< 1 Samweli 19 >
1 Sauli akamwambia mwanawe Yonathani na watumishi wake wote wamuue Daudi. Lakini Yonathani mwana wa Sauli alimpenda sana Daudi.
ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।
2 Yonathani akamwonya Daudi, akisema, “Baba yangu Sauli anatafuta nafasi ya kukuua. Ujilinde kesho asubuhi, nenda mahali pa siri na ukae huko.
ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, “ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;
3 Nitatoka na kukaa na baba yangu shambani mahali uliko. Nitazungumza naye juu yako, nami nitakueleza nitakachogundua.”
ପୁଣି, ତୁମ୍ଭେ ଯେଉଁ କ୍ଷେତ୍ରରେ ଥିବ, ସେସ୍ଥାନକୁ ମୁଁ ଯାଇ ମୋହର ପିତାଙ୍କ ପାଖରେ ଠିଆ ହୋଇ ତୁମ୍ଭ ବିଷୟରେ ମୋର ପିତାଙ୍କ ସଙ୍ଗେ କଥୋପକଥନ କରିବି; ଯେବେ ମୁଁ କିଛି ଦେଖିବି, ତେବେ ତୁମ୍ଭକୁ ଜଣାଇବି।”
4 Yonathani akanena mema juu ya Daudi kwa Sauli baba yake na kumwambia, “Mfalme asitende mabaya kwa mtumishi wake Daudi; hajakukosea, aliyoyafanya yamekuwa ya faida sana kwako.
ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, “ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;
5 Alihatarisha maisha yake alipomuua yule Mfilisti. Bwana akajipatia ushindi mkubwa kwa ajili ya Israeli wote, nawe uliuona na ukafurahi. Kwa nini basi utende mabaya kwa mtu asiye na hatia kama Daudi kwa kumuua bila sababu?”
କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦଙ୍କୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?”
6 Sauli akamsikiliza Yonathani na kuapa hivi: “Hakika kama Bwana aishivyo, Daudi hatauawa.”
ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି, “ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ।”
7 Basi Yonathani akamwita Daudi na kumweleza mazungumzo yote. Akamleta kwa Sauli, naye Daudi akawa pamoja na Sauli kama kwanza.
ଏଉତ୍ତାରେ ଯୋନାଥନ ଦାଉଦଙ୍କୁ ଡାକିଲା ଓ ଯୋନାଥନ ତାଙ୍କୁ ସେ ସମସ୍ତ କଥା ଜଣାଇଲା। ପୁଣି, ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲା, ତହିଁରେ ସେ ପୂର୍ବ ପରି ତାଙ୍କ ସମ୍ମୁଖରେ ରହିଲେ।
8 Vita vilitokea tena, naye Daudi akatoka na kupigana na Wafilisti. Akawapiga kwa nguvu nyingi hata wakakimbia mbele yake.
ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ।
9 Lakini roho mbaya iliyoachiwa nafasi na Bwana ikaja juu ya Sauli alipokuwa ameketi katika nyumba yake akiwa na mkuki mkononi mwake. Daudi alipokuwa anampigia kinubi,
ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,
10 Sauli akajaribu kumchomea Daudi ukutani kwa huo mkuki wake, lakini Daudi akauhepa huo mkuki wa Sauli ukakita ukutani. Usiku ule ule Daudi akakimbia na kuokoka.
ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ।
11 Sauli akatuma watu nyumbani mwa Daudi wailinde hiyo nyumba na kumuua asubuhi. Lakini Mikali, mkewe Daudi, akamwonya akisema, “Kama hukukimbia kuokoa maisha yako usiku huu, kesho yake utauawa.”
ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, “ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ।”
12 Basi Mikali akamteremsha Daudi kupitia dirishani, naye akakimbia na kuokoka.
ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ।
13 Kisha Mikali akachukua kinyago, akakilaza kitandani, akakifunika kwa vazi na kukiwekea singa za mbuzi kichwani.
ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା।
14 Sauli alipotuma watu kumkamata Daudi, Mikali akasema, “Yeye ni mgonjwa.”
ଏଉତ୍ତାରେ ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ, ମୀଖଲ କହିଲା, “ସେ ପୀଡ଼ିତ ଅଛନ୍ତି।”
15 Kisha Sauli akatuma watu tena kumwona Daudi naye akawaambia, “Mleteni kwangu juu ya kitanda chake ili nipate kumuua.”
ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, “ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।”
16 Lakini wale watu walipoingia, kumbe ni kinyago tu kilichokuwa kitandani na kwenye kichwa kulikuwepo na singa za mbuzi.
ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।
17 Sauli akamwambia Mikali, “Kwa nini umenidanganya mimi hivi na kumwacha adui yangu aende zake ili apate kuokoka?” Mikali akamwambia, “Yeye aliniambia, ‘Niache niende zangu. Kwa nini nikuue?’”
ଏଣୁ ଶାଉଲ ମୀଖଲକୁ କହିଲେ, “ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋʼ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା?” ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, “ସେ ମୋତେ କହିଲେ, ‘ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି?’”
18 Daudi alipokuwa amekimbia na kuokoka, alimwendea Samweli huko Rama na kumwambia yale yote Sauli alimfanyia. Ndipo Daudi na Samweli wakaenda Nayothi kukaa huko.
ଏଥିମଧ୍ୟରେ ଦାଉଦ ପଳାଇ ରକ୍ଷା ପାଇଲେ ଓ ରାମାରେ ଶାମୁୟେଲଙ୍କ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯାହା କରିଥିଲେ, ତାହାସବୁ ତାଙ୍କୁ ଜଣାଇଲେ। ତହୁଁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ।
19 Habari zikamfikia Sauli kusema: “Daudi yuko Nayothi huko Rama.”
ଏଉତ୍ତାରେ ଶାଉଲଙ୍କୁ ଜଣାଇ ଦିଆଗଲା, ଦେଖ, ଦାଉଦ ରାମାସ୍ଥିତ ନାୟୋତରେ ଅଛନ୍ତି।
20 Basi Sauli akatuma watu kumkamata Daudi, lakini walipoona kundi la manabii wakitoa unabii, wakiwa pamoja na Samweli akiwa amesimama hapo kama kiongozi wao, Roho wa Mungu akaja juu ya watu wa Sauli, nao pia wakatoa unabii.
ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
21 Sauli akaelezwa juu ya hilo, naye akapeleka watu wengine zaidi, nao wakatoa unabii pia. Sauli akatuma watu mara ya tatu, nao pia wakatoa unabii.
ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
22 Mwishowe, yeye mwenyewe akaondoka kwenda Rama na kwenda hadi kwenye kile kisima kikubwa kilichoko huko Seku. Naye akauliza, “Wako wapi Samweli na Daudi?” Wakasema, “Wako Nayothi huko Rama.”
ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, “ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି?” ଏଥିରେ ଜଣେ କହିଲା, “ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।”
23 Hivyo Sauli akaenda Nayothi huko Rama. Lakini Roho wa Mungu akaja juu yake hata yeye, akawa anatembea huku anatoa unabii hadi akafika Nayothi.
ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
24 Akavua majoho yake na pia akatoa unabii mbele ya Samweli. Akalala hali hiyo ule mchana kutwa na usiku kucha. Hii ndiyo sababu watu husema, “Je, Sauli pia yumo miongoni mwa manabii?”
ପୁଣି, ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ, ଆଉ ସେହି ସାରାଦିନ ଓ ସାରାରାତ୍ରି ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, “ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ?”