< 2 Nyakati 23 >
1 Katika mwaka wa saba, Yehoyada akaonyesha nguvu zake. Alifanya agano na wakuu wa vikosi vya mamia: yaani Azaria mwana wa Yerohamu, Ishmaeli mwana wa Yehohanani, Azaria mwana wa Obedi, Maaseya mwana wa Adaya, na Elishafati mwana wa Zikri.
ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନ୍ର ପୁତ୍ର ଇଶ୍ମାୟେଲ, ଓବେଦ୍ର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା।
2 Wakazunguka katika Yuda yote na kukusanya Walawi na viongozi wa jamaa za Israeli kutoka miji yote. Walipofika Yerusalemu,
ତହିଁରେ ସେମାନେ ଯିହୁଦାର ଚାରିଆଡ଼େ ଭ୍ରମଣ କରି ଯିହୁଦାର ସମସ୍ତ ନଗରରୁ ଲେବୀୟମାନଙ୍କୁ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କୁ ଏକତ୍ର କଲେ, ତହୁଁ ସେମାନେ ଯିରୂଶାଲମକୁ ଆସିଲେ।
3 kusanyiko lote likafanya agano na mfalme katika Hekalu la Mungu. Yehoyada akawaambia, “Mwana wa mfalme atatawala, kama Bwana alivyoahidi kuhusu wazao wa Daudi.
ଏଉତ୍ତାରେ ସମଗ୍ର ସମାଜ ପରମେଶ୍ୱରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, “ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ।
4 Basi hivi ndivyo iwapasavyo kufanya: Theluthi yenu makuhani na Walawi ambao mnaingia zamu siku ya Sabato mtalinda milangoni,
ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁ ଯାଜକମାନେ ଓ ଲେବୀୟମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କର ତୃତୀୟାଂଶ ଦ୍ୱାରପାଳ ହେବେ।
5 theluthi yenu mtalinda jumba la kifalme, na theluthi nyingine mtalinda Lango la Msingi. Walinzi wengine wote mwe ndani ya nyua za Hekalu la Bwana.
ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ୱାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ।
6 Hakuna mtu yeyote ataingia katika Hekalu la Bwana isipokuwa makuhani na Walawi walioko kwenye zamu. Wao wanaweza kuingia kwa sababu ni watakatifu, lakini watu wengine wote itawapasa kulinda kile walichoamriwa na Bwana.
ମାତ୍ର ଯାଜକମାନଙ୍କର ଓ ପରିଚର୍ଯ୍ୟାକାରୀ ଲେବୀୟମାନଙ୍କର ବ୍ୟତୀତ ଆଉ କାହାକୁ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରିବାକୁ ଦିଅ ନାହିଁ; ସେମାନେ ପବିତ୍ର, ଏଥିପାଇଁ ସେମାନେ ପ୍ରବେଶ କରିବେ; ମାତ୍ର ସମଗ୍ର ଲୋକ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କରିବେ।
7 Walawi watajipanga kumzunguka mfalme, kila mtu akiwa na silaha zake mkononi. Mtu mwingine yeyote aingiaye Hekaluni lazima auawe. Kaeni karibu na mfalme popote aendapo.”
ପୁଣି ଲେବୀୟମାନଙ୍କର ପ୍ରତ୍ୟେକେ ଆପଣା ଆପଣା ହାତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବେ; ଆଉ ଯେକେହି ଗୃହ ଭିତରକୁ ଆସେ, ସେ ହତ ହେଉ; ପୁଣି ରାଜା ଭିତରକୁ ଆସିବା ବେଳେ ଓ ବାହାରକୁ ଯିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।”
8 Walawi na watu wote wa Yuda wakafanya kama vile kuhani Yehoyada aliagiza. Kila mmoja akawachukua watu wake, wale waliokuwa wakiingia zamu siku ya Sabato na wale waliokuwa wakienda mapumziko, kwa sababu kuhani Yehoyada hakuruhusu kikosi chochote kiondoke.
ତହୁଁ ଲେବୀୟମାନେ ଓ ସମଗ୍ର ଯିହୁଦା, ଯିହୋୟାଦା ଯାଜକର ଆଜ୍ଞା ପ୍ରମାଣେ ସମସ୍ତ କର୍ମ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକଙ୍କୁ ନେଲେ; କାରଣ ଯିହୋୟାଦା ଯାଜକ ଲୋକମାନଙ୍କୁ ପାଳିରୁ ବିଦାୟ କରି ନ ଥିଲା।
9 Kisha akawapa wakuu wa vikosi vya mamia mikuki na ngao kubwa na ndogo zilizokuwa za Mfalme Daudi, zilizokuwa ndani ya Hekalu la Mungu.
ଆଉ, ଦାଉଦ ରାଜାଙ୍କର ଯେଉଁ ବର୍ଚ୍ଛା ଓ ଢାଲ ଓ ଚର୍ମ ପରମେଶ୍ୱରଙ୍କ ଗୃହରେ ଥିଲା, ତାହାସବୁ ଯିହୋୟାଦା ଯାଜକ ଶତପତିମାନଙ୍କୁ ଦେଲା।
10 Akawapanga walinzi wote kumzunguka mfalme, kila mmoja akiwa na silaha yake mkononi mwake, karibu na madhabahu na Hekalu, kuanzia upande wa kusini hadi upande wa kaskazini mwa Hekalu.
ଆଉ, ସେ ସମସ୍ତ ଲୋକଙ୍କୁ, ସ୍ୱହସ୍ତରେ ଅସ୍ତ୍ରଧାରୀ ପ୍ରତି ଜଣକୁ ଗୃହର ଦକ୍ଷିଣ ପାର୍ଶ୍ୱର ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ରାଜାଙ୍କର ଚତୁର୍ଦ୍ଦିଗରେ ସ୍ଥାପନ କଲା।
11 Yehoyada na wanawe wakamtoa Yoashi mwana wa mfalme nje na kumvika taji. Wakampa nakala ya agano na kumtangaza kuwa mfalme. Wakamtia mafuta na kupaza sauti, wakisema, “Mfalme aishi maisha marefu!”
ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟ ପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ।
12 Athalia aliposikia kelele za watu wakikimbia na kumsifu mfalme, akawaendea watu katika Hekalu la Bwana.
ଏଥିରେ ଅଥଲୀୟା ଲୋକମାନଙ୍କ ଦୌଡ଼ା ଦୌଡ଼ିର ଓ ରାଜାଙ୍କର ପ୍ରଶଂସା କରିବାର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ କତିକି ଆସିଲେ;
13 Athalia akaangalia, tazama alikuwepo mfalme akiwa amesimama karibu na nguzo yake kwenye ingilio. Maafisa na wapiga tarumbeta walikuwa kando ya mfalme, nao watu wote wa nchi walikuwa wanashangilia na kupiga tarumbeta na waimbaji wakiwa na vyombo vya uimbaji, walikuwa wakiongoza nyimbo za sifa. Ndipo Athalia akararua mavazi yake na kupiga kelele, akisema, “Uhaini! Uhaini!”
ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସା ଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ।
14 Kuhani Yehoyada akawatuma majemadari wa vikosi vya mamia, waliokuwa viongozi wa jeshi, na kuwaambia: “Mleteni nje kati ya safu, na mkamuue kwa upanga yeyote anayemfuata.” Kwa kuwa kuhani alikuwa amesema, “Msimuulie ndani ya Hekalu la Bwana.”
ତହିଁରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ବାହାରକୁ ଆଣି କହିଲା, “ସୈନ୍ୟଶ୍ରେଣୀ ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେକେହି ତାହାର ପଶ୍ଚାଦ୍ଗାମୀ ହୁଏ, ସେ ଖଡ୍ଗରେ ହତ ହେଉ;” କାରଣ ଯାଜକ କହିଲା, “ସଦାପ୍ରଭୁଙ୍କ ଗୃହ ଭିତରେ ତାହାକୁ ବଧ କର ନାହିଁ।”
15 Kwa hiyo wakamkamata alipofika kwenye ingilio la Lango la Farasi katika viwanja vya jumba la mfalme wakamuulia hapo.
ତହୁଁ ଲୋକମାନେ ତାଙ୍କ ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହର ଅଶ୍ୱଦ୍ୱାରର ପ୍ରବେଶ ସ୍ଥାନକୁ ଗଲେ; ଆଉ ସେଠାରେ ସେମାନେ ତାଙ୍କୁ ବଧ କଲେ।
16 Kisha Yehoyada akafanya agano kwamba yeye na watu wote na mfalme watakuwa watu wa Bwana.
ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା।
17 Kisha watu wote wakaenda kwenye hekalu la Baali na kulibomoa. Wakavunjavunja madhabahu pamoja na sanamu na kumuua Matani kuhani wa Baali mbele ya hayo madhabahu.
ଏଉତ୍ତାରେ ସମଗ୍ର ଲୋକ ବାଲ୍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ, ସେମାନେ ତାହାର ଯଜ୍ଞବେଦି ଓ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଯଜ୍ଞବେଦି ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ।
18 Kisha Yehoyada akaweka uangalizi wa Hekalu la Bwana mikononi mwa makuhani, waliokuwa Walawi, ambao Mfalme Daudi alikuwa amewagawa ili wahudumu hekaluni kwa ajili ya kutoa sadaka za kuteketezwa za Bwana kama ilivyoandikwa katika Sheria ya Mose, kwa kushangilia na kuimba kama Daudi alivyokuwa ameagiza.
ଆଉ, ଦାଉଦଙ୍କର ବିଧାନମତେ ଆନନ୍ଦ ଓ ଗାନ ସହିତ ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଦାଉଦ ଯେଉଁ ଲେବୀୟ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ବିଭାଗ କରିଥିଲେ, ସେମାନଙ୍କ ହସ୍ତାଧୀନରେ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କାର୍ଯ୍ୟ ସ୍ଥାପନ କଲା।
19 Pia akawaweka mabawabu kwenye malango ya Hekalu la Bwana ili kwamba kwa vyovyote asije akaingia mtu yeyote aliye najisi.
ଆଉ, କୌଣସି ବିଷୟରେ ଅଶୁଚି କୌଣସି ଲୋକ ଯେପରି ପ୍ରବେଶ କରି ନ ପାରେ, ଏଥିପାଇଁ ସେ ସଦାପ୍ରଭୁଙ୍କ ଗୃହର ଦ୍ୱାରସବୁରେ ଦ୍ୱାରପାଳମାନଙ୍କୁ ନିଯୁକ୍ତ କଲା।
20 Akawachukua majemadari wa mamia, watu waheshimiwa, viongozi wa watu pamoja na watu wote wa nchi na kumteremsha mfalme kutoka Hekalu la Bwana. Wakaingia kwenye jumba la mfalme kupitia Lango la Juu na kumkalisha mfalme kwenye kiti cha enzi,
ଏଥିଉତ୍ତାରେ ସେ ଶତପତିମାନଙ୍କୁ ଓ କୁଳୀନମାନଙ୍କୁ ଓ ଲୋକମାନଙ୍କର ଶାସନକର୍ତ୍ତାମାନଙ୍କୁ ଓ ଦେଶର ସମଗ୍ର ଲୋକଙ୍କୁ ନେଇ ରାଜାଙ୍କୁ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ଆଉ, ସେମାନେ ଉପର ଦ୍ୱାର ଦେଇ ରାଜଗୃହକୁ ଆସି ରାଜସିଂହାସନରେ ରାଜାଙ୍କୁ ବସାଇଲେ।
21 nao watu wote wa nchi wakafurahi. Mji ukatulia kwa sababu Athalia alikuwa ameuawa kwa upanga.
ସେତେବେଳେ ଦେଶର ସମସ୍ତ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ, ସେମାନେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ।