< 2 Samweli 3 >
1 Vita kati ya nyumba ya Sauli na nyumba ya Daudi vilidumu kwa muda mrefu. Daudi akaendelea kuwa imara zaidi na zaidi, wakati nyumba ya Sauli iliendelea kudhoofika zaidi na zaidi.
ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ।
2 Wana walizaliwa kwa Daudi huko Hebroni: Mzaliwa wake wa kwanza alikuwa Amnoni mwana wa Ahinoamu wa Yezreeli;
ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍ଠାରୁ ଜାତ;
3 mzaliwa wake wa pili alikuwa Danieli mwana wa Abigaili, mjane wa Nabali wa Karmeli; wa tatu, Absalomu mwana wa Maaka, binti Talmai mfalme wa Geshuri;
ପୁଣି ଦ୍ୱିତୀୟ ପୁତ୍ର କିଲାବ୍, ସେ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲଠାରୁ ଜାତ, ପୁଣି ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର।
4 wa nne, Adoniya mwana wa Hagithi; wa tano, Shefatia mwana wa Abitali;
ପୁଣି ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; ପୁଣି ପଞ୍ଚମ ଶଫଟୀୟ, ସେ ଅବିଟଲର ପୁତ୍ର।
5 wa sita, Ithreamu mwana wa Egla, mkewe Daudi. Hawa ndio waliozaliwa kwa Daudi huko Hebroni.
ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାର ପୁତ୍ର; ହିବ୍ରୋଣରେ ଦାଉଦଙ୍କର ଏହିସବୁ ପୁତ୍ର ଜାତ ହେଲେ।
6 Wakati wa vita kati ya nyumba ya Sauli na nyumba ya Daudi, Abneri alikuwa anajiimarisha katika nafasi yake kwenye nyumba ya Sauli.
ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଯୁଦ୍ଧ ଲାଗିଥିବା ବେଳେ ଅବ୍ନର ଶାଉଲ ବଂଶ ମଧ୍ୟରେ ଆପଣାକୁ ବଳବାନ କଲା।
7 Basi Sauli alikuwa amekuwa na suria, jina lake Rispa binti wa Aiya. Naye Ish-Boshethi akamwambia Abneri, “Kwa nini umekutana kimwili na suria wa baba yangu?”
ମାତ୍ର ଶାଉଲଙ୍କର ଏକ ଉପପତ୍ନୀ ଥିଲା, ତାହାର ନାମ ରିସ୍ପା, ସେ ଅୟାର କନ୍ୟା; ପୁଣି ଈଶ୍ବୋଶତ ଅବ୍ନରକୁ କହିଲା, “ତୁମ୍ଭେ କାହିଁକି ମୋହର ପିତାଙ୍କ ଉପପତ୍ନୀ ସହିତ ସହବାସ କଲ?”
8 Abneri akakasirika sana kwa sababu ya kile Ish-Boshethi alichosema, naye akamjibu, “Je, mimi ni kichwa cha mbwa, kwa upande wa Yuda? Siku hii ya leo mimi ni mtiifu kwa nyumba ya baba yako Sauli, kwa jamaa yake na rafiki zake. Sijakukabidhi kwa Daudi, lakini bado unanilaumu kwa kosa la kuhusika na huyu mwanamke!
ତେବେ ଅବ୍ନର ଈଶ୍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋʼ ଉପରେ ଆରୋପ କରୁଅଛ?
9 Mungu na amshughulikie Abneri, tena kwa ukali, ikiwa sitafanya kwa ajili ya Daudi kile Bwana alichomwahidi kwa kiapo,
ଶାଉଲ ବଂଶରୁ ରାଜ୍ୟ ଅନ୍ତର କରିବାକୁ ଓ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦା ଉପରେ ଦାଉଦଙ୍କର ସିଂହାସନ ସ୍ଥାପନ କରିବାକୁ,
10 na kuuhamisha ufalme kutoka kwenye nyumba ya Sauli na kuimarisha kiti cha ufalme cha Daudi juu ya Israeli na Yuda kuanzia Dani mpaka Beer-Sheba.”
ସଦାପ୍ରଭୁ ଦାଉଦଙ୍କ ବିଷୟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ଯଦି ମୁଁ ତାଙ୍କ ପ୍ରତି ନ କରେ, ତେବେ ପରମେଶ୍ୱର ଅବ୍ନରକୁ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”
11 Ish-Boshethi hakuthubutu kusema neno jingine kwa Abneri, kwa sababu alimwogopa Abneri.
ତହିଁରେ ସେ ଅବ୍ନରକୁ ଗୋଟିଏ କଥା ଉତ୍ତର ଦେଇ ପାରିଲା ନାହିଁ, କାରଣ ସେ ତାହାକୁ ଭୟ କଲା।
12 Ndipo Abneri akatuma wajumbe kwa niaba yake kwa Daudi, kumwambia, “Nchi hii ni ya nani? Fanya mapatano na mimi, nami nitakusaidia kuiweka Israeli yote juu yako.”
ଏଉତ୍ତାରେ ଅବ୍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ବାର୍ତ୍ତାବହ ପଠାଇ କହିଲା, “ଏ ଦେଶ କାହାର?” ଆହୁରି କହିଲା, “ଆପଣ ମୋʼ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋʼ ହସ୍ତ ଆପଣଙ୍କର ସହାୟ ହେବ।”
13 Daudi akasema, “Vyema, nitafanya mapatano nawe. Lakini nahitaji jambo moja kwako: Usije mbele yangu mpaka umemleta Mikali binti Sauli wakati utakapokuja kuniona.”
ଏଥିରେ ଦାଉଦ କହିଲେ, “ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋʼ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋʼ ମୁଖ ଦେଖି ପାରିବ ନାହିଁ।”
14 Kisha Daudi akapeleka wajumbe kwa Ish-Boshethi mwana wa Sauli, kudai, “Nipe Mikali mke wangu, ambaye nilimposa mwenyewe kwa mahari ya magovi 100 ya Wafilisti.”
ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍ବୋଶତ ନିକଟକୁ ବାର୍ତ୍ତାବହମାନଙ୍କୁ ପଠାଇ କହିଲେ, “ମୁଁ ପଲେଷ୍ଟୀୟମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ।”
15 Kwa hiyo Ish-Boshethi akatoa amri kwamba Mikali achukuliwe kutoka kwa Paltieli mumewe, mwana wa Laishi.
ତହିଁରେ ଈଶ୍ବୋଶତ ଲୋକ ପଠାଇ ଲୟିଶର ପୁତ୍ର ପଲ୍ଟୀୟେଲ ନାମକ ତାହାର ସ୍ୱାମୀ ନିକଟରୁ ମୀଖଲକୁ ନେଲା।
16 Hata hivyo, mumewe alikwenda pamoja naye, akilia nyuma ya mkewe njia yote hadi Bahurimu. Ndipo Abneri akamwambia Paltieli, “Rudi nyumbani!” Kwa hiyo akarudi.
ଏଣୁ ତାହାର ସ୍ୱାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ନଗର ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା। ଏଥିରେ ଅବ୍ନର ତାହାକୁ କହିଲା, “ଯାଅ ଗୃହକୁ ଫେରିଯାଅ,” ତହୁଁ ସେ ଫେରିଗଲା।
17 Abneri akafanya shauri pamoja na wazee wa Israeli, akasema, “Muda mrefu mmetaka kumfanya Daudi mfalme wenu.
ଏଥିଉତ୍ତାରେ ଅବ୍ନର ଇସ୍ରାଏଲର ପ୍ରାଚୀନବର୍ଗ ସହିତ ଏରୂପ କଥାବାର୍ତ୍ତା କଲା, “ପୂର୍ବରେ ତୁମ୍ଭେମାନେ ଆପଣାମାନଙ୍କ ଉପରେ ରାଜା ହେବା ପାଇଁ ଦାଉଦଙ୍କୁ ଚାହିଁ ଥିଲ;
18 Sasa fanyeni hivyo! Kwa maana Bwana alimwahidi Daudi akisema, ‘Kwa kupitia Daudi mtumishi wangu nitawaokoa watu wangu Israeli kutoka mikononi mwa Wafilisti na kutoka mikononi mwa adui zako wote.’”
ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ‘ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ୱାରା ଆପଣା ଇସ୍ରାଏଲ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା।’”
19 Pia Abneri mwenyewe akazungumza na kabila la Benyamini. Kisha akaenda mpaka Hebroni kumwambia Daudi kila kitu ambacho Israeli na nyumba yote ya Benyamini walichotaka kufanya.
ଆଉ ଅବ୍ନର ବିନ୍ୟାମୀନ୍ର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନ୍ର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍ନର ସେହି ସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା।
20 Wakati Abneri aliyekuwa na watu ishirini pamoja naye, alipokuja kwa Daudi huko Hebroni, Daudi akamwandalia karamu pamoja na watu wake.
ଏରୂପେ ଅବ୍ନର ଆପଣା ସଙ୍ଗରେ କୋଡ଼ିଏ ଜଣକୁ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା। ତହିଁରେ ଦାଉଦ ଅବ୍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।
21 Ndipo Abneri akamwambia Daudi, “Niache niende mara moja nikakusanye Israeli yote kwa ajili ya mfalme bwana wangu, ili waweze kufanya mapatano na wewe, ili kwamba uweze kutawala juu ya yote yale ambayo moyo wako unaonea shauku.” Basi Daudi akamuaga Abneri, naye akaenda kwa amani.
ଏଉତ୍ତାରେ ଅବ୍ନର ଦାଉଦଙ୍କୁ କହିଲା, “ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତେ ରାଜତ୍ୱ କରିବେ।” ତହୁଁ ଦାଉଦ ଅବ୍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା।
22 Wakati huo huo, watu wa Daudi na Yoabu walirudi kutoka kwenye kushambulia, nao wakarudi na nyara nyingi mno. Lakini Abneri hakuwa tena pamoja na Daudi huko Hebroni, kwa sababu Daudi alikuwa amemruhusu aende zake, naye akaenda kwa amani.
ଏଉତ୍ତାରେ, ଦାଉଦଙ୍କର ସୈନ୍ୟଦଳ ଓ ଯୋୟାବ ପ୍ରଚୁର ଲୁଟିତ ଦ୍ରବ୍ୟ ସଙ୍ଗରେ ନେଇ ଆସିଲେ; ମାତ୍ର ଅବ୍ନର ହିବ୍ରୋଣରେ ଦାଉଦଙ୍କ ସଙ୍ଗରେ ନ ଥିଲା, କାରଣ ଦାଉଦ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଥିଲା।
23 Yoabu na askari wote aliokuwa nao walipowasili, aliambiwa kwamba Abneri mwana wa Neri alikuwa amekuja kwa mfalme na kwamba mfalme alikuwa amemruhusu aende zake, na kwamba alikwisha ondoka kwa amani.
ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ କହିଲେ, “ନେର୍ର ପୁତ୍ର ଅବ୍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।”
24 Basi Yoabu alikwenda kwa mfalme na kumwambia, “Ni nini hiki ulichofanya? Tazama, Abneri alikuja kwako. Kwa nini ukamwacha aende? Sasa amekwenda!
ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, “ଆପଣ କଅଣ କଲେ? ଦେଖନ୍ତୁ, ଅବ୍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରିଦେଲେ, ସେ ତ ଗଲାଣି?
25 Wajua Abneri mwana wa Neri alikuja kukudanganya na kuchunguza nyendo zako na kupata kila kitu unachokifanya.”
ଆପଣ କʼଣ ଜାଣନ୍ତି ନାହିଁ, ନେର୍ର ପୁତ୍ର ଅବ୍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହି ସବୁ ଜାଣିବାକୁ ଆସିଥିଲା?”
26 Ndipo Yoabu akamwacha Daudi na kutuma wajumbe wamfuate Abneri, nao wakamrudisha kutoka kisima cha Sira. Lakini Daudi hakufahamu jambo hili.
ଏଉତ୍ତାରେ ଯୋୟାବ ଦାଉଦଙ୍କ ନିକଟରୁ ବାହାରି ଆସି ଅବ୍ନରର ପଛରେ ବାର୍ତ୍ତାବହ ପଠାନ୍ତେ, ସେମାନେ ସିରା କୂପ ନିକଟରୁ ତାହାକୁ ଫେରାଇ ଆଣିଲେ; ମାତ୍ର ଦାଉଦ ଏହା ଜାଣିଲେ ନାହିଁ।
27 Basi Abneri aliporudi Hebroni, Yoabu akamchukua kando ndani ya lango, kama vile kuzungumza naye faraghani. Ili kulipiza kisasi damu ya nduguye Asaheli, Yoabu akamchoma mkuki tumboni palepale, naye akafa.
ପୁଣି ଅବ୍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।
28 Baadaye, Daudi aliposikia kuhusu jambo hili, akasema, “Mimi na ufalme wangu kamwe hatuna hatia mbele za Bwana kuhusu damu ya Abneri mwana wa Neri.
ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, “ନେର୍ର ପୁତ୍ର ଅବ୍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳ ନିର୍ଦ୍ଦୋଷ;
29 Damu yake na iwe juu ya kichwa cha Yoabu na juu ya nyumba yote ya baba yake! Kamwe asikosekane yeyote katika nyumba ya Yoabu mwenye kidonda chenye usaha, au ukoma au mwenye kuegemea fimbo au aangukaye kwa upanga au kupungukiwa na chakula.”
ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଶୀଳ କି ଖଡ୍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ।”
30 (Yoabu na Abishai ndugu yake walimuua Abneri kwa sababu alikuwa amemuua Asaheli ndugu yao katika vita huko Gibeoni.)
ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍ନରକୁ ବଧ କଲେ; ଯେହେତୁ ସେ ଗିବୀୟୋନ୍ରେ ଯୁଦ୍ଧ ସମୟରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା।
31 Kisha Daudi akamwambia Yoabu na watu wote aliokuwa pamoja nao, “Rarueni nguo zenu na mvae nguo za gunia na mtembee mkiomboleza mbele ya Abneri.” Mfalme Daudi mwenyewe akatembea nyuma ya jeneza.
ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।
32 Wakamzika Abneri huko Hebroni, naye mfalme akalia kwa sauti kwenye kaburi la Abneri. Pia watu wote wakalia.
ଆଉ ସେମାନେ ହିବ୍ରୋଣରେ ଅବ୍ନରକୁ କବର ଦେଲେ ଓ ରାଜା ରବ ଉଠାଇ ଅବ୍ନର-କବର ନିକଟରେ ରୋଦନ କଲେ ଓ ସମସ୍ତ ଲୋକ ମଧ୍ୟ ରୋଦନ କଲେ।
33 Mfalme akaimba ombolezo hili kwa ajili ya Abneri: “Je, ilipasa Abneri afe kama afavyo mpumbavu?
ପୁଣି ରାଜା ଅବ୍ନର ପାଇଁ ବିଳାପ କରି କହିଲେ, “ଯେପରି ମୂଢ଼ ମରେ, ସେପରି କି ଅବ୍ନରକୁ ମରିବାକୁ ହେଲା?
34 Mikono yako haikufungwa, miguu yako haikufungwa pingu. Ulianguka kama yeye aangukaye mbele ya watu waovu.” Nao watu wote wakamlilia tena.
ତୁମ୍ଭ ହାତ ବନ୍ଧା ନ ଥିଲା, କି ବେଡ଼ିରେ ତୁମ୍ଭ ପାଦ ବନ୍ଧା ନ ଥିଲା; ଯେପରି ମନୁଷ୍ୟ ଅଧର୍ମୀ-ସନ୍ତାନମାନଙ୍କ ଆଗରେ ପଡ଼େ, ସେପରି ତୁମ୍ଭେ ପଡ଼ିଲ।” ଏଥିରେ ସମସ୍ତ ଲୋକ ପୁନର୍ବାର ତାହା ପାଇଁ ରୋଦନ କଲେ।
35 Kisha watu wote wakaja kumsihi Daudi ale chochote kulipokuwa kungali bado mchana; lakini Daudi akaapa, akisema, “Mungu na anishughulikie, tena kwa ukali, kama nikionja mkate au kitu kingine chochote kabla ya jua kutua!”
ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଭୋଜନ କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, “ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୁଟି କି ଆଉ କିଛି ସ୍ପର୍ଶ କରେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”
36 Watu wote wakaona hilo nao ikawapendeza; naam, kila kitu mfalme alichofanya kiliwapendeza.
ତହିଁରେ ସମସ୍ତ ଲୋକ ବୁଝିଲେ ଓ ତାହା ସେମାନଙ୍କ ଦୃଷ୍ଟିରେ ଭଲ ଦେଖାଗଲା; ରାଜା ମଧ୍ୟ ଯାହା ଯାହା କଲେ, ତାହାସବୁ ସମସ୍ତ ଲୋକଙ୍କ ଦୃଷ୍ଟିରେ ଭଲ ଥିଲା।
37 Kwa hiyo siku ile watu wote na Israeli yote wakajua kwamba mfalme hakushiriki katika mauaji ya Abneri mwana wa Neri.
ଏହିରୂପେ ନେର୍ର ପୁତ୍ର ଅବ୍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ।
38 Kisha mfalme akawaambia watu wake, “Je, hamfahamu kwamba mkuu na mtu mashuhuri ameanguka katika Israeli leo?
ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ?
39 Nami leo ingawa ni mfalme mpakwa mafuta, mimi ni dhaifu, nao hawa wana wa Seruya wananizidi nguvu. Bwana na amlipize mtenda maovu sawasawa na matendo yake maovu!”
ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।”