< 1 Wafalme 5 >

1 Hiramu mfalme wa Tiro aliposikia kuwa Solomoni ametiwa mafuta awe mfalme mahali pa Daudi baba yake, akatuma wajumbe kwa Solomoni, kwa sababu Hiramu siku zote alikuwa na uhusiano mzuri wa kirafiki na Daudi.
ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍‍ର ପ୍ରିୟପାତ୍ର ଥିଲେ।
2 Solomoni akapeleka ujumbe huu kwa Hiramu:
ଏଣୁ ଶଲୋମନ ହୂରମ୍‍ ନିକଟକୁ ଏହି କଥା କହି ପଠାଇଲେ,
3 “Unajua kwamba kwa sababu ya vita vilivyopiganwa dhidi ya baba yangu Daudi kutoka pande zote, hakuweza kujenga Hekalu kwa ajili ya Jina la Bwana Mungu wake, hadi Bwana alipowaweka adui zake chini ya miguu yake.
“ଆପଣ ଜାଣନ୍ତି, ମୋʼ ପିତା ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରି ପାରିଲେ ନାହିଁ, କାରଣ ସଦାପ୍ରଭୁ (ଶତ୍ରୁମାନଙ୍କୁ) ତାଙ୍କର ପଦତଳସ୍ଥ କରିବା ପର୍ଯ୍ୟନ୍ତ ତାଙ୍କ ଚାରିଆଡ଼େ ଯୁଦ୍ଧ ଘେରିଥିଲା।
4 Lakini sasa Bwana Mungu wangu amenipa utulivu kila upande hakuna adui wala maafa.
ମାତ୍ର ଏବେ ସଦାପ୍ରଭୁ ମୋʼ ପରମେଶ୍ୱର ଚତୁର୍ଦ୍ଦିଗରେ ମୋତେ ବିଶ୍ରାମ ଦେଇଅଛନ୍ତି; ବିପକ୍ଷ କେହି ନାହିଁ, ବା ବିପଦ-ଘଟଣା କିଛି ନାହିଁ।
5 Kwa hiyo, ninakusudia kujenga Hekalu kwa ajili ya Jina la Bwana, Mungu wangu, kama Bwana alivyomwambia baba yangu Daudi, wakati aliposema, ‘Mwanao nitakayemweka kwenye kiti cha ufalme mahali pako, ndiye atajenga Hekalu kwa ajili ya Jina langu.’
ଏହେତୁ ଦେଖନ୍ତୁ, ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ମୁଁ ଗୋଟିଏ ଗୃହ ନିର୍ମାଣ କରିବାକୁ ମନସ୍ଥ କରୁଅଛି, କାରଣ ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଥିଲେ, ‘ଆମ୍ଭେ ତୁମ୍ଭ ବଦଳେ ତୁମ୍ଭର ଯେଉଁ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା, ସେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’
6 “Hivyo toa amri ili mierezi ya Lebanoni ikatwe kwa ajili yangu. Watu wangu watafanya kazi na watu wako, nami nitawalipa watu wako kwa ujira wowote utakaoupanga. Unajua kwamba hatuna mtu yeyote mwenye ustadi katika kukata miti kama Wasidoni.”
ଏଣୁ ଏବେ ମୋʼ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି, ମୋʼ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ, ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।”
7 Hiramu aliposikia ujumbe wa Solomoni, akafurahishwa sana akasema, “Ahimidiwe Bwana leo, kwa kuwa amempa Daudi mwana mwenye hekima kutawala juu ya taifa hili kubwa.”
ସେତେବେଳେ ହୂରମ୍‍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, “ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।”
8 Hiramu akatuma neno kwa Solomoni: “Nimepokea ujumbe ulionipelekea na nitafanya yote unayohitaji katika kukupatia magogo ya mierezi na misunobari.
ଏଉତ୍ତାରେ ହୂରମ୍‍ ଶଲୋମନଙ୍କ ନିକଟକୁ କହି ପଠାଇଲା, “ଆପଣ ମୋʼ ନିକଟକୁ ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି।
9 Watu wangu watayakokota kutoka Lebanoni hadi kwenye bahari, nami nitayafunga mafungu mafungu yaelee juu ya maji hadi utakapoelekeza. Huko nitayatenganisha, nawe utaweza kuyachukua. Wewe utakidhi haja yangu kwa kunipatia chakula kwa ajili ya watu wa nyumbani mwangu.”
ମୋʼ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି, ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋʼ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋʼ ବାଞ୍ଛା ସଫଳ କରିବେ।”
10 Kwa njia hii Hiramu akampa Solomoni miti yote ya mierezi na magogo ya misunobari kama alivyohitaji,
ଏହିରୂପେ ହୂରମ୍‍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ ଓ ଦେବଦାରୁ କାଷ୍ଠ ଦେଲା।
11 naye Solomoni akampa Hiramu kori 20,000 za ngano kama chakula kwa ajili ya watu wa nyumbani mwake, pamoja na mafuta safi ya zeituni yaliyokamuliwa bathi 20,000. Solomoni aliendelea kumfanyia Hiramu hivyo mwaka baada ya mwaka.
ପୁଣି, ଶଲୋମନ ହୂରମ୍‍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ହଜାର ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍‍କୁ ଦେଲେ।
12 Bwana akampa Solomoni hekima, kama alivyomwahidi. Palikuwepo na uhusiano wa amani kati ya Hiramu na Solomoni, na wote wawili wakafanya mkataba.
ପୁଣି, ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ ଶଲୋମନଙ୍କୁ ଜ୍ଞାନ ଦେଲେ; ଆଉ ହୂରମ୍‍ ଓ ଶଲୋମନଙ୍କ ମଧ୍ୟରେ ସନ୍ଧି ଥିଲା ଓ ସେ ଦୁହେଁ ପରସ୍ପର ନିୟମ କଲେ।
13 Mfalme Solomoni akakusanya wafanyakazi 30,000 kutoka Israeli yote.
ଏଥିଉତ୍ତାରେ ଶଲୋମନ ରାଜା ସମୁଦାୟ ଇସ୍ରାଏଲ ମଧ୍ୟରୁ ବେଠିକର୍ମ ନିମନ୍ତେ ଲୋକ ସଂଗ୍ରହ କଲେ; ତହିଁରେ ତିରିଶ ହଜାର ଲୋକ ସଂଗୃହୀତ ହେଲେ।
14 Akawapeleka Lebanoni kwa zamu za watu 10,000 kwa mwezi, hivyo walikaa Lebanoni kwa mwezi mmoja na miezi miwili nyumbani. Adoniramu ndiye alikuwa kiongozi wa shokoa.
ପୁଣି, ସେ ପାଳି ଅନୁସାରେ ମାସକୁ ଦଶ ହଜାର ଲୋକ ଲିବାନୋନକୁ ପଠାଇଲେ; ସେମାନେ ମାସେ ଲେଖାଏଁ ଲିବାନୋନରେ ଓ ଦୁଇ ମାସ ଲେଖାଏଁ ଘରେ ରହିଲେ ଓ ଅଦୋନୀରାମ୍‍ ବେଠିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।
15 Solomoni alikuwa na wachukuzi wa mizigo 70,000 na wachonga mawe 80,000 huko vilimani,
ପୁଣି, ଶଲୋମନଙ୍କର ସତୁରି ହଜାର ଭାରବାହକ ଓ ପର୍ବତରେ ଅଶୀ ହଜାର ପଥର-କଟାଳୀ ଥିଲେ।
16 pamoja na wasimamizi 3,300 ambao walisimamia kazi hiyo na kuwaongoza wafanyakazi.
ଏହାଛଡ଼ା କର୍ମକାରୀ ଲୋକମାନଙ୍କ ଉପରେ ଶଲୋମନଙ୍କର ତିନି ହଜାର ତିନି ଶହ ପ୍ରଧାନ କାର୍ଯ୍ୟାଧ୍ୟକ୍ଷ ନିଯୁକ୍ତ ଥିଲେ।
17 Kwa amri ya mfalme walitoa kwenye machimbo ya mawe, mawe makubwa, yaliyo bora kwa kujengea msingi wa nyumba yaliyochongwa kwa ajili ya Hekalu.
ପୁଣି, ପ୍ରସ୍ତୁତ ପ୍ରସ୍ତରରେ ଗୃହର ଭିତ୍ତିମୂଳ ସ୍ଥାପନ କରିବା ନିମନ୍ତେ ସେମାନେ ରାଜାଜ୍ଞାରେ ବୃହତ ପ୍ରସ୍ତର ଓ ମୂଲ୍ୟବାନ ପ୍ରସ୍ତର ଖୋଳିଲେ।
18 Mafundi wa Solomoni, wa Hiramu na watu wa Gebali walikata na kuandaa mbao na mawe kwa ajili ya ujenzi wa Hekalu.
ଆଉ ଶଲୋମନଙ୍କର, ହୂରମ୍‍ର ରାଜମିସ୍ତ୍ରୀମାନେ ଓ ଗିବ୍ଲୀୟ ଲୋକମାନେ ସେସବୁର ଗଠନ କଲେ, ଏହିରୂପେ ସେମାନେ ଗୃହ ନିର୍ମାଣ ନିମନ୍ତେ କାଷ୍ଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।

< 1 Wafalme 5 >