< 2 Samweli 10 >

1 Baada ya muda, mfalme wa Waamoni akafa, naye Hanuni mwanawe akaingia mahali pake.
ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ମରନ୍ତେ, ତାହାର ପୁତ୍ର ହାନୂନ୍‍ ତାହାର ବଦଳରେ ରାଜା ହେଲା।
2 Daudi akawaza, “Nitamtendea wema Hanuni mwana wa Nahashi, kama vile baba yake alivyonitendea mimi wema.” Hivyo Daudi akatuma wajumbe kuonyesha wema wake kwa Hanuni kuhusu baba yake. Watu wa Daudi walipofika katika nchi ya Waamoni,
ତହିଁରେ ଦାଉଦ କହିଲେ, “ହାନୂନ୍‍ର ପିତା ନାହଶ୍‍ ଯେପରି ମୋʼ ପ୍ରତି ଦୟା ପ୍ରକାଶ କରିଥିଲା, ସେପରି ମୁଁ ହାନୂନ୍‍ ପ୍ରତି ଦୟା ପ୍ରକାଶ କରିବି।” ତେଣୁ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦାଉଦ ଆପଣା ଦାସମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ଅମ୍ମୋନ-ସନ୍ତାନଗଣର ଦେଶରେ ଉପସ୍ଥିତ ହେଲେ।
3 wakuu wa Waamoni wakamwambia Hanuni bwana wao, “unadhani Daudi anamheshimu baba yako kwa kukutumia watu ili kuonyesha masikitiko? Je, Daudi hakuwatuma watu hawa kuchunguza na kuupeleleza mji ili kuupindua?”
ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍‍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ?”
4 Basi Hanuni akawakamata watu wa Daudi, akawanyoa kila mmoja ndevu zake nusu, akakata mavazi yao nyuma katikati kwenye matako, akawaacha waende zao.
ତହିଁରେ ହାନୂନ୍‍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କ ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।
5 Daudi alipoambiwa jambo hili, akatuma wajumbe ili kwenda kuwalaki, kwa maana walikuwa wamevunjiwa heshima sana. Mfalme akasema, “Kaeni huko Yeriko mpaka ndevu zenu ziote ndipo mje.”
ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ନଗରରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ।”
6 Waamoni walipotambua kuwa wamekuwa machukizo kwa Daudi, wakaajiri askari wa miguu 20,000 Waaramu kutoka Beth-Rehobu na Soba, pia mfalme wa Maaka pamoja na watu 1,000, na vilevile watu 12,000 kutoka Tobu.
ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍‍-ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।
7 Daudi aliposikia jambo hili, akamtuma Yoabu na jeshi lote la wapiganaji.
ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।
8 Waamoni wakatoka wakajipanga wakiwa tayari kwa vita langoni la mji wao, wakati Waaramu wa Soba, wa Rehobu, watu wa Tobu na Maaka walikuwa peke yao kwenye eneo la wazi.
ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ।
9 Yoabu akaona kuwa mbele yake na nyuma yake kumepangwa vita; kwa hiyo akachagua baadhi ya vikosi vilivyo bora sana katika Israeli akavipanga dhidi ya Waaramu.
ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।
10 Akawaweka waliobaki chini ya uongozi wa Abishai nduguye na kuwapanga dhidi ya Waamoni.
ପୁଣି ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭାଇ ଅବୀଶୟ ହସ୍ତରେ ସମର୍ପଣ କଲା; ତହିଁରେ ସେ ସେମାନଙ୍କୁ ନେଇ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ସୈନ୍ୟ ସଜାଇଲା।
11 Yoabu akasema, “Kama Waaramu watanizidi nguvu, basi itawabidi mje kunisaidia. Lakini kama Waamoni watawazidi nguvu, basi nitakuja kuwasaidia.
ପୁଣି ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି।
12 Uwe hodari na tupigane kwa ujasiri kwa ajili ya watu wetu na miji ya Mungu wetu. Bwana atafanya lile lililo jema machoni pake.”
ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରମାନଙ୍କ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”
13 Basi Yoabu na vikosi vyake wakasonga mbele kupigana na Waaramu, nao Waaramu wakakimbia mbele yake.
ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାଙ୍କ ସମ୍ମୁଖରୁ ପଳାଇଲେ।
14 Waamoni walipoona Waaramu wanakimbia, nao wakakimbia mbele ya Abishai na kuingia ndani ya mji. Basi Yoabu akarudi kutoka kupigana na Waamoni na kufika Yerusalemu.
ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା।
15 Baada ya Waaramu kuona wameshindwa na Israeli, wakajikusanya tena.
ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲେ।
16 Hadadezeri akaagiza Waaramu walioletwa kutoka ngʼambo ya Mto Frati, wakaenda Helamu pamoja na Shobaki jemadari wa jeshi la Hadadezeri akiwaongoza.
ପୁଣି ହଦଦେଷର ଲୋକ ପଠାଇ ଫରାତ୍‍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା।
17 Daudi alipoambiwa haya, akawakusanya Israeli wote, wakavuka Mto Yordani, wakaenda Helamu. Waaramu wakapanga vikosi vyao vya askari kukabiliana na kupigana dhidi ya Daudi.
ଏଉତ୍ତାରେ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ସମ୍ମୁଖରେ ସୈନ୍ୟ ସଜାଇ ତାଙ୍କ ସଙ୍ଗେ ଯୁଦ୍ଧ କଲେ।
18 Lakini Waaramu wakakimbia mbele ya Israeli, naye Daudi akawaua waendesha magari mia saba na askari wao wa miguu 40,000. Vilevile alimpiga Shobaki jemadari wa jeshi lao, naye akafa huko.
ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କ ସାତ ଶହ ରଥାରୂଢ଼ ଓ ଚାଳିଶ ହଜାର ଅଶ୍ୱାରୂଢ଼ ସୈନ୍ୟ ବଧ କଲେ, ପୁଣି ସେ ସେମାନଙ୍କ ସେନାପତି ଶୋବକକୁ ଆଘାତ କରନ୍ତେ, ସେ ସେହିଠାରେ ମଲା।
19 Wafalme wote waliokuwa wanamtumikia Hadadezeri walipoona kuwa wameshindwa na Israeli, wakafanya amani na Waisraeli na wakawa chini yao. Hivyo Waaramu wakaogopa kuwasaidia Waamoni tena.
ତହୁଁ ହଦଦେଷରର ଅଧୀନ ସମସ୍ତ ରାଜା ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଇସ୍ରାଏଲ ସହିତ ଶାନ୍ତିର ଚୁକ୍ତି କରି ସେମାନଙ୍କର ଦାସ ହେଲେ। ଏହେତୁ ଅରାମୀୟମାନେ ଅମ୍ମୋନ-ସନ୍ତାନଗଣକୁ ଆଉ ସାହାଯ୍ୟ କରିବାକୁ ଭୟ କଲେ।

< 2 Samweli 10 >