< Torati 11 >
1 Mpende Bwana Mungu wako na kushika masharti yake, amri zake, sheria zake na maagizo yake siku zote.
ଏହେତୁ ତୁମ୍ଭେ ସବୁବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବ ଓ ତାହାଙ୍କ ରକ୍ଷଣୀୟ ଓ ବିଧି ଓ ଶାସନ ଓ ଆଜ୍ଞାସକଳ ପାଳନ କରିବ।
2 Kumbuka hivi leo kwamba sio watoto wako walioona na kujua adhabu ya Bwana Mungu wako: utukufu wake, mkono wake wenye nguvu, mkono wake ulionyooshwa;
ପୁଣି ଆଜିଠାରୁ ଜ୍ଞାନବାନ ହୁଅ କାରଣ ମୁଁ ତୁମ୍ଭମାନଙ୍କ ବାଳକମାନଙ୍କୁ କହୁ ନାହିଁ, ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ କୃତ ଶାସ୍ତି ଜାଣି ନାହାନ୍ତି, ତାହାଙ୍କ ମହିମା, ତାହାଙ୍କ ବଳବାନ ହସ୍ତ ଓ ବିସ୍ତାରିତ ବାହୁ,
3 ishara alizozifanya na mambo aliyoyafanya katikati ya Misri, kwa Farao mfalme wa Misri na kwa nchi yake yote;
ପୁଣି ତାହାଙ୍କ ଚିହ୍ନସକଳ, ମିସର ମଧ୍ୟରେ ମିସରର ରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ;
4 lile alilolifanyia jeshi la Wamisri, farasi na magari yake, jinsi alivyowafurikisha na maji ya Bahari ya Shamu walipokuwa wakiwafuatilia ninyi, na jinsi Bwana alivyowaletea angamizo la kudumu juu yao.
ପୁଣି ମିସରୀୟ ସୈନ୍ୟ, ସେମାନଙ୍କ ଅଶ୍ୱ ଓ ସେମାନଙ୍କ ରଥ ପ୍ରତି ଯାହା ସେ କଲେ; ସେମାନେ ତୁମ୍ଭମାନଙ୍କୁ ଗୋଡ଼ାଇବା ବେଳେ ସେ ଯେଉଁ ପ୍ରକାରେ ସୂଫ ସାଗରର ଜଳ ସେମାନଙ୍କ ଉପରେ ବୁହାଇଲେ ଓ ସଦାପ୍ରଭୁ ଯେରୂପେ ସେମାନଙ୍କୁ ଆଜିଯାଏ ନଷ୍ଟ କରିଅଛନ୍ତି;
5 Sio watoto wenu walioyaona yale Mungu aliyowafanyia huko jangwani mpaka mkafika mahali hapa,
ପୁଣି ଏହି ସ୍ଥାନରେ ତୁମ୍ଭମାନଙ୍କ ଆଗମନ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ପ୍ରାନ୍ତରରେ ସେ ଯାହା ଯାହା କରିଅଛନ୍ତି;
6 wala lile Mungu alilowafanyia Dathani na Abiramu, wana wa Eliabu wa kabila la Reubeni, wakati ardhi ilipofungua kinywa chake katikati ya Israeli yote, ikawameza pamoja na walio nyumbani mwao, hema zao na kila kitu kilichokuwa hai ambacho kilikuwa mali yao.
ଆଉ ରୁବେନ୍ର ପୁତ୍ର ଇଲୀୟାବ୍ର ସନ୍ତାନ ଦାଥନ ଓ ଅବୀରାମ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ, ସେମାନଙ୍କ ପରିଜନବର୍ଗଙ୍କୁ, ସେମାନଙ୍କ ତମ୍ବୁ ଓ ସେମାନଙ୍କ ପଶ୍ଚାଦ୍ବର୍ତ୍ତୀ ସମସ୍ତ ପ୍ରାଣୀକୁ ଗ୍ରାସ କଲା, ଏହି ସମସ୍ତ ସେମାନେ ଦେଖି ନାହାନ୍ତି;
7 Bali ilikuwa ni macho yenu wenyewe ambayo yaliyaona mambo haya yote makuu Bwana aliyoyatenda.
ମାତ୍ର ତୁମ୍ଭମାନଙ୍କର ଚକ୍ଷୁ ସଦାପ୍ରଭୁଙ୍କ କୃତ ସକଳ ମହାକର୍ମ ଦେଖିଅଛି।
8 Kwa hiyo fuateni maagizo yote ninayowapa leo, ili mpate kuwa na nguvu za kuingia na kuiteka nchi ile ambayo mnavuka Yordani kuimiliki,
ଏଥିପାଇଁ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ;
9 ili mpate kuishi siku nyingi katika nchi ile ambayo Bwana aliapa kuwapa baba zenu na wazao wao, nchi itiririkayo maziwa na asali.
ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ।
10 Nchi mnayoiingia kuimiliki haifanani na nchi ya Misri mlikotoka ambako mlipanda mbegu yenu na kuinywesha, kama bustani ya mboga.
ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ୱାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ।
11 Lakini nchi mnayovuka Yordani kuimiliki ni nchi ya milima na mabonde inywayo mvua kutoka mbinguni.
ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତାହା ପର୍ବତ ଓ ସମସ୍ଥଳୀମୟ ଦେଶ, ପୁଣି ତାହା ଆକାଶରୁ ବୃଷ୍ଟିଜଳ ପାନ କରେ;
12 Ni nchi ambayo Bwana Mungu wenu anaitunza; macho ya Bwana Mungu wenu yanaitazama daima kutoka mwanzo wa mwaka hadi mwisho wa mwaka.
ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।
13 Hivyo kama mkiyatii maagizo yangu ninayowapa leo kwa uaminifu, yaani kwa kumpenda Bwana Mungu wenu, na kumtumikia kwa moyo wako wote na kwa roho yenu yote,
ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;
14 ndipo atawanyweshea mvua katika nchi yenu kwa majira yake, mvua ya masika na ya vuli, ili mpate kuvuna nafaka zenu, divai mpya na mafuta.
ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।
15 Nitawapa majani kwa ajili ya ngʼombe wenu, nanyi mtakula na kushiba.
ପୁଣି ଆମ୍ଭେ ତୁମ୍ଭ ପଶୁଗଣ ନିମନ୍ତେ ତୁମ୍ଭ କ୍ଷେତ୍ରରେ ତୃଣ ଦେବା, ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ।
16 Jihadharini, la sivyo mtashawishika kugeuka na kuabudu miungu mingine na kuisujudia.
ଆପଣା ଆପଣା ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ଅନ୍ତଃକରଣ ଭ୍ରାନ୍ତ ହେବ, ପୁଣି ତୁମ୍ଭେମାନେ ବିମୁଖ ହୋଇ ଅନ୍ୟ ଦେବତାମାନଙ୍କର ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
17 Ndipo hasira ya Bwana itawaka dhidi yenu, naye atafunga mbingu ili mvua isinyeshe nayo ardhi haitatoa mazao, nanyi mtaangamia mara katika nchi nzuri ambayo Bwana anawapa.
ତାହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ, ପୁଣି ସେ ଆକାଶ ରୁଦ୍ଧ କଲେ ବୃଷ୍ଟି ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।
18 Yawekeni haya maneno yangu katika mioyo yenu na akili zenu, yafungeni kama alama juu ya mikono yenu na kwenye paji za nyuso zenu.
ଏହେତୁ ତୁମ୍ଭେମାନେ ମୋହର ଏହି ସକଳ ବାକ୍ୟ ଆପଣା ଆପଣା ହୃଦୟରେ ଓ ଆପଣା ଆପଣା ପ୍ରାଣରେ ରଖିବ; ପୁଣି ତୁମ୍ଭେମାନେ ଚିହ୍ନ ସ୍ୱରୂପେ ଆପଣା ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭମାନଙ୍କ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।
19 Wafundisheni watoto wenu, yazungumzeni wakati mketipo nyumbani na wakati mtembeapo njiani, wakati mlalapo na wakati mwamkapo.
ଆଉ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ, ତୁମ୍ଭେ ଶୋଇବା ବେଳେ ଓ ଉଠିବା ବେଳେ ଏହିସବୁ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନଗଣକୁ ଶିକ୍ଷା ଦେବ।
20 Yaandikeni juu ya miimo ya nyumba zenu na juu ya malango yenu,
ଆଉ ତୁମ୍ଭେ ଆପଣା ଗୃହ ଦ୍ୱାରର ଚଉକାଠରେ ଓ ଆପଣା ବାହାର ଦ୍ୱାରରେ ତାହା ଲେଖି ରଖିବ।
21 ili kwamba siku zenu na siku za watoto wenu zipate kuwa nyingi katika nchi ile Bwana aliyoapa kuwapa baba zenu, kama zilivyo nyingi siku za mbingu juu ya nchi.
ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତି କାଳ ଭୂମଣ୍ଡଳ ଉପରେ ଆକାଶମଣ୍ଡଳର ଅବସ୍ଥିତି କାଳ ତୁଲ୍ୟ ହେବ।
22 Kama mkishika kwa makini maagizo haya yote ninayowapa kuyafuata, ya kumpenda Bwana Mungu wenu, kuenenda katika njia zake zote na kushikamana naye kwa uthabiti,
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ସମସ୍ତ ପଥରେ ଚାଲିବାକୁ ଓ ତାହାଙ୍କଠାରେ ଦୃଢ଼ ରୂପେ ଆସକ୍ତ ହେବାକୁ ଏହି ଯେଉଁ ସମସ୍ତ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହାସବୁ ଯଦି ତୁମ୍ଭେମାନେ ଯତ୍ନପୂର୍ବକ ମାନ୍ୟ କରିବ;
23 ndipo Bwana atawafukuza mataifa haya yote mbele yako, nawe utawafukuza mataifa yaliyo makubwa na yenye nguvu kukuliko wewe.
ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ।
24 Kila mahali mtakapoweka mguu wenu patakuwa penu: Nchi yenu itaenea kutoka jangwa la Lebanoni, na kutoka mto wa Frati hadi bahari ya magharibi
ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନଠାରୁ ନଦୀ, ଅର୍ଥାତ୍, ଫରାତ୍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।
25 Hapatakuwa na mtu atakayeweza kusimama dhidi yenu. Bwana Mungu wenu, kama alivyoahidi, ataweka juu ya nchi yote utisho na hofu kwa ajili yenu popote mwendako.
ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେହି ସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ଭୟ ଉପସ୍ଥିତ କରାଇବେ।
26 Tazama, leo ninaweka mbele yenu baraka na laana:
ଦେଖ, ଆଜି ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଆଶୀର୍ବାଦ ଓ ଅଭିଶାପ ରଖୁଅଛି।
27 baraka kama mtatii maagizo ya Bwana Mungu wenu, ambayo ninawapa leo;
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯଦି ଶୁଣିବ, ତେବେ ଆଶୀର୍ବାଦ।
28 laana kama hamtatii maagizo ya Bwana Mungu wenu na kuacha njia ambayo ninawaamuru leo kwa kufuata miungu mingine, ambayo hamkuijua.
ମାତ୍ର ଯଦି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍ଗମନ କରିବ, ତେବେ ଅଭିଶାପ।
29 Wakati Bwana Mungu wenu atakapokuwa amewaleta katika nchi mnayoiingia kuimiliki, mtatangaza baraka kutoka Mlima Gerizimu, na kutangaza laana kutoka Mlima Ebali.
ଆଉ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସମୟରେ ତୁମ୍ଭକୁ ପ୍ରବେଶ କରାଇବେ, ସେହି ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ ପର୍ବତରେ ସେହି ଅଭିଶାପ ରଖିବ।
30 Kama mnavyofahamu, milima hii ipo ngʼambo ya Yordani, magharibi ya barabara, kuelekea machweo ya jua, karibu na miti mikubwa ya More, katika nchi ya wale Wakanaani wanaoishi Araba, jirani na Gilgali.
ସେହି ଦୁଇ ପର୍ବତ କି ଯର୍ଦ୍ଦନର ସେପାରି ସୂର୍ଯ୍ୟାସ୍ତ ପଥ ପ୍ରାନ୍ତରେ ଗିଲ୍ଗଲ୍ ସମ୍ମୁଖସ୍ଥ ପଦା ନିବାସୀ କିଣାନୀୟମାନଙ୍କ ଦେଶରେ ମୋରିର ଅଲୋନ ତୋଟା ନିକଟରେ ନାହିଁ?
31 Karibu mvuke ngʼambo ya Yordani kuingia na kuimiliki nchi ambayo Bwana Mungu wenu anawapa. Wakati mtakapokuwa mmeichukua na mnaishi humo,
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ, ପୁଣି ତୁମ୍ଭେମାନେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ।
32 hakikisheni kwamba mnatii amri na sheria zote ninazoziweka mbele yenu leo.
ଏନିମନ୍ତେ ମୁଁ ଆଜି ତୁମ୍ଭମାନଙ୍କ ସମ୍ମୁଖରେ ଯେଉଁ ଯେଉଁ ବିଧି ଓ ଶାସନ ରଖିଲି, ସେସବୁ ମାନ୍ୟ କରି ପାଳନ କରିବ।