< 2 Samweli 1 >
1 Baada ya kifo cha Sauli, Daudi alipokuwa amerudi kutoka kuwashinda Waamaleki, Daudi alikaa siku mbili huko Siklagi.
ଶାଉଲଙ୍କ ମୃତ୍ୟୁୁ ପରେ, ଦାଉଦ ଅମାଲେକୀୟମାନଙ୍କୁ ବଧ କରି ଫେରି ସିକ୍ଲଗ୍ ନଗରରେ ଦୁଇ ଦିନ ରହିଲେ।
2 Siku ya tatu akaja mtu mwenye nguo zilizoraruka na mavumbi kichwani mwake kutoka kwenye kambi ya Sauli. Alipomjia Daudi, akajitupa chini ili kumpa heshima.
ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।
3 Daudi akamuuliza, “Wewe umetoka wapi?” Akamjibu, “Nimetoroka kutoka kambi ya Waisraeli.”
ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି।”
4 Daudi akamuuliza, “Ni nini kilichotokea? Niambie.” Akasema, “Watu walikimbia kutoka vitani. Wengi wao walianguka na kufa. Naye Sauli na Yonathani mwanawe wamekufa.”
ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।”
5 Ndipo Daudi akamwambia huyo kijana aliyemletea taarifa, “Je, umefahamuje kwamba Sauli na Yonathani mwanawe wamekufa?”
ତହିଁରେ ଦାଉଦ ସେହି ଯୁବାକୁ କହିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଲେ ବୋଲି ତୁମ୍ଭେ କିପରି ଜାଣିଲ?”
6 Yule kijana akasema, “Nilijipata huko Mlima Gilboa, naye Sauli alikuwa huko akiegemea mkuki wake, na magari ya vita na wapanda farasi wa upande wa adui wakawa wamemkaribia sana.
ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି।
7 Alipogeuka na kuniona, akaniita, nami nikasema, ‘Je, nifanye nini?’
ଶାଉଲ ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, ‘ଏଠାରେ ମୁଁ ଅଛି।’
8 “Akaniuliza, ‘Wewe ni nani?’ “Nikamjibu, ‘Mimi ni Mwamaleki.’
ତେଣୁ ସେ ମୋତେ କହିଲେ, ‘ତୁମ୍ଭେ କିଏ?’ ମୁଁ ଉତ୍ତର କଲି, ‘ମୁଁ ଜଣେ ଅମାଲେକୀୟ ଲୋକ।’
9 “Kisha akaniambia, ‘Nikaribie mimi na uniue! Niko katika maumivu makali ya kifo, lakini bado ningali hai.’
ତେବେ ସେ ମୋତେ କହିଲେ, ‘ବିନୟ କରୁଅଛି, ମୋʼ ଉପରେ ଠିଆ ହୋଇ ମୋତେ ବଧ କର, ମୋତେ ବଡ଼ କଷ୍ଟ ହେଉଅଛି; କାରଣ ଏପର୍ଯ୍ୟନ୍ତ ମୋʼ ଠାରେ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।’
10 “Kwa hiyo nikamkaribia nikamuua, kwa sababu nilijua kwamba baada ya kuanguka hangeweza kupona. Nami nikachukua lile taji lililokuwa kichwani mwake na utepe uliokuwa mkononi mwake nami nimevileta hapa kwa bwana wangu.”
ତହିଁରେ ମୁଁ ତାଙ୍କ ଉପରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେ ପତନ ହେଲା ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋʼ ସ୍ୱାମୀଙ୍କ କତିକି ଆଣିଅଛି।”
11 Ndipo Daudi pamoja na watu wote waliokuwa pamoja naye wakazishika nguo zao na kuzirarua.
ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ;
12 Wakaomboleza, wakalia pia na kufunga mpaka jioni kwa ajili ya Sauli na Yonathani mwanawe, kwa ajili ya jeshi la Bwana na nyumba ya Israeli, kwa sababu wameanguka kwa upanga.
ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ।
13 Daudi akamwambia yule kijana aliyemletea taarifa, “Wewe ni mwenyeji wa wapi?” Akamjibu, “Mimi ni mwana wa mgeni, Mwamaleki.”
ଏଉତ୍ତାରେ ଦାଉଦ ସେହି ଯୁବାକୁ କହିଲେ, “ତୁମ୍ଭେ କେଉଁ ସ୍ଥାନର ଲୋକ?” ସେ ଉତ୍ତର କଲା, “ମୁଁ ଜଣେ ବିଦେଶୀ ଅମାଲେକୀୟ ଲୋକର ପୁତ୍ର।”
14 Daudi akamuuliza, “Kwa nini hukuogopa kuinua mkono wako ili kumwangamiza mpakwa mafuta wa Bwana?”
ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?”
15 Kisha Daudi akamwita mmoja wa watu wake na kumwambia, “Nenda ukamuue!” Kwa hiyo akampiga, naye akafa.
ଏଥିରେ ଦାଉଦ ଯୁବାମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, “ପାଖକୁ ଯାଇ ତାକୁ ଆକ୍ରମଣ କର।” ତହିଁରେ ସେ ତାକୁ ଆଘାତ କରନ୍ତେ, ସେ ଅମାଲେକୀୟ ମଲା।
16 Kwa maana Daudi alikuwa amemwambia, “Damu yako iwe juu ya kichwa chako mwenyewe. Kinywa chako mwenyewe kimeshuhudia dhidi yako uliposema, ‘Nilimuua mpakwa mafuta wa Bwana.’”
ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।”
17 Daudi akafanya maombolezo haya kuhusu Sauli na Yonathani mwanawe,
ଏଥିଉତ୍ତାରେ ଦାଉଦ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନଙ୍କ ମୃତ୍ୟୁୁରେ ବିଳାପ କଲେ;
18 naye akaagiza kwamba watu wa Yuda wafundishwe ombolezo hili la upinde (ambalo limeandikwa katika Kitabu cha Yashari):
ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍ ପୁସ୍ତକରେ ଲେଖାଅଛି।
19 “Walio fahari yako, ee Israeli, wameuawa juu ya mahali pako palipoinuka. Jinsi wenye nguvu walivyoanguka!
“ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ! ବୀରମାନେ କିପରି ପତିତ ହେଲେ!
20 “Msilisimulie hili katika Gathi, msilitangaze hili katika barabara za Ashkeloni, binti za Wafilisti wasije wakafurahia, binti za hao wasiotahiriwa wasije wakashangilia.
ଗାଥ୍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ଡରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ୱନି କରିବେ।
21 “Enyi milima ya Gilboa, msipate umande wala mvua, wala mashamba yazaayo sadaka ya nafaka. Kwa maana huko ndiko ngao ya mwenye nguvu iliponajisiwa, ngao ya Sauli haitapakwa tena mafuta.
ହେ ଗିଲ୍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା।
22 Kutokana na damu ya waliouawa, kutokana na miili ya wenye nguvu, ule upinde wa Yonathani haukugeuka nyuma. Upanga wa Sauli haukurudi bure.
ହତ ଲୋକମାନଙ୍କ ରକ୍ତରୁ, ବୀରମାନଙ୍କ ମେଦରୁ ଯୋନାଥନଙ୍କ ଧନୁ ଫେରେ ନାହିଁ ଓ ଶାଉଲଙ୍କର ଖଡ୍ଗ ଖାଲି ହୋଇ ଫେରେ ନାହିଁ।
23 “Sauli na Yonathani, maishani walipendwa na kuneemeka, na katika kifo hawakutengana. Walikuwa wepesi kuliko tai, walikuwa na nguvu kuliko simba.
ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।
24 “Enyi binti za Israeli, lieni kwa ajili ya Sauli, ambaye aliwavika nguo nyekundu na maridadi, ambaye aliremba mavazi yenu kwa mapambo ya dhahabu.
ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂର ବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ-ଅଳଙ୍କାର ମଣ୍ଡିଲେ।
25 “Tazama jinsi mashujaa walivyoanguka vitani! Yonathani ameuawa mahali pako palipoinuka.
ବୀରମାନେ ଯୁଦ୍ଧ ମଧ୍ୟରେ କିପରି ମରିଅଛନ୍ତି। ଯୋନାଥନ ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ।
26 Nahuzunika kwa ajili yako, Yonathani ndugu yangu, kwangu ulikuwa mpendwa sana. Upendo wako kwangu ulikuwa wa ajabu, wa ajabu zaidi kuliko ule wa wanawake.
ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।
27 “Tazama jinsi mashujaa walivyoanguka! Silaha za vita zimeangamia!”
ବୀରମାନେ କିପରି ପତିତ ହେଲେ ଓ ଯୁଦ୍ଧାସ୍ତ୍ରସକଳ ବିନଷ୍ଟ ହେଲା।”