< 1 Wafalme 9 >
1 Solomoni alipomaliza kujenga Hekalu la Bwana na jumba la kifalme, alipokwisha kufanya yote aliyotaka kufanya,
ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଓ ଆପଣାର ଇଚ୍ଛାମତ ଯେଉଁ ସମସ୍ତ କର୍ମ କରିବାକୁ ସନ୍ତୁଷ୍ଟ ହେଲେ, ସେସବୁର ନିର୍ମାଣ ସମାପ୍ତ କରନ୍ତେ,
2 Bwana akamtokea mara ya pili, kama alivyokuwa amemtokea huko Gibeoni.
ସଦାପ୍ରଭୁ ଯେପରି ଶଲୋମନଙ୍କୁ ଗିବୀୟୋନ୍ରେ ଦର୍ଶନ ଦେଇଥିଲେ, ସେପରି ଦ୍ୱିତୀୟ ଥର ତାଙ୍କୁ ଦର୍ଶନ ଦେଲେ।
3 Bwana akamwambia: “Nimesikia dua na maombi uliyofanya mbele zangu, nimeliweka wakfu Hekalu hili ambalo umelijenga, kwa kuweka Jina langu humo milele. Macho yangu na moyo wangu utakuwa humo siku zote.
ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ ସାକ୍ଷାତରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଲୁ; ଆମ୍ଭର ନାମ ସଦାକାଳ ସ୍ଥାପନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ଗୃହ ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ପୁଣି, ତହିଁ ପ୍ରତି ଆମ୍ଭ ଦୃଷ୍ଟି ଓ ଆମ୍ଭ ଅନ୍ତଃକରଣ ନିତ୍ୟ ରହିବ।
4 “Kukuhusu wewe, kama ukienenda kwa unyofu wa moyo na uadilifu, kama baba yako Daudi alivyofanya na kutenda yote ninayoyaagiza kwa kutunza maagizo yangu na sheria,
ଆଉ ଆମ୍ଭେ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ, ତଦନୁସାରେ କର୍ମ କରିବା ପାଇଁ ଯଦି ତୁମ୍ଭେ ଆପଣା ପିତା ଦାଉଦ ପରି ଏକାନ୍ତ ଚିତ୍ତରେ ଓ ସରଳ ଭାବରେ ଆମ୍ଭ ସାକ୍ଷାତରେ ଚାଲିବ, ପୁଣି, ଆମ୍ଭ ବିଧି ଓ ଶାସନ ପାଳନ କରିବ;
5 nitakiimarisha kiti chako cha enzi juu ya Israeli milele kama nilivyomwahidi Daudi baba yako niliposema, ‘Hutakosa kamwe kuwa na mtu kwenye kiti cha enzi cha Israeli.’
‘ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ତୁମ୍ଭ ବଂଶରେ ଲୋକର ଅଭାବ ହେବ ନାହିଁ,’ ଏହି ଯେଉଁ ପ୍ରତିଜ୍ଞା ଆମ୍ଭେ ତୁମ୍ଭ ପିତା ଦାଉଦ ପ୍ରତି କରିଅଛୁ, ତଦନୁସାରେ ଆମ୍ଭେ ଇସ୍ରାଏଲ ଉପରେ ତୁମ୍ଭ ରାଜସିଂହାସନ ଅନନ୍ତକାଳ ସ୍ଥିର କରିବା।
6 “Lakini kama ninyi au wana wenu mkigeukia mbali nami na kuziacha amri na maagizo yangu niliyowapa na kwenda kuitumikia miungu mingine na kuiabudu,
ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
7 basi nitakatilia mbali Israeli kutoka nchi niliyowapa, nami nitalikataa Hekalu hili nililolitakasa kwa ajili ya Jina langu. Ndipo Israeli itakuwa kitu cha kudharauliwa na watu na kuwa kitu cha kudhihakiwa miongoni mwa watu wote.
ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;
8 Ingawa hekalu hili linavutia sasa, wote watakaolipita watashangaa na kudhihaki wakisema, ‘Kwa nini Bwana amefanya kitu kama hiki katika nchi hii na kwa Hekalu hili?’
ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ‘ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ?’
9 Watu watajibu, ‘Kwa sababu wamemwacha Bwana Mungu wao, aliyewatoa baba zao Misri, nao wamekumbatia miungu mingine, wakaiabudu na kuitumikia, ndiyo sababu Bwana ameyaleta maafa haya yote juu yao.’”
ତହିଁରେ ଲୋକମାନେ ଉତ୍ତର କରିବେ, ‘ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।’”
10 Miaka ishirini ilipopita, ambayo katika hiyo Solomoni alijenga majengo haya mawili, yaani Hekalu la Bwana na jumba la kifalme,
ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ, ଏହି ଦୁଇ ଗୃହ ନିର୍ମାଣ କରିବା ପାଇଁ ଶଲୋମନଙ୍କୁ କୋଡ଼ିଏ ବର୍ଷ ଲାଗିଲା;
11 Mfalme Solomoni akampa Hiramu mfalme wa Tiro miji ishirini katika Galilaya, kwa sababu Hiramu alikuwa amempatia mierezi yote, misunobari na dhahabu yote aliyohitaji.
ତହିଁର ଶେଷରେ ଶଲୋମନ ରାଜା ସୋରର ରାଜା ହୂରମ୍କୁ; ଗାଲିଲୀ ଦେଶସ୍ଥ କୋଡ଼ିଏ ନଗର ଦେଲେ; ଏହି ହୂରମ୍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ସୁବର୍ଣ୍ଣ ଯୋଗାଇ ଦେଇଥିଲା।
12 Lakini Hiramu alipotoka Tiro kwenda kuiona ile miji ambayo Solomoni alikuwa amempa, hakupendezwa nayo.
ଏଉତ୍ତାରେ ହୂରମ୍ ଶଲୋମନଙ୍କର ଦତ୍ତ ନଗରମାନ ଦେଖିବାକୁ ସୋରରୁ ଆସିଲା, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।
13 Hiramu akauliza, “Hii ni miji ya namna gani uliyonipa, ndugu yangu?” Naye akaiita nchi ya Kabul, jina lililoko hadi leo.
ତହୁଁ ସେ କହିଲା, “ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ?” ପୁଣି, ସେ ସେହିସବୁର ନାମ କାବୂଲ ଦେଶ ଦେଲା, ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।
14 Basi Hiramu alikuwa amempelekea mfalme talanta 120 za dhahabu.
ପୁଣି, ହୂରମ୍ ଏକ ଶହ କୋଡ଼ିଏ ତାଳନ୍ତ ସୁନା ରାଜାଙ୍କ ନିକଟକୁ ପଠାଇଦେଲା।
15 Haya ni maelezo kuhusu kazi za kulazimishwa ambazo Mfalme Solomoni, alivyowafanyiza watu ili kulijenga hekalu la Bwana, na jumba lake la kifalme, na Milo, ukuta wa Yerusalemu, Hazori, Megido na Gezeri.
ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।
16 (Farao mfalme wa Misri alikuwa ameushambulia na kuuteka mji wa Gezeri. Alikuwa ameuchoma moto. Akawaua Wakanaani waliokuwa wakikaa humo na kisha kuutoa kwa binti yake, yaani mkewe Solomoni, kama zawadi ya arusi.
ମିସରର ରାଜା ଫାରୋ ଯାଇ ଗେଷର ହସ୍ତଗତ କରି ତାହା ଅଗ୍ନିରେ ଦଗ୍ଧ କରି ତନ୍ନିବାସୀ କିଣାନୀୟମାନଙ୍କୁ ବଧ କରି ତାହା ଯୌତୁକ ରୂପେ ଆପଣା କନ୍ୟା ଶଲୋମନଙ୍କର ଭାର୍ଯ୍ୟାକୁ ଦେଇଥିଲା।
17 Solomoni akaujenga tena Gezeri.) Akajenga Beth-Horoni ya Chini,
ଏହେତୁ ଶଲୋମନ ଦେଶ ମଧ୍ୟରେ ଗେଷର, ଅଧଃସ୍ଥିତ ବେଥ୍-ହୋରଣ,
18 akajenga Baalathi na Tamari kwenye jangwa katika eneo la nchi yake,
ବାଲତ୍ ଓ ପ୍ରାନ୍ତରସ୍ଥ ତାମୋର,
19 vilevile miji ya ghala na miji kwa ajili ya magari yake na kwa ajili ya farasi wake: chochote alichotaka kujenga katika Yerusalemu, katika Lebanoni, na katika eneo yote aliyotawala.
ଆଉ ଶଲୋମନଙ୍କର ଯେ ଯେ ଭଣ୍ଡାର ନଗର ଥିଲା, ତାହାସବୁ ଓ ରଥ ପାଇଁ ନଗର ଓ ଅଶ୍ୱାରୋହୀମାନଙ୍କ ପାଇଁ ନଗର, ପୁଣି, ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ସନ୍ତୁଷ୍ଟ ହେଲେ, ତାହାସବୁ ନିର୍ମାଣ କଲେ।
20 Watu wote waliosalia kutoka kwa Waamori, Wahiti, Waperizi, Wahivi na Wayebusi (mataifa haya hayakuwa Waisraeli),
ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସକଳ ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ;
21 yaani, wazao wao waliobakia katika nchi, ambao Waisraeli hawangeweza kuwaangamiza kabisa: hawa Solomoni akawalazimisha kuwa watumwa katika shokoa, kama ilivyo hadi leo.
ଅର୍ଥାତ୍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ସମ୍ପୂର୍ଣ୍ଣ ରୂପେ ବିନାଶ କରିପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜି ପର୍ଯ୍ୟନ୍ତ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ।
22 Lakini Solomoni hakumfanya yeyote wa Waisraeli kuwa mtumwa; wao ndio waliokuwa wapiganaji wake, maafisa wake wa serikali, maafisa wake, wakuu wake, majemadari wa jeshi wa magari yake ya vita na wapanda farasi.
ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଶଲୋମନ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ତାଙ୍କ ରାଜଭୃତ୍ୟ, ତାଙ୍କ ଅଧିପତି, ତାଙ୍କର ସେନାପତି, ତାଙ୍କ ରଥ ଓ ଅଶ୍ୱାରୋହୀମାନଙ୍କ ଉପରେ ଅଧ୍ୟକ୍ଷ ଥିଲେ।
23 Pia walikuwa maafisa wakuu wasimamizi wa miradi ya Solomoni: maafisa 550 waliwasimamia watu waliofanya kazi.
ସେମାନଙ୍କ ମଧ୍ୟରୁ ପାଞ୍ଚ ଶହ ପଚାଶ ଜଣ ଶଲୋମନଙ୍କର କର୍ମରେ ନିଯୁକ୍ତ ପ୍ରଧାନ ଅଧ୍ୟକ୍ଷ ଥିଲେ। ସେମାନେ କର୍ମକାରୀ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
24 Baada ya binti Farao kuja kutoka Mji wa Daudi na kuingia jumba la kifalme ambalo Solomoni alikuwa amemjengea, akajenga Milo.
ମାତ୍ର ଫାରୋର କନ୍ୟା ଦାଉଦ-ନଗରରୁ ଶଲୋମନଙ୍କ ଦ୍ୱାରା ତାହା ପାଇଁ ନିର୍ମିତ ଆପଣା ଗୃହକୁ ଆସିଲା; ତେବେ ଶଲୋମନ ମିଲ୍ଲୋ ନିର୍ମାଣ କଲେ।
25 Solomoni akatoa dhabihu za kuteketezwa na sadaka za amani mara tatu kwa mwaka, juu ya madhabahu aliyokuwa amejengea kwa ajili ya Bwana, akifukiza uvumba mbele za Bwana pamoja na dhabihu hizo, hivyo kutimiza kanuni za hekalu.
ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ୱଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଏହିରୂପେ ସେ ଗୃହ ନିର୍ମାଣ ସମାପ୍ତ କଲେ।
26 Mfalme Solomoni pia akatengeneza pia meli huko Esion-Geberi, ambayo iko karibu na Elathi katika Edomu, kwenye ukingo wa Bahari ya Shamu.
ଏଥିଉତ୍ତାରେ ଶଲୋମନ ରାଜା ଇଦୋମ ଦେଶରେ ସୂଫ ସାଗରତୀରସ୍ଥ ଏଲତ୍ ନିକଟବର୍ତ୍ତୀ ଇତ୍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।
27 Naye Hiramu akawatuma watu wake; mabaharia walioijua bahari, kuhudumu katika hizo meli pamoja na watu wa Solomoni.
ପୁଣି, ହୂରମ୍ ସେହି ଜାହାଜରେ ଶଲୋମନଙ୍କର ଦାସମାନଙ୍କ ସହିତ ସାମୁଦ୍ରିକ କର୍ମରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲା।
28 Wakasafiri kwa bahari mpaka Ofiri na kurudi na talanta 420 za dhahabu, ambazo walimkabidhi Mfalme Solomoni.
ଆଉ ସେମାନେ ଓଫୀରକୁ ଯାଇ ସେଠାରୁ ଚାରି ଶହ କୋଡ଼ିଏ ତାଳନ୍ତ ସୁନା ନେଇ ଶଲୋମନ ରାଜାଙ୍କ ନିକଟକୁ ଆଣିଲେ।