba nifanye hivi! Je kweli, niinywe damu ya watu hawa waliohatarisha maisha yao?” Kwa sababu walihatarisha maisha yao kuyaleta yale maji, Daudi hakukubali kuyanywa. Huo ndio uliokuwa ujasiri wa wale mashujaa watatu.
“ମୋʼ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।
20 Abishai, ndugu yake Yoabu ndiye alikuwa kiongozi wa hao Watatu. Aliinua mkuki wake dhidi ya watu 300, ambao aliwaua, kwa hiyo naye akawa na sifa kama hao Watatu.
ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।
21 Alitunukiwa heshima maradufu ya wale Watatu, akawa jemadari wao, ingawa hakuhesabiwa miongoni mwao.
ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।
22 Benaya, mwana wa Yehoyada alikuwa mpiganaji hodari kutoka Kabseeli ambaye alifanya mambo makubwa ya ujasiri. Aliwaua mashujaa wawili waliokuwa hodari kuliko wote wa Moabu. Pia alishuka shimoni kulipokuwa na theluji na kumuua simba.
ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।
23 Alimuua Mmisri aliyekuwa na urefu kama dhiraa tano. Ingawa Mmisri alikuwa na mkuki kama mti wa mfumaji mkononi mwake, Benaya alimwendea na rungu. Akamnyangʼanya Mmisri mkuki wake na kumuua nao.
ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତକାୟ ଏକ ମିସରୀୟ ପୁରୁଷକୁ ବଧ କଲା; ସେହି ମିସରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି, ବନାୟ ଏକ ଯଷ୍ଟି ନେଇଯାଇ ସେହି ମିସରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।
24 Haya yalikuwa mambo ya ushujaa ya Benaya mwana wa Yehoyada; naye pia alikuwa maarufu kama wale mashujaa watatu.
ଯିହୋୟାଦାର ପୁତ୍ର ବନାୟ ଏହିସବୁ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା।
25 Yeye aliheshimiwa zaidi ya wale Thelathini, lakini hakujumuishwa miongoni mwa wale Watatu: Daudi akamweka kuwa kiongozi wa walinzi wake.
ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।
26 Wale watu mashujaa walikuwa: Asaheli nduguye Yoabu, Elhanani mwana wa Dodo kutoka Bethlehemu,
ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;
27 Shamothi Mharori, Helesi Mpeloni,
ହରୋରୀୟ ଶମ୍ମୋତ୍‍, ପଲୋନୀୟ ହେଲସ୍‍,
28 Ira mwana wa Ikeshi kutoka Tekoa, Abiezeri kutoka Anathothi,
ତକୋୟୀୟ ଇକ୍‍କେଶର ପୁତ୍ର ଈରା, ଅନାଥୋତୀୟ ଅବୀୟେଷର;
29 Sibekai Mhushathi, Ilai Mwahohi,
ହୂଶାତୀୟ ସିବ୍ବଖୟ, ଅହୋହୀୟ ଈଲୟ;
30 Maharai Mnetofathi, Heledi mwana wa Baana, Mnetofathi,
ନଟୋଫାତୀୟ ମହରୟ, ନଟୋଫାତୀୟ ବାନାର ପୁତ୍ର ହେଲଦ୍‍;
31 Itai mwana wa Ribai kutoka Gibea ya Benyamini, Benaya Mpirathoni,
ବିନ୍ୟାମୀନ୍-ସନ୍ତାନଗଣର ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ, ପିରୀୟାଥୋନୀୟ ବନାୟ;
32 Hurai kutoka mabonde ya Gaashi, Abieli Mwaribathi,
ଗାଶ୍‍-ନଦୀତୀର ନିବାସୀ ହୂରୟ, ଅର୍ବତୀୟ ଅବୀୟେଲ;
33 Azmawethi Mbaharumi, Eliaba Mshaalboni,
ବାହାରୁମୀୟ ଅସ୍ମାବତ୍‍, ଶାଲ୍‍ବୋନୀୟ ଇଲୀୟହବା;
34 wana wa Hashemu Mgiloni, Yonathani mwana wa Shagee Mharari,
ଗିଷୋନୀୟ ହାଷେମ୍‍ର ପୁତ୍ରଗଣ, ହରାରୀୟ ଶାଗିର ପୁତ୍ର ଯୋନାଥନ;
35 Ahiamu mwana wa Sakari Mharari, Elifale mwana wa Uru,
ହରାରୀୟ ସାଖରର ପୁତ୍ର ଅହୀୟାମ, ଊରର ପୁତ୍ର ଇଲୀଫାଲ;
36 Heferi Mmekerathi, Ahiya Mpeloni,
ମଖେରାତୀୟ ହେଫର, ପଲୋନୀୟ ଅହୀୟ;
37 Hezro Mkarmeli, Naarai mwana wa Ezbai,
କର୍ମିଲୀୟ ହିଷ୍ରୟ, ଇଷ୍‍ବୟର ପୁତ୍ର ନାରୟ;
38 Yoeli nduguye Nathani, Mibhari mwana wa Hagri,
ନାଥନର ଭ୍ରାତା ଯୋୟେଲ, ହଗ୍ରିର ପୁତ୍ର ମିଭର;
39 Seleki Mwamoni, Naharai Mbeerothi, mbeba silaha wa Yoabu mwana wa Seruya,
ଅମ୍ମୋନୀୟ ସେଲକ୍‍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ;
40 Ira Mwithiri, Garebu Mwithiri,
ଯିତ୍ରୀୟ ଈରା ଓ ଗାରେବ୍‍;
41 Uria Mhiti, Zabadi mwana wa Alai,
ହିତ୍ତୀୟ ଊରୀୟ, ଅହଲୟର ପୁତ୍ର ସାବଦ୍‍,
42 Adina mwana wa Shiza Mreubeni, ambaye alikuwa mkuu wa Wareubeni, akiwa pamoja na watu thelathini,
ରୁବେନୀୟ ଶୀଷାର ପୁତ୍ର ଅଦୀନା, ଏ ରୁବେନୀୟମାନଙ୍କର ଜଣେ ପ୍ରଧାନ ଥିଲା ଓ ତାହା ସଙ୍ଗେ ତିରିଶ ଜଣ ଥିଲେ;
43 Hanani mwana wa Maaka, Yoshafati Mmithni,
ମାଖାର ପୁତ୍ର ହାନନ୍‍, ମିତ୍ନୀୟ ଯୋଶାଫଟ୍‍;
44 Uzia Mwashterathi, Shama na Yeieli wana wa Hothamu Mwaroeri,
ଅଷ୍ଟାରୋତୀୟ ଉଷୀଅ; ଅରୋୟେରୀୟ ହୋଥମ୍‍ର ପୁତ୍ର ଶାମ୍‍ ଓ ଯିୟୀୟେଲ୍‍;
45 Yediaeli mwana wa Shimri, nduguye Yoha Mtizi,
ଶିମ୍ରିର ପୁତ୍ର ଯିଦୀୟେଲ ଓ ତାହାର ଭ୍ରାତା ତୀଷୀୟ ଯୋହା;
46 Elieli Mmahawi, Yeribai na Yoshavia wana wa Elnaamu, Ithma Mmoabu,
ମହବୀୟ, ଇଲୀୟେଲ୍‍, ଇଲ୍‍ନାମର ପୁତ୍ର ଯିରୀବୟ ଓ ଯୋଶବୀୟ, ଆଉ ମୋୟାବୀୟ ଯିତ୍ମା;
47 Elieli, na Obedi na Yaasieli Mmesobai.
ଇଲୀୟେଲ୍‍, ଓବେଦ୍‍ ଓ ମସୋବାୟୀୟ ଯାସୀୟେଲ୍‍।

< 1 Nyakati 11 >