< 1 Samweli 2 >

1 Kisha Hana akaomba na kusema: “Moyo wangu wamshangilia Bwana, katika Bwana pembe yangu imeinuliwa juu. Kinywa changu chajisifu juu ya adui zangu, kwa kuwa naufurahia wokovu wako.
ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; “ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହା ଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।
2 “Hakuna yeyote aliye mtakatifu kama Bwana, hakuna mwingine zaidi yako; hakuna Mwamba kama Mungu wetu.
ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।
3 “Msiendelee kusema kwa kiburi hivyo wala msiache vinywa vyenu kunena kwa kiburi, kwa kuwa Bwana ndiye Mungu ajuaye, na kwa yeye matendo hupimwa.
ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ।
4 “Pinde za mashujaa zimevunjika, lakini wale wanaojikwaa wamevikwa nguvu.
ବୀରମାନଙ୍କର ଧନୁ ଭଙ୍ଗା ଯାଇଅଛି ଓ ଝୁଣ୍ଟି ପଡ଼ିବା ଲୋକମାନଙ୍କର କଟି ବଳରେ ବନ୍ଧାଯାଇଅଛି।
5 Wale waliokuwa na chakula tele wamejikodisha wenyewe ili kupata chakula, lakini wale waliokuwa na njaa hawana njaa tena. Mwanamke yule aliyekuwa tasa amezaa watoto saba, lakini yule ambaye alikuwa na wana wengi amedhoofika.
ଯେଉଁମାନେ ପରିତୃପ୍ତ ଥିଲେ, ସେମାନେ ଆପେ ଖାଦ୍ୟ ନିମନ୍ତେ ବେତନଜୀବୀ ହୋଇଅଛନ୍ତି ଓ ଯେଉଁମାନେ କ୍ଷୁଧିତ ଥିଲେ, ସେମାନେ ବିଶ୍ରାମ ପାଇଅଛନ୍ତି; ହଁ, ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି ଓ ଯାହାର ଅନେକ ସନ୍ତାନସନ୍ତତି ଥିଲେ, ସେ ନିସ୍ତେଜ ହେଉଅଛି।
6 “Bwana huua na huleta uhai, hushusha chini mpaka kaburini na hufufua. (Sheol h7585)
ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି। (Sheol h7585)
7 Bwana humfanya mtu maskini naye hutajirisha, hushusha na hukweza.
ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।
8 Humwinua maskini kutoka mavumbini na humwinua mhitaji kutoka lundo la majivu; huwaketisha pamoja na wakuu na kuwafanya warithi kiti cha enzi cha heshima. “Kwa kuwa misingi ya dunia ni ya Bwana; juu yake ameuweka ulimwengu.
ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।
9 Yeye atailinda miguu ya watakatifu wake, lakini waovu watanyamazishwa kwenye giza. “Si kwa nguvu mtu hushinda;
ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।
10 wale wampingao Bwana wataharibiwa kabisa. Atapiga radi dhidi yao kutoka mbinguni; Bwana ataihukumu miisho ya dunia. “Atampa nguvu mfalme wake, na kuitukuza pembe ya mpakwa mafuta wake.”
ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।”
11 Kisha Elikana akaenda nyumbani Rama, lakini mtoto akahudumu mbele za Bwana chini ya kuhani Eli.
ଏଉତ୍ତାରେ ଇଲ୍‍କାନା ରାମାସ୍ଥିତ ଆପଣା ଗୃହକୁ ଗଲା। ପୁଣି, ବାଳକ ଏଲି ଯାଜକଙ୍କ ସମ୍ମୁଖରେ ଥାଇ ସଦାପ୍ରଭୁଙ୍କର ପରିଚର୍ଯ୍ୟା କଲା।
12 Wana wa Eli walikuwa watu wabaya kabisa, hawakumheshimu Bwana.
ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।
13 Basi ilikuwa desturi ya makuhani pamoja na watu kwamba kila mara yeyote anapotoa dhabihu na huku nyama ikiwa inachemshwa, mtumishi wa kuhani angalikuja na uma wenye meno matatu mkononi mwake.
ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରୁଥିଲେ ଯେ, କୌଣସି ଲୋକ ବଳିଦାନ କଲେ, ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୂଳ ଘେନି ଆସେ;
14 Angeutumbukiza huo uma kwenye sufuria au birika au sufuria kubwa au chungu, naye kuhani angalijichukulia mwenyewe chochote ambacho uma ungekileta. Hivi ndivyo walivyowatendea Waisraeli wote waliokuja Shilo.
ଆଉ ସେ ପାତ୍ର, ବା ତସଲା, ବା ହଣ୍ଡା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ।
15 Lakini hata kabla mafuta ya mnyama hayajachomwa, mtumishi wa kuhani angalikuja na kusema kwa mtu ambaye alikuwa akitoa dhabihu, “Mpe kuhani nyama akaoke, kwani hatapokea nyama iliyochemshwa kutoka kwako, ila iliyo mbichi tu.”
ଆହୁରି ମେଦ ଦଗ୍ଧ କରିବା ପୂର୍ବରୁ ଯାଜକର ଦାସ ବଳିଦାନକାରୀ ଲୋକ ନିକଟକୁ ଆସି କହେ, “ଯାଜକ ପାଇଁ ମାଂସ ଦିଅ; କାରଣ ସେ ତୁମ୍ଭଠାରୁ ସିଦ୍ଧ ମାଂସ ନେବେ ନାହିଁ, କଞ୍ଚା ନେବେ।”
16 Kama mtu akimwambia, “Mafuta ya mnyama na yachomwe kwanza, ndipo uchukue chochote unachotaka,” mtumishi angalijibu, “Hapana, nipe sasa, kama huwezi nitaichukua kwa nguvu.”
ଏଥିରେ ଯେବେ ସେ ଲୋକ ତାହାକୁ କହେ, “ମେଦ ଏହିକ୍ଷଣି ଦଗ୍ଧ ହେବ, ତହିଁ ଉତ୍ତାରେ ତୁମ୍ଭ ପ୍ରାଣ ଯେତେ ଚାହେଁ ସେତେ ନିଅ;” ତେବେ ସେ ଉତ୍ତର କରେ, “ନାହିଁ, ମାତ୍ର ଏହିକ୍ଷଣି ତାହା ମୋତେ ଦେବାକୁ ହେବ; ତୁମ୍ଭେ ନ ଦେଲେ ତାହା ବଳରେ ନେବି।”
17 Hii Dhambi ya hawa vijana ilikuwa kubwa sana machoni pa Bwana, kwa kuwa waliitendea dhabihu ya Bwana kwa dharau.
ଏରୂପେ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଯୁବା ଲୋକଙ୍କର ପାପ ଅତି ଭାରୀ ହେଲା; କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।
18 Lakini Samweli alikuwa akihudumu mbele za Bwana, kijana akivaa kisibau cha kitani.
ସେସମୟରେ ଶାମୁୟେଲ ବାଳକ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।
19 Kila mwaka mama yake alimshonea joho dogo na kumchukulia wakati alipokwea pamoja na mumewe kutoa dhabihu ya mwaka.
ଆହୁରି ତାଙ୍କର ମାତା ପ୍ରତି ବର୍ଷ ଆପଣା ସ୍ୱାମୀ ସଙ୍ଗେ ବାର୍ଷିକ ବଳି ଉତ୍ସର୍ଗ କରିବାକୁ ଆସିବା ବେଳେ ତାଙ୍କ ପାଇଁ ଗୋଟିଏ ସାନ ଚୋଗା ବନାଇ ତାଙ୍କ କତିକି ଆଣିଥାଏ।
20 Eli alikuwa akiwabariki Elikana na mkewe, akisema, “Bwana na akupe watoto kwa mwanamke huyu ili kuchukua nafasi ya yule aliyekuwa amemwomba na akamtoa kwa Bwana.” Kisha wakawa wanakwenda nyumbani.
ପୁଣି, ଏଲି ଇଲ୍‍କାନାକୁ ଓ ତାହାର ଭାର୍ଯ୍ୟାକୁ ଆଶୀର୍ବାଦ କରି କହିଲେ, “ସଦାପ୍ରଭୁଙ୍କ ନିକଟରେ ଯାହା ନିବେଦିତ ହୋଇଅଛି, ସେହି ନିବେଦନ ସକାଶୁ ସଦାପ୍ରଭୁ ଏହି ସ୍ତ୍ରୀଠାରୁ ତୁମ୍ଭକୁ ସନ୍ତାନ ଦେଉନ୍ତୁ।”
21 Bwana akawa mwenye neema kwa Hana, naye akapata mimba akazaa wana watatu na binti wawili. Wakati huo, kijana Samweli akaendelea kukua mbele za Bwana.
ଏଉତ୍ତାରେ ସେମାନେ ଆପଣା ଗୃହକୁ ଫେରିଗଲେ। ପୁଣି, ସଦାପ୍ରଭୁ ହାନ୍ନାର ତତ୍ତ୍ୱାବଧାରଣ କଲେ ଓ ସେ ଗର୍ଭଧାରଣ କରି ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲେ। ଏଥିମଧ୍ୟରେ ଶାମୁୟେଲ ବାଳକ ସଦାପ୍ରଭୁଙ୍କ ସାକ୍ଷାତରେ ବଢ଼ିବାକୁ ଲାଗିଲେ।
22 Basi Eli, ambaye alikuwa mzee sana, alisikia kuhusu kila kitu ambacho wanawe walikuwa wakiwafanyia Israeli wote na jinsi walivyokutana kimwili na wanawake waliohudumu kwenye ingilio la Hema la Kukutania.
ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ।
23 Hivyo akawaambia, “Kwa nini mmefanya mambo kama haya? Nimesikia kutoka kwa watu wote juu ya haya matendo yenu maovu.
ତହୁଁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏପରି କଥା କରୁଅଛ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣୁଅଛି।
24 Sivyo, wanangu, hii si habari nzuri ambayo ninasikia ikienea miongoni mwa watu wa Bwana.
ନାହିଁ, ନାହିଁ, ମୋହର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ତାହା ଭଲ ନୁହେଁ; ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଙ୍ଘନ କରାଉଅଛ।
25 Kama mtu akifanya dhambi dhidi ya mtu mwenzake, mtu mwingine aweza kumwombea kwa Mungu, lakini kama mtu akimfanyia Mungu dhambi, ni nani atakayemwombea?” Hata hivyo wanawe hawakusikia maonyo ya baba yao, kwa sababu Bwana alitaka kuwaua.
ମନୁଷ୍ୟ ଯଦି ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ତାହାର ବିଚାର କରିବେ; ମାତ୍ର ମନୁଷ୍ୟ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପକ୍ଷରେ ପ୍ରାର୍ଥନା କରିବ?” ତଥାପି ସେମାନେ ଆପଣା ପିତାଙ୍କ ରବ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।
26 Naye kijana Samweli akaendelea kukua katika kimo, akimpendeza Bwana na wanadamu.
ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି, ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ।
27 Basi mtu wa Mungu akaja kwa Eli na kumwambia, “Hivi ndivyo asemavyo Bwana: ‘Je, sikujifunua waziwazi kwa nyumba ya baba yako wakati walikuwa huko Misri chini ya Farao?
ଏଥିଉତ୍ତାରେ ପରମେଶ୍ୱରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ୱରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ
28 Nilimchagua baba yako kati ya makabila yote ya Israeli kuwa kuhani wangu, kukwea kwenye madhabahu yangu, kufukiza uvumba na kuvaa kisibau mbele yangu. Pia niliwapa nyumba ya baba yako sadaka zote zilizotolewa kwa moto na Waisraeli.
ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ? ଆହୁରି, ଆମ୍ଭେ କି ଇସ୍ରାଏଲ-ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ?
29 Kwa nini unadharau dhabihu zangu na sadaka zile nilizoziamuru kwa ajili ya makao yangu? Kwa nini unawaheshimu wanao kuliko mimi kwa kujinenepesha wenyewe kwa kula sehemu zilizo bora za kila sadaka zinazotolewa na watu wangu wa Israeli?’
ତେବେ ଆମ୍ଭେ ଆପଣା ଆବାସରେ ଯେ ଯେ ବଳି ଓ ନୈବେଦ୍ୟ ଉତ୍ସର୍ଗ କରିବାକୁ ଆଜ୍ଞା ଦେଇଅଛୁ, ତୁମ୍ଭେମାନେ କାହିଁକି ତହିଁରେ ପଦାଘାତ କରୁଅଛ? ପୁଣି, ଆମ୍ଭ ଲୋକ ଇସ୍ରାଏଲର ସର୍ବୋତ୍ତମ ସମସ୍ତ ନୈବେଦ୍ୟରେ ଆପଣାମାନଙ୍କୁ ହୃଷ୍ଟପୁଷ୍ଟ କରିବା ନିମନ୍ତେ ଆମ୍ଭ ଅପେକ୍ଷା ଆପଣା ପୁତ୍ରମାନଙ୍କର ଅଧିକ ଗୌରବ କରୁଅଛ?’
30 “Kwa hiyo, Bwana, Mungu wa Israeli asema: ‘Niliahidi kuwa nyumba yako na nyumba ya baba yako wangehudumu mbele zangu milele.’ Lakini sasa Bwana anasema: ‘Jambo hili na liwe mbali nami! Wale wanaoniheshimu nitawaheshimu, wale wanaonidharau mimi watadharauliwa.
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।
31 Wakati unakuja nitakapozipunguza nguvu zenu na nguvu ya nyumba ya baba yenu, ili pasiwepo mtu katika mbari yenu atakayeishi kuuona uzee
ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ।
32 nanyi mtaona huzuni katika makao yangu. Ingawa Israeli watafanyiwa mema, katika mbari yenu kamwe hapatakuwepo mtu atakayeishi hadi kuwa mzee.
ପୁଣି, ପରମେଶ୍ୱର ଇସ୍ରାଏଲକୁ ଯେ ଯେ ମଙ୍ଗଳ ପ୍ରଦାନ କରିବେ, ସେସବୁ ମଧ୍ୟରେ ତୁମ୍ଭେ ଆମ୍ଭ ଆବାସରେ ବିପତ୍ତି ଦେଖିବ; ଆଉ ତୁମ୍ଭ ଗୃହରେ କେହି କଦାପି ବୃଦ୍ଧ ହେବ ନାହିଁ।
33 Kila mmoja wenu ambaye sitamkatilia mbali kutoka madhabahuni pangu atabakizwa tu kupofusha macho yenu kwa machozi na kuihuzunisha mioyo yenu, nao wazao wenu wote watakufa watakapokuwa wamefikia umri wa kustawi.
ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି, ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ।
34 “‘Kile kitakachotokea kwa wanao wawili, Hofni na Finehasi, kitakuwa ishara kwako. Wote wawili watakufa katika siku moja.
ପୁଣି, ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନସ୍ୱରୂପ ହେବ; ସେ ଦୁହେଁ ଏକ ଦିନରେ ମରିବେ।
35 Mimi mwenyewe nitajiinulia kuhani mwaminifu, ambaye atafanya sawasawa na kile kilichoko moyoni mwangu na akilini mwangu. Nitaifanya nyumba yake kuwa imara, naye atahudumu mbele ya mpakwa mafuta wangu daima.
ପୁଣି, ଆମ୍ଭେ ଆପଣା ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବା, ସେ ଆମ୍ଭ ମନ ଓ ଆମ୍ଭ ହୃଦୟ ଅନୁସାରେ କର୍ମ କରିବ; ଆଉ ଆମ୍ଭେ ତାହାର ବଂଶ ସ୍ଥିର କରିବା; ପୁଣି, ସେ ଆମ୍ଭ ଅଭିଷିକ୍ତଙ୍କ ସମ୍ମୁଖରେ ସର୍ବଦା ଗମନାଗମନ କରିବ।
36 Kisha kila mmoja aliyeachwa katika mbari yenu atakuja na kusujudu mbele yake kwa ajili ya kipande cha fedha na ganda la mkate akisema, “Niteue katika baadhi ya ofisi ya ukuhani ili niweze kupata chakula.”’”
ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୁଟି ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ଡେ ରୁଟି ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ୱ ପଦରେ ମୋତେ ରଖ।’”

< 1 Samweli 2 >