< 2 Wafalme 16 >

1 Katika mwaka wa kumi na saba wa utawala wa Peka mwana wa Remalia, Ahazi mwana wa Yothamu mfalme wa Yuda alianza kutawala.
ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍‍ଙ୍କର ପୁତ୍ର ଆହସ୍‌ ରାଜତ୍ୱ କରିବାକୁ ଆରମ୍ଭ କଲେ।
2 Ahazi alikuwa na miaka ishirini alipoanza kutawala, akatawala huko Yerusalemu kwa miaka kumi na sita. Tofauti na Daudi baba yake, hakufanya yaliyo mema machoni pa Bwana, Mungu wake.
ଆହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।
3 Akaenenda katika njia za wafalme wa Israeli, na hata akamtoa mwanawe kafara katika moto, akifuata njia za machukizo za mataifa ambayo Bwana alikuwa ameyafukuza mbele ya Waisraeli.
ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ।
4 Akatoa kafara na kufukiza uvumba katika mahali pa juu pa kuabudia miungu, juu ya vilima, na chini ya kila mti uliotanda.
ପୁଣି ସେ ଉଚ୍ଚସ୍ଥଳୀମାନରେ ଓ ପର୍ବତଗଣ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
5 Kisha Resini mfalme wa Aramu na Peka mwana wa Remalia mfalme wa Israeli wakaondoka kwenda kupigana dhidi ya Yerusalemu na kumzunguka Ahazi kwa jeshi, lakini hawakuweza kumshinda.
ସେତେବେଳେ ଅରାମର ରାଜା ରତ୍ସୀନ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ। ପୁଣି ସେମାନେ ଆହସ୍‌ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।
6 Wakati ule, Resini mfalme wa Aramu akaurudisha Elathi kwa Aramu kwa kuwafukuza watu wa Yuda. Kisha Waedomu wakahamia Elathi, nao wanaishi huko mpaka leo.
ସେହି ସମୟରେ ଅରାମର ରାଜା ରତ୍ସୀନ, ଏଲତ୍‍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟମାନଙ୍କୁ ଏଲତ୍‍ରୁ ତଡ଼ିଦେଲା। ତହିଁରେ ଅରାମୀୟମାନେ ଏଲତ୍‍କୁ ଆସି ଆଜି ପର୍ଯ୍ୟନ୍ତ ସେଠାରେ ବାସ କରୁଅଛନ୍ତି।
7 Ahazi akatuma wajumbe kumwambia Tiglath-Pileseri mfalme wa Ashuru kwamba, “Mimi ni mtumishi na mtumwa wako. Njoo na uniokoe kutoka mkononi mwa mfalme wa Aramu na wa mfalme wa Israeli, ambao wananishambulia.”
ଏଥିରେ ଆହସ୍‌ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ନିକଟକୁ ଦୂତଗଣ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋʼ ବିରୁଦ୍ଧରେ ଉଠୁଅଛନ୍ତି।”
8 Naye Ahazi akachukua fedha na dhahabu zilizopatikana ndani ya Hekalu la Bwana na katika hazina ya jumba la mfalme, na kuzituma kama zawadi kwa mfalme wa Ashuru.
ପୁଣି ଆହସ୍‌ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସୁନା ଓ ରୂପା ନେଇ ଅଶୂରର ରାଜା ନିକଟକୁ ଦର୍ଶନୀ ରୂପେ ପଠାଇଲେ।
9 Mfalme wa Ashuru akamwitikia kwa kushambulia Dameski na kuiteka. Akawahamishia wenyeji wake huko Kiri, na kumuua Resini.
ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରି ତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍‍ ନଗରକୁ ନେଇଗଲା ଓ ରତ୍ସୀନକୁ ବଧ କଲା।
10 Kisha Mfalme Ahazi akaenda Dameski kukutana na Tiglath-Pileseri wa Ashuru. Akaona madhabahu huko Dameski, naye akamtumia Uria kuhani mchoro wa hayo madhabahu, pamoja na maelezo ya mpango kamili wa ujenzi wake.
ଏଥିଉତ୍ତାରେ ଆହସ୍‌ ରାଜା ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍‌କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ୍‌ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ।
11 Kwa hiyo Uria kuhani akajenga madhabahu kulingana na mipango yote ambayo Mfalme Ahazi alikuwa ameituma kutoka Dameski, na akamaliza ujenzi kabla ya Mfalme Ahazi kurudi.
ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍‌ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ୍‌ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା।
12 Mfalme aliporudi kutoka Dameski na kuona hayo madhabahu, akayasogelea na kutoa sadaka juu yake.
ପୁଣି ରାଜା ଦମ୍ମେଶକରୁ ଆସିଲା ଉତ୍ତାରେ ରାଜା ସେହି ଯଜ୍ଞବେଦି ଦେଖିଲେ; ଆଉ ରାଜା ସେହି ଯଜ୍ଞବେଦି ନିକଟକୁ ଯାଇ ତହିଁ ଉପରେ ବଳିଦାନ କଲେ।
13 Akatoa sadaka yake ya kuteketezwa na sadaka ya nafaka, akamimina sadaka ya kinywaji na kunyunyizia damu ya sadaka zake za amani juu ya hayo madhabahu.
ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ-ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିଲେ।
14 Mfalme Ahazi akayaondoa madhabahu ya zamani ya shaba kutoka hapo mbele ya Hekalu la Bwana, yaliyokuwa yamesimama kati ya ingilio la Hekalu na hayo madhabahu mapya, naye akayaweka upande wa kaskazini mwa hayo madhabahu mapya.
ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦିକୁ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍‍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତର ଭାଗରେ ସ୍ଥାପନ କଲେ।
15 Ndipo Mfalme Ahazi akatoa amri zifuatazo kwa Uria kuhani: “Juu ya hayo madhabahu kubwa mapya, toa sadaka ya asubuhi ya kuteketezwa na sadaka ya jioni ya nafaka, sadaka ya mfalme ya kuteketezwa pamoja na sadaka yake ya nafaka, sadaka ya kuteketezwa ya watu wote wa nchi, pamoja na sadaka yao ya nafaka na sadaka yao ya kinywaji. Unyunyize juu ya hayo madhabahu damu yote ya sadaka za kuteketezwa na dhabihu. Lakini mimi nitatumia hayo madhabahu ya zamani ya shaba kwa ajili ya kutafuta uongozi.”
ଆହୁରି ଆହସ୍‌ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ।”
16 Naye Uria kuhani akafanya kama Mfalme Ahazi alivyoagiza.
ଏହିରୂପେ ଊରୀୟ ଯାଜକ ଆହସ୍‌ ରାଜାଙ୍କର ଆଜ୍ଞା ପ୍ରମାଣେ ସବୁ କର୍ମ କଲା।
17 Mfalme Ahazi akaondoa mbao za pembeni na kuondoa masinia kwenye vile vishikilio vilivyohamishika. Akaondoa ile Bahari kutoka kwenye mafahali wa shaba walioishikilia, na kuiweka kwenye kitako cha jiwe.
ପୁଣି ଆହସ୍‌ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନ-ପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ରରୂପ ପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେ ସବୁର ଉପରୁ ତାହା ନେଇ ପଥର ଚଟାଣ ଉପରେ ରଖିଲେ।
18 Kwa heshima ya mfalme wa Ashuru, akaliondoa pia pazia la Sabato lililokuwa limewekwa ndani ya Hekalu, na akaondoa ile njia ya kifalme ya kuingia kwenye Hekalu la Bwana.
ଆଉ ସେମାନେ ବିଶ୍ରାମବାର ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ଯେଉଁ ବର୍ହିଦ୍ୱାର କରିଥିଲେ, ତାହା ସେ ଅଶୂରର ରାଜାର ଭୟରେ ସଦାପ୍ରଭୁଙ୍କ ମନ୍ଦିର ଆଡ଼କୁ ଫେରାଇଲେ।
19 Matukio mengine ya utawala wa Ahazi na yale aliyoyafanya, je hayakuandikwa katika kitabu cha kumbukumbu za wafalme wa Yuda?
ଏହି ଆହସ୍‌ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
20 Ahazi akalala na baba zake, naye akazikwa pamoja nao katika Mji wa Daudi. Naye Hezekia mwanawe akawa mfalme baada yake.
ଏଥିଉତ୍ତାରେ ଆହସ୍‌ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ। ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।

< 2 Wafalme 16 >