< 1 Samweli 15 >

1 Samweli akamwambia Sauli, “Mimi ndiye ambaye Bwana alinituma nikutie mafuta uwe mfalme juu ya watu wake Israeli, basi sasa sikiliza ujumbe kutoka kwa Bwana.
ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, “ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ।
2 Hili ndilo Bwana Mwenye Nguvu Zote asemalo: ‘Nitawaadhibu Waamaleki kwa kile walichowatendea Israeli walipowavizia wakati walipanda kutoka Misri.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ।
3 Basi sasa nenda ukawashambulie Waamaleki na kuwaangamiza kabisa pamoja na kila kitu kilicho mali yao. Usiwahurumie; waue wanaume na wanawake, watoto na wanyonyao, ngʼombe na kondoo, ngamia na punda.’”
ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”
4 Ndipo Sauli akawaita watu na kuwapanga huko Telaimu, askari wa miguu 200,000 pamoja na watu 10,000 kutoka Yuda.
ଏଥିଉତ୍ତାରେ ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,
5 Sauli akaenda katika mji wa Amaleki na kuwavizia bondeni.
ତହୁଁ ଶାଉଲ ଅମାଲେକ ନଗରକୁ ଆସି ଉପତ୍ୟକାରେ ଛକି ବସିଲେ।
6 Kisha akawaambia Wakeni, “Ondokeni, waacheni Waamaleki ili nisije nikawaangamiza ninyi pamoja nao, kwa kuwa ninyi mliwatendea mema Waisraeli wote wakati walipanda kutoka Misri.” Basi Wakeni wakaondoka, wakawaacha Waamaleki.
ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, “ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ।” ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରିଗଲେ।
7 Ndipo Sauli akawashambulia Waamaleki toka Havila mpaka Shuri, hadi mashariki ya Misri.
ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୂରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ।
8 Akamchukua Agagi, mfalme wa Waamaleki akiwa hai, nao watu wake wote akawaangamiza kabisa kwa upanga.
ପୁଣି, ସେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଜିଅନ୍ତା ଧରିଲେ ଓ ଲୋକ ସମସ୍ତଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
9 Lakini Sauli na hilo jeshi wakamhifadhi hai Agagi na kondoo na ngʼombe walio wazuri, mafahali na wana-kondoo walionona kila kitu kilichokuwa kizuri. Hivi vitu hawakuwa radhi kuviangamiza kabisa, bali kila kitu kilichodharauliwa na kilicho dhaifu wakakiangamiza kabisa.
ମାତ୍ର ଶାଉଲ ଓ ଲୋକମାନେ ଅଗାଗ ପ୍ରତି ଓ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଓ ହୃଷ୍ଟପୁଷ୍ଟ ବାଛୁରି ଓ ମେଷଛୁଆ ପ୍ରତି ଓ ଯାବତୀୟ ଉତ୍ତମ ବସ୍ତୁ ପ୍ରତି ଦୟା କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ମାତ୍ର ଯାହା କିଛି ତୁଚ୍ଛ ଓ ରୋଗା ଥିଲା, ତାହା ସେମାନେ ବର୍ଜିତ ରୂପେ ବିନାଶ କଲେ।
10 Kisha neno la Bwana likamjia Samweli kusema:
ଏଉତ୍ତାରେ ଶାମୁୟେଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା;
11 “Ninasikitika kwamba nimemfanya Sauli kuwa mfalme, kwa sababu ameacha kunifuata mimi na hakutimiza maagizo yangu.” Samweli akafadhaika, naye akamlilia Bwana usiku ule wote.
“ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ।” ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।
12 Asubuhi na mapema Samweli akaamka kwenda kukutana na Sauli, lakini akaambiwa, “Sauli amekwenda Karmeli. Huko amesimamisha mnara kwa heshima yake mwenyewe naye ameendelea na kuteremkia Gilgali.”
ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, “ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍‍ଗଲ୍‍କୁ ବାହାରି ଯାଇଅଛନ୍ତି।”
13 Samweli alipomfikia, Sauli akamwambia, “Bwana akubariki! Nimetimiza yale Bwana aliniagiza.”
ଏଥିରେ ଶାମୁୟେଲ ଶାଉଲଙ୍କ ନିକଟକୁ ଗଲେ; ପୁଣି, ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ମୁଁ ସଦାପ୍ରଭୁଙ୍କ ବାକ୍ୟ ସଫଳ କରିଅଛି।”
14 Lakini Samweli akasema, “Nini basi huu mlio wa kondoo masikioni mwangu? Huu mlio wa ngʼombe ninaousikia ni kitu gani?”
ତହିଁରେ ଶାମୁୟେଲ କହିଲେ, “ତେବେ ମୋʼ କର୍ଣ୍ଣରେ ଯେ ମେଷରବ ହେଉଛି ଓ ମୁଁ ଯେ ଗୋରୁ-ରବ ଶୁଣୁଛି, ଏଥିର ଅର୍ଥ କଅଣ?”
15 Sauli akajibu, “Askari wamewaleta kutoka kwa Waamaleki, waliwaacha wale kondoo na ngʼombe wazuri ili kuwatoa dhabihu kwa Bwana, Mungu wako, lakini tuliwaangamiza kabisa wengine wote.”
ତହୁଁ ଶାଉଲ କହିଲେ, “ସେମାନେ ଅମାଲେକୀୟମାନଙ୍କଠାରୁ ସେସବୁ ଆଣିଛନ୍ତି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଦୟା କଲେ; ମାତ୍ର ଅବଶିଷ୍ଟ ସକଳକୁ ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛୁ।”
16 Samweli akamwambia Sauli, “Ngoja! Nami nitakuambia lile Bwana aliloniambia usiku huu.” Sauli akajibu, “Niambie.”
ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି, ତାହା ମୁଁ ତୁମ୍ଭକୁ ଜଣାଇବି।” ଏଥିରେ ସେ କହିଲେ, “କୁହ।”
17 Samweli akamwambia, “Ingawa zamani ulijiona mdogo machoni pako mwenyewe, Je, hukuwa kiongozi wa kabila za Israeli? Bwana alikutia mafuta kuwa mfalme juu ya Israeli.
ତେଣୁ ଶାମୁୟେଲ କହିଲେ, “କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;
18 Naye akakutuma kwa kazi maalum, akisema, ‘Nenda ukaangamize kabisa wale watu waovu, wale Waamaleki, upigane nao vita mpaka utakapowaangamiza kabisa.’
ଆଉ ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ‘ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କର, ଆଉ ସେମାନେ ନିଃଶେଷରେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସେମାନଙ୍କ ସଙ୍ଗେ ଯୁଦ୍ଧ କର।’
19 Kwa nini hukumtii Bwana? Kwa nini ulivamia nyara na kufanya uovu machoni pa Bwana?”
ଏଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ, ମାତ୍ର ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲ?”
20 Sauli akasema, “Lakini nilimtii Bwana. Nilikamilisha ile kazi ambayo Bwana alinituma. Niliwaangamiza Waamaleki kabisa na kumleta Agagi mfalme wao.
ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ରବ ଶୁଣିଲି ଓ ସଦାପ୍ରଭୁ ମୋତେ ଯେଉଁ ଯାତ୍ରା କରିବାକୁ ପଠାଇଲେ, ତାହା କଲି ଓ ଅମାଲେକର ରାଜା ଅଗାଗକୁ ଆଣିଲି, ପୁଣି, ଅମାଲେକୀୟମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲି।
21 Askari walichukua kondoo na ngʼombe kutoka kwenye nyara, zile ambazo ni nzuri sana zimewekwa wakfu kwa Mungu, ili zitolewe dhabihu kwa Bwana Mungu wako huko Gilgali.”
ମାତ୍ର ଲୋକମାନେ ଗିଲ୍‍ଗଲ୍‍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।”
22 Lakini Samweli akajibu: “Je, Bwana anafurahia sadaka za kuteketezwa na dhabihu kama vile kuitii sauti ya Bwana? Kutii ni bora zaidi kuliko dhabihu, nako kusikia ni bora kuliko mafuta ya kondoo dume.
ତହିଁରେ ଶାମୁୟେଲ କହିଲେ, “ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।
23 Kwa maana kuasi ni kama dhambi ya uaguzi, nao ukaidi ni kama uovu wa kuabudu sanamu. Kwa sababu umelikataa neno la Bwana, naye amekukataa wewe kuendelea kuwa mfalme.”
ଯେହେତୁ ବିଦ୍ରୋହ ମନ୍ତ୍ର ପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”
24 Ndipo Sauli akamwambia Samweli, “Nimetenda dhambi. Nimevunja amri ya Bwana na maagizo yako. Niliwaogopa watu na kwa hiyo nikafanya walivyotaka.
ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।
25 Sasa ninakusihi usamehe dhambi yangu, nawe urudi pamoja nami, ili nipate kumwabudu Bwana.”
ଏହେତୁ ବିନୟ କରୁଅଛି, ଏବେ ମୋʼ ପାପ କ୍ଷମା କର ଓ ମୁଁ ଯେପରି ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”
26 Lakini Samweli akamwambia, “Sitarudi pamoja nawe. Umelikataa neno la Bwana, naye Bwana amekukataa wewe, usiendelee kuwa mfalme juu ya Israeli!”
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରିଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”
27 Samweli alipogeuka ili aondoke, Sauli akangʼangʼania pindo la joho lake, nalo likararuka.
ଏଥିରେ ଶାଉଲଙ୍କୁ ଚାଲିଯିବା ପାଇଁ ମୁଖ ଫେରାନ୍ତେ, ସେ ତାଙ୍କ ଚୋଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା।
28 Samweli akamwambia, “Bwana ameurarua ufalme wa Israeli kutoka kwako leo, naye ameutia kwa mmoja wa majirani zako, aliye bora kuliko wewe.
ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ।
29 Yeye aliye Utukufu wa Israeli hasemi uongo wala hana kigeugeu; kwa kuwa yeye si mwanadamu, hata abadili nia yake.”
ଆହୁରି ଇସ୍ରାଏଲର ବିଶ୍ୱାସଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।”
30 Sauli akajibu, “Nimetenda dhambi. Lakini tafadhali niheshimu mbele ya wazee wa watu wangu na mbele ya Israeli; rudi pamoja nami, ili nipate kumwabudu Bwana Mungu wako.”
ତେବେ ସେ କହିଲେ, “ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”
31 Hivyo Samweli akarudi pamoja na Sauli, naye Sauli akamwabudu Bwana.
ତହିଁରେ ଶାମୁୟେଲ ଶାଉଲଙ୍କର ପଶ୍ଚାତ୍‍ ଫେରିଯାଆନ୍ତେ, ଶାଉଲ ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କଲେ।
32 Ndipo Samweli akasema, “Niletee Agagi mfalme wa Waamaleki.” Agagi akaja kwake kwa ujasiri, akifikiri, “Hakika uchungu wa mauti umepita.”
ଏଥିଉତ୍ତାରେ ଶାମୁୟେଲ କହିଲେ, “ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ।” ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, “ଅବଶ୍ୟ ମୃତ୍ୟୁର ତିକ୍ତତା ଗଲା।”
33 Lakini Samweli akasema, “Kama upanga wako ulivyofanya wanawake kufiwa na watoto wao, ndivyo mama yako atakavyokuwa hana mtoto miongoni mwa wanawake.” Naye Samweli akamuua Agagi mbele za Bwana huko Gilgali.
ମାତ୍ର ଶାମୁୟେଲ କହିଲେ, “ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ।” ତହୁଁ ଶାମୁୟେଲ ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।
34 Kisha Samweli akaenda Rama, lakini Sauli akapanda nyumbani kwake huko Gibea ya Sauli.
ଏଥିଉତ୍ତାରେ ଶାମୁୟେଲ ରାମାକୁ ଗଲେ; ପୁଣି, ଶାଉଲ ଗିବୀୟା-ଶାଉଲରେ ସ୍ଥିତ ଆପଣା ଗୃହକୁ ଗଲେ।
35 Hadi siku Samweli alipofariki hakwenda kumwona Sauli tena, ingawa Samweli alimwombolezea. Naye Bwana alihuzunika kwamba alimfanya Sauli kuwa mfalme juu ya Israeli.
ମାତ୍ର ଶାଉଲଙ୍କର ମରଣ ଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।

< 1 Samweli 15 >