< 1 Wakorintho 4 >
1 Basi, watu na watuhesabu sisi kuwa tu watumishi wa Kristo na mawakili wa siri za Mungu.
ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।
2 Tena, litakiwalo ni mawakili waonekane kuwa waaminifu.
ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ।
3 Lakini kwangu mimi ni jambo dogo sana kwamba nihukumiwe na ninyi au na mahakama yoyote ya kibinadamu. Naam, hata mimi mwenyewe sijihukumu.
କିନ୍ତୁ ତୁମ୍ଭମାନଙ୍କ ଦ୍ୱାରା କିମ୍ବା କୌଣସି ଲୌକିକ ବିଚାରସଭା ଦ୍ୱାରା ବିଚାରିତ ହେବା ମୋʼ ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ।
4 Dhamiri yangu ni safi, lakini hilo halinihesabii kuwa asiye na hatia. Bwana ndiye anihukumuye.
କାରଣ ମୁଁ ନିଜ ବିରୁଦ୍ଧରେ କିଛି ଜାଣେ ନାହିଁ, ତଥାପି ଏଥିରେ ମୁଁ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇ ନାହିଁ କିନ୍ତୁ ଯେ ମୋହର ବିଚାର କରନ୍ତି, ସେ ପ୍ରଭୁ।
5 Kwa hiyo msihukumu jambo lolote kabla ya wakati wake. Ngojeni mpaka Bwana atakapokuja. Yeye atayaleta nuruni mambo yale yaliyofichwa gizani, na kuweka wazi nia za mioyo ya wanadamu. Wakati huo kila mmoja atapokea sifa anayostahili kutoka kwa Mungu.
ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।
6 Basi ndugu zangu, mambo haya nimeyafanya kwangu binafsi na Apolo kwa faida yenu, ili mweze kujifunza kutoka kwetu maana ya ule usemi usemao, “Msivuke zaidi ya yale yaliyoandikwa.” Hivyo hamtajivunia mtu fulani na kumdharau mwingine.
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହିସବୁ କଥା ମୋʼ ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ, ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ।
7 Kwa maana ni nani aliyewafanya kuwa tofauti na wengine? Ni nini mlicho nacho ambacho hamkupokea? Nanyi kama mlipokea, kwa nini mnajivuna kama vile hamkupokea?
କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କଅଣ ଅଛି? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ?
8 Sasa tayari mnayo yale yote mnayohitaji! Tayari mmekwisha kuwa matajiri! Mmekuwa wafalme, tena bila sisi! Laiti mngekuwa wafalme kweli ili na sisi tupate kuwa wafalme pamoja nanyi!
ଇତିମଧ୍ୟରେ ତୁମ୍ଭେମାନେ କଅଣ ପରିତୃପ୍ତ ହୋଇଗଲଣି? ଇତିମଧ୍ୟରେ ତୁମ୍ଭେମାନେ କଅଣ ଧନବାନ ହୋଇଗଲଣି? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରିପାରିଥାଆନ୍ତୁ।
9 Kwa maana ninaona kwamba Mungu ametuweka sisi mitume katika nafasi ya mwisho kabisa, kama watu waliohukumiwa kufa kwenye uwanja wa tamasha, kwa sababu tumefanywa kuwa maonyesho kwa ulimwengu wote, kwa malaika na kwa wanadamu pia.
କାରଣ ମୋହର ମନେ ହୁଏ, ଆମ୍ଭେମାନେ ଯେ ପ୍ରେରିତ, ଆମ୍ଭମାନଙ୍କୁ ଈଶ୍ବର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ।
10 Kwa ajili ya Kristo sisi ni wajinga, lakini ninyi mna hekima sana ndani ya Kristo. Sisi tu dhaifu, lakini ninyi mna nguvu. Tunadharauliwa, lakini ninyi mnaheshimiwa.
ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ।
11 Mpaka saa hii tuna njaa na kiu, tu uchi, tumepigwa na hatuna makao.
ଏ ସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ
12 Tunafanya kazi kwa bidii kwa mikono yetu wenyewe. Tunapolaaniwa, tunabariki, tunapoteswa, tunastahimili,
ସ୍ୱହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ,
13 tunaposingiziwa, tunajibu kwa upole. Mpaka sasa tumekuwa kama takataka ya dunia na uchafu wa ulimwengu.
ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ।
14 Siwaandikii mambo haya ili kuwaaibisha, bali ili kuwaonya, kama wanangu wapendwa.
ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି।
15 Hata kama mnao walimu 10,000 katika Kristo, lakini hamna baba wengi. Mimi nilikuwa baba yenu katika Kristo Yesu kwa kuwaletea Injili.
କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି।
16 Basi nawasihi igeni mfano wangu.
ଏଣୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ, ତୁମ୍ଭେମାନେ ମୋହର ଅନୁକାରୀ ହୁଅ।
17 Kwa sababu hii ninamtuma Timotheo, mwanangu mpendwa na mwaminifu katika Bwana. Yeye atawakumbusha kuhusu njia za maisha yangu katika Kristo Yesu, ambayo yanakubaliana na mafundisho yangu ninayofundisha katika kila kanisa.
ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ସନ୍ତାନ; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ।
18 Baadhi yenu mmekuwa na jeuri mkidhani kuwa sitafika kwenu.
ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି।
19 Lakini kama Bwana akipenda, nitafika kwenu mapema, nami nitapenda kujua, si tu kile wanachosema hawa watu jeuri, bali pia kujua nguvu yao.
କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଆସିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି!
20 Kwa kuwa Ufalme wa Mungu si maneno matupu tu bali ni nguvu.
କାରଣ ଈଶ୍ବରଙ୍କ ରାଜ୍ୟ ବାକ୍ୟରେ ନୁହେଁ, ମାତ୍ର ଶକ୍ତିରେ ପ୍ରକାଶ ପାଏ।
21 Ninyi amueni. Je, nije kwenu na fimbo, au nije kwa upendo na kwa roho ya upole?
ତୁମ୍ଭମାନଙ୍କର ଇଚ୍ଛା କଅଣ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଆସିବି ନା ପ୍ରେମ ଓ ମୃଦୁତାର ଆତ୍ମା ଘେନି ଆସିବି?