< Matendo 10 >

1 Katika mji wa Kaisaria palikuwa na mtu jina lake Kornelio, ambaye alikuwa jemadari wa kile kilichojulikana kama kikosi cha Kiitalia.
କାଇସରିୟା ସହରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତ-ସେନାପତି ଥିଲେ;
2 Yeye alikuwa mcha Mungu pamoja na wote wa nyumbani mwake. Aliwapa watu sadaka nyingi na kumwomba Mungu daima.
ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ବରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ।
3 Siku moja alasiri, yapata saa tisa, aliona maono waziwazi, malaika wa Mungu akimjia na kumwambia, “Kornelio!”
ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ବରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।
4 Kornelio akamkazia macho kwa hofu akasema, “Kuna nini, Bwana?” Malaika akamwambia, “Sala zako na sadaka zako kwa maskini zimefika juu na kuwa ukumbusho mbele za Mungu.
ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କଅଣ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ବରଙ୍କ ଛାମୁରେ ଉଠିଅଛି।
5 Sasa tuma watu waende Yafa wakamwite mtu mmoja jina lake Simoni aitwaye Petro.
ଏବେ ତୁମ୍ଭେ ଯାଫୋ ସହରକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାହାଙ୍କ ଉପନାମ ପିତର;
6 Yeye anaishi na Simoni mtengenezaji ngozi ambaye nyumba yake iko kando ya bahari.”
ସେ ଶିମୋନ ନାମକ ଜଣେ ଚର୍ମକାରକଙ୍କ ଅତିଥି ସ୍ୱରୂପେ ବାସ କରୁଅଛନ୍ତି, ତାହାଙ୍କ ଘର ସମୁଦ୍ରକୂଳରେ।
7 Yule malaika aliyekuwa akizungumza naye alipoondoka, Kornelio akawaita watumishi wake wawili pamoja na askari mmoja mcha Mungu aliyekuwa miongoni mwa wale waliomtumikia.
ତାହାଙ୍କ ସାଙ୍ଗରେ କଥା କହୁଥିବା ଦୂତ ଗଲା ପରେ ସେ ଆପଣା ଗୃହର ଦାସମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ, ପୁଣି, ତାହାଙ୍କର ସେବା କରୁଥିବା ସୈନ୍ୟମାନଙ୍କ ମଧ୍ୟରୁ ଜଣେ ଭକ୍ତ ସୈନ୍ୟକୁ ଡାକିଲେ,
8 Akawaambia mambo yote yaliyotukia, kisha akawatuma waende Yafa.
ଆଉ ସେମାନଙ୍କୁ ସମସ୍ତ କଥା ବୁଝାଇ ଯାଫୋ ସହରକୁ ପଠାଇଲେ।
9 Siku ya pili yake, walipokuwa wameukaribia mji, wakati wa adhuhuri, Petro alipanda juu ya nyumba kuomba.
ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,
10 Alipokuwa akiomba akahisi njaa, akatamani kupata chakula. Lakini wakati walikuwa wakiandaa chakula, akalala usingizi mzito sana.
ଆଉ ସେ କ୍ଷୁଧିତ ହୋଇ ଖାଇବାକୁ ଇଚ୍ଛା କଲେ, କିନ୍ତୁ ସେମାନେ ଖାଦ୍ୟ ପ୍ରସ୍ତୁତ କରୁଥିବା ସମୟରେ ସେ ମୂର୍ଚ୍ଛିତ ହୋଇ ଦର୍ଶନ ଦେଖିଲେ,
11 Akaona mbingu zimefunguka na kitu kama nguo kubwa kikishushwa duniani kwa ncha zake nne.
ଆକାଶ ଖୋଲା ହୋଇଅଛି, ପୁଣି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ପୃଥିବୀ ଉପରକୁ ଖସାଇ ଦିଆଯାଉଅଛି;
12 Ndani yake walikuwepo aina zote za wanyama wenye miguu minne, nao watambaao nchini, na ndege wa angani.
ସେଥିରେ ପୃଥିବୀର ସବୁପ୍ରକାର ଚାରିଗୋଡ଼ିଆ ପ୍ରାଣୀ, ସରୀସୃପ ଓ ଆକାଶର ପକ୍ଷୀଗୁଡ଼ିକ ଅଛନ୍ତି।
13 Ndipo sauti ikamwambia “Petro, ondoka, uchinje na ule.”
ଆଉ, ତାହାଙ୍କ ପ୍ରତି ଏହି ବାଣୀ ହେଲା, “ହେ ପିତର, ଉଠ, ବଧ କରି ଖାଅ।”
14 Petro akajibu, “La hasha Bwana! Sijawahi kamwe kula kitu chochote kilicho najisi.”
କିନ୍ତୁ ପିତର କହିଲେ, ନାହିଁ, ପ୍ରଭୁ, ମୁଁ କେବେହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଖାଇ ନାହିଁ।
15 Ile sauti ikasema naye mara ya pili, “Usikiite najisi kitu chochote Mungu alichokitakasa.”
ପୁଣି, ଦ୍ୱିତୀୟ ଥର ତାହାଙ୍କ ପ୍ରତି ଏହି ବାଣୀ ହେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ।”
16 Jambo hili lilitokea mara tatu na ghafula ile nguo ikarudishwa mbinguni.
ଏହି ପ୍ରକାର ତିନି ଥର ହେଲା, ଆଉ ସଙ୍ଗେ ସଙ୍ଗେ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା।
17 Wakati Petro akiwa bado anajiuliza kuhusu maana ya maono haya, wale watu waliokuwa wametumwa na Kornelio wakaipata nyumba ya Simoni mtengenezaji wa ngozi wakawa wamesimama mbele ya lango.
ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କଅଣ, ତାହା ଭାବି ସେ ଅବାକ୍ ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ୱାର ନିକଟରେ ଠିଆ ହୋଇ,
18 Wakabisha hodi na kuuliza kama Simoni aliyeitwa Petro alikuwa anaishi hapo.
ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ୱରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ।
19 Wakati Petro akiwa anafikiria juu ya yale maono, Roho Mtakatifu akamwambia, “Simoni, wako watu watatu wanaokutafuta.
ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି।
20 Inuka na ushuke, usisite kwenda nao kwa kuwa mimi nimewatuma.”
ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ।
21 Petro akashuka na kuwaambia wale watu waliokuwa wametumwa kutoka kwa Kornelio, “Mimi ndiye mnayenitafuta. Mmekuja kwa sababu gani?”
ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି। ତୁମ୍ଭମାନଙ୍କ ଆସିବାର କାରଣ କଅଣ?
22 Wale watu wakamjibu, “Tumetumwa na Kornelio yule jemadari. Yeye ni mtu mwema anayemcha Mungu, na anaheshimiwa na Wayahudi wote. Yeye ameagizwa na malaika mtakatifu akukaribishe nyumbani kwake, ili asikilize maneno utakayomwambia.”
ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତ-ସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ବରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୁଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି।
23 Basi Petro akawakaribisha wakafuatana naye ndani, akawapa pa kulala. Kesho yake akaondoka pamoja nao, na baadhi ya ndugu kutoka Yafa wakafuatana naye.
ସେଥିରେ ସେ ସେମାନଙ୍କୁ ଭିତରକୁ ଡାକି ନେଇ ସେମାନଙ୍କର ଆତିଥ୍ୟ କଲେ। ତହିଁ ଆରଦିନ ସେ ଉଠି ସେମାନଙ୍କ ସହିତ ପ୍ରସ୍ଥାନ କଲେ, ପୁଣି, ଯାଫୋ ସହରନିବାସୀ ଭାଇମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କ ସାଙ୍ଗରେ ଗଲେ।
24 Siku iliyofuata wakawasili Kaisaria. Kornelio alikuwa akiwangoja pamoja na jamaa yake na marafiki zake wa karibu.
ପରଦିନ ସେମାନେ କାଇସରିୟାରେ ପ୍ରବେଶ କଲେ, ଆଉ କର୍ଣ୍ଣିଲୀୟ ଆପଣା ଆତ୍ମୀୟ ଓ ନିକଟସ୍ଥ ବନ୍ଧୁମାନଙ୍କୁ ଡାକି ଏକତ୍ର କରି ସେମାନଙ୍କ ଅପେକ୍ଷାରେ ଥିଲେ।
25 Petro alipokuwa akiingia ndani, Kornelio alikuja kumlaki, akaanguka miguuni pake kwa heshima.
ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାହାଙ୍କୁ ଭେଟି ଚରଣ ତଳେ ପଡ଼ି ତାହାଙ୍କୁ ପ୍ରଣାମ କଲେ।
26 Lakini Petro akamwinua akamwambia, “Simama, mimi ni mwanadamu tu.”
କିନ୍ତୁ ପିତର ତାହାଙ୍କୁ ଉଠାଇ କହିଲେ, ଠିଆ ହୁଅ; ମୁଁ ମଧ୍ୟ ଜଣେ ମନୁଷ୍ୟ।
27 Petro alipokuwa akizungumza naye akaingia ndani na kukuta watu wengi wamekusanyika.
ସେଥିରେ ସେ ତାହାଙ୍କ ସାଙ୍ଗରେ ଆଳାପ କରୁ କରୁ ଭିତରକୁ ଯାଇ ଦେଖିଲେ, ଅନେକ ଲୋକ ଏକତ୍ରିତ ହୋଇଅଛନ୍ତି,
28 Akawaambia, “Mnajua kabisa kwamba ni kinyume cha sheria yetu Myahudi kuchangamana na mtu wa Mataifa au kumtembelea. Lakini Mungu amenionyesha kwamba nisimwite mtu yeyote kuwa najisi au asiye safi.
ଆଉ ସେ ସେମାନଙ୍କୁ କହିଲେ, କୌଣସି ଅଣଯିହୁଦୀ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୁଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ବର ମୋତେ ଦେଖାଇଅଛନ୍ତି।
29 Ndiyo sababu ulipotuma niitwe nilikuja bila kupinga lolote. Basi sasa naomba unieleze kwa nini umeniita?”
ସେଥିପାଇଁ ମୋତେ ଆହ୍ୱାନ କରାଯିବା ମାତ୍ରେ ମୁଁ ମଧ୍ୟ ଆପତ୍ତି ନ କରି ଆସିଲି। ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି?
30 Kornelio akajibu, “Siku nne zilizopita, nilikuwa nyumbani nikisali saa kama hii, saa tisa alasiri. Ghafula mtu aliyevaa nguo zilizongʼaa akasimama mbele yangu,
କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,
31 akasema, ‘Kornelio, maombi yako yamesikiwa na sadaka zako kwa maskini zimekumbukwa mbele za Mungu.
ପୁଣି, ତୁମ୍ଭର ଦାନସବୁ ଈଶ୍ବରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି।
32 Basi tuma watu waende Yafa wakaulize mtu mmoja Simoni aitwaye Petro, yeye ni mgeni katika nyumba ya Simoni mtengenezaji ngozi, ambaye nyumba yake iko kando ya bahari.’
ଅତଏବ ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ରକୂଳରେ ଶିମୋନ ଚର୍ମକାରକଙ୍କ ଗୃହରେ ଅତିଥି ରୂପେ ବାସ କରୁଅଛନ୍ତି।
33 Nilituma watu kwako mara moja, nawe umefanya vyema kuja. Basi sasa sisi sote tuko hapa mbele za Mungu kuyasikiliza yote ambayo Bwana amekuamuru kutuambia.”
ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ।
34 Ndipo Petro akafungua kinywa chake akasema, “Mungu hana upendeleo,
ସେଥିରେ ପିତର ମୁଖ ଫିଟାଇ କହିଲେ, ପ୍ରକୃତରେ ବର୍ତ୍ତମାନ ମୁଁ ଜାଣିଲି ଯେ ଈଶ୍ବର ପକ୍ଷପାତ କରନ୍ତି ନାହିଁ,
35 Lakini katika kila taifa, kila mtu amchaye na kutenda yaliyo haki hukubaliwa naye.
କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି।
36 Ninyi mnajua ule ujumbe uliotumwa kwa Israeli, ukitangaza habari njema za amani kwa Yesu Kristo. Yeye ni Bwana wa wote.
ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।
37 Mnajua yale yaliyotukia katika Uyahudi wote kuanzia Galilaya baada ya mahubiri ya Yohana Mbatizaji:
ଆପଣମାନେ ଜାଣନ୍ତି ଯେ ବାପ୍ତିଜକ ଯୋହନଙ୍କ ଦ୍ୱାରା ପ୍ରଚାରିତ ବାପ୍ତିସ୍ମ ସମୟ ପରେ ସେହି ସୁସମ୍ବାଦ ଗାଲିଲୀରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ପ୍ରଚାରିତ ହୋଇଅଛି,
38 Jinsi Mungu alivyomtia Yesu wa Nazareti mafuta katika Roho Mtakatifu na jinsi alivyokwenda huku na huko akitenda mema na kuponya wote waliokuwa wameonewa na nguvu za ibilisi, kwa sababu Mungu alikuwa pamoja naye.
ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।
39 “Sisi ni mashahidi wa mambo yote aliyoyafanya katika Uyahudi na Yerusalemu. Wakamuua kwa kumtundika msalabani.
ପୁଣି, ସେ ଯିହୁଦୀମାନଙ୍କ ଦେଶ ଓ ଯିରୂଶାଲମ ସହରରେ ଯାହା ଯାହା ସାଧନ କଲେ, ଆମ୍ଭେମାନେ ସେହି ସମସ୍ତର ସାକ୍ଷୀ; ତାହାଙ୍କୁ ସେମାନେ କ୍ରୁଶରେ ଟଙ୍ଗାଇ ବଧ କଲେ।
40 Lakini Mungu alimfufua kutoka kwa wafu siku ya tatu na akamwezesha kuonekana na watu.
ତାହାଙ୍କୁ ଈଶ୍ବର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ;
41 Hakuonekana kwa watu wote, lakini kwetu sisi tuliochaguliwa na Mungu kuwa mashahidi, ambao tulikula na kunywa naye baada ya kufufuka kwake kutoka kwa wafu.
ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ବରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ। ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,
42 Naye alituamuru kuhubiri kwa watu wote na kushuhudia kwamba ndiye alitiwa mafuta na Mungu kuwa hakimu wa walio hai na wafu.
ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ବର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ।
43 Manabii wote walishuhudia juu yake kwamba kila mtu amwaminiye hupokea msamaha wa dhambi katika Jina lake.”
ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।
44 Wakati Petro alikuwa akisema maneno haya, Roho Mtakatifu aliwashukia wote waliokuwa wakisikiliza ule ujumbe.
ପିତର ଏହିସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ।
45 Wale wa tohara walioamini waliokuja na Petro walishangaa kwa kuona kuwa kipawa cha Roho Mtakatifu kimemwagwa juu ya watu wa Mataifa.
ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୁଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;
46 Kwa kuwa waliwasikia wakinena kwa lugha mpya na kumwadhimisha Mungu. Ndipo Petro akasema,
କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ବରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ।
47 “Je, kuna mtu yeyote anayeweza kuzuia watu hawa wasibatizwe kwa maji? Wamempokea Roho Mtakatifu kama sisi tulivyompokea.”
ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ କରିଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କଅଣ କେହି ଜଳକୁ ନିଷେଧ କରିପାରିବ?
48 Kwa hiyo akaamuru wabatizwe kwa jina la Yesu Kristo. Wakamsihi Petro akae nao kwa siku chache.
ପୁଣି, ସେ ସେମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବା ନିମନ୍ତେ ଆଦେଶ ଦେଲେ। ପରେ ସେମାନେ କିଛି ଦିନ ରହିବା ପାଇଁ ତାହାଙ୍କୁ ଅନୁରୋଧ କଲେ।

< Matendo 10 >