< Mhubiri 2 >

1 Nikafikiri moyoni mwangu, “Haya basi, nitakujaribu kwa anasa nione ni lipi lililo jema.” Lakini hilo nalo likaonekana ni ubatili.
ମୁଁ ଆପଣା ମନେ ମନେ କହିଲି, “ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ୱାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର।”
2 Nikasema, “Kicheko nacho ni upumbavu. Nayo matokeo ya anasa ni nini?”
ମୁଁ ହାସ୍ୟ ବିଷୟରେ କହିଲି, “ତାହା ପାଗଳାମି”, ଆନନ୍ଦ ବିଷୟରେ କହିଲି, “ତାହା କଅଣ କରେ?”
3 Nikajaribu kujifurahisha kwa mvinyo na kukumbatia upumbavu, huku bado akili yangu inaniongoza kwa hekima. Nilitaka kuona ni lipi bora watu wafanye kwa siku chache wanazoishi chini ya mbingu.
ମୁଁ କିପରି ମଦ୍ୟପାନରେ ଶରୀରକୁ ତୁଷ୍ଟ କରିବି ଓ ଆକାଶ ତଳେ ମନୁଷ୍ୟ-ସନ୍ତାନଗଣର ଯାବଜ୍ଜୀବନ କଅଣ କରିବା ଭଲ, ଏହା ଜାଣି ପାରିବା ପର୍ଯ୍ୟନ୍ତ କିପରି ଅଜ୍ଞାନତା ଅବଲମ୍ବନ କରିବି, ଏହା ମନେ ମନେ ଅନୁସନ୍ଧାନ କଲି, ଏହି ସମୟରେ ମଧ୍ୟ ମୋହର ମନ ଜ୍ଞାନରେ ମୋତେ ପଥ ପ୍ରଦର୍ଶନ କରୁଥିଲା।
4 Nikafanya miradi mikubwa: Nikajijengea majumba na kulima mashamba ya mizabibu.
ମୁଁ ଆପଣା ନିମନ୍ତେ ମହତ୍ ମହତ୍ କର୍ମ କଲି; ମୁଁ ଗୃହମାନ ନିର୍ମାଣ କଲି; ମୁଁ ଅନେକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି;
5 Nikatengeneza bustani na viwanja vya starehe nikaotesha huko kila aina ya miti ya matunda.
ମୁଁ ଆପଣା ନିମନ୍ତେ ଉଦ୍ୟାନ ଓ ଉପବନ ପ୍ରସ୍ତୁତ କରି, ତହିଁ ମଧ୍ୟରେ ସର୍ବପ୍ରକାର ଫଳବୃକ୍ଷ ରୋପଣ କଲି;
6 Nikajenga mabwawa ya kukusanya maji ya kunyweshea hii miti iliyokuwa inastawi vizuri.
ମୁଁ ବୃକ୍ଷର ଚାରା ଉତ୍ପାଦକ ବନରେ ଜଳ ସେଚନ ପାଇଁ ପୁଷ୍କରିଣୀମାନ ଖୋଳାଇଲି;
7 Nikanunua watumwa wa kiume na wa kike na watumwa wengine walizaliwa nyumbani mwangu. Pia nilikuwa na makundi ya ngʼombe, kondoo na mbuzi kuliko mtu yeyote aliyewahi kuishi Yerusalemu kabla yangu.
ମୁଁ ଦାସଦାସୀଗଣ କ୍ରୟ କଲି ଓ ମୋହର ଗୃହରୁ ଜାତ ଦାସଗଣ ଥିଲେ; ଆହୁରି ମୋʼ ପୂର୍ବେ ଯିରୂଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋହର ଗୋମେଷାଦି ପଶୁପଲ ଅଧିକ ଥିଲେ;
8 Nikajikusanyia fedha na dhahabu, hazina za wafalme na za majimbo. Nikajipatia waimbaji wanaume na wanawake, nazo nyumba za masuria: vitu ambavyo moyo wa mwanadamu hufurahia.
ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ-ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି।
9 Nikawa maarufu sana kuliko mtu mwingine yeyote aliyepata kuishi Yerusalemu kabla yangu. Katika haya yote bado nikawa nina hekima.
ଏହିରୂପେ ମୋʼ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେହି ସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋʼ ଠାରେ ରହିଲା।
10 Sikujinyima kitu chochote ambacho macho yangu yalikitamani, hakuna anasa ambayo niliunyima moyo wangu. Moyo wangu ulifurahia kazi zangu zote, hii ilikuwa thawabu ya kazi zangu zote.
ପୁଣି, ମୋʼ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।
11 Hata hivyo nilipokuja kuangalia yote ambayo mikono yangu ilikuwa imefanya na yale niliyotaabika kukamilisha, kila kitu kilikuwa ni ubatili, ni kukimbiza upepo; hapakuwa na faida yoyote chini ya jua.
ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।
12 Kisha nikageuza mawazo yangu kufikiria hekima, wazimu na upumbavu. Ni nini zaidi mtu anayetawala baada ya mfalme anachoweza kufanya ambacho hakijafanywa?
ଏଥିଉତ୍ତାରେ ମୁଁ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାଙ୍କ ପରେ ଆସେ, ସେ କଅଣ କରିବ? ଯାହା କରାଯାଇଅଛି, ତାହା ହିଁ ମାତ୍ର।
13 Nikaona kuwa hekima ni bora kuliko upumbavu, kama vile nuru ilivyo bora kuliko giza.
ତହୁଁ ମୁଁ ଦେଖିଲି, ଯେପରି ଅନ୍ଧକାର ଅପେକ୍ଷା ଦୀପ୍ତି ଉତ୍ତମ, ସେପରି ଅଜ୍ଞାନତା ଅପେକ୍ଷା ଜ୍ଞାନ ଉତ୍ତମ।
14 Mtu mwenye hekima ana macho katika kichwa chake, lakini mpumbavu anatembea gizani; lakini nikaja kuona kwamba wote wawili hatima yao inafanana.
ଜ୍ଞାନବାନ‍ର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି।
15 Kisha nikafikiri moyoni mwangu, “Hatima ya mpumbavu itanipata mimi pia. Nitafaidi nini basi kwa kuwa na hekima?” Nikasema moyoni mwangu, “Hili nalo ni ubatili.”
ତହିଁରେ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେରୂପ ଘଟେ, ମୋʼ ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି?” ତହୁଁ ମୁଁ ମନେ ମନେ କହିଲି, ଏହା ହିଁ ଅସାର।
16 Kwa maana kwa mtu mwenye hekima, kama ilivyo kwa mpumbavu, hatakumbukwa kwa muda mrefu, katika siku zijazo wote watasahaulika. Kama vile ilivyo kwa mpumbavu, mtu mwenye hekima pia lazima atakufa!
କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ; ଯେହେତୁ ଭବିଷ୍ୟତରେ ସମସ୍ତେ ଭୁଲି ଯାଇଥିବେ। ଆହା! ମୂର୍ଖ ଯେପରି ମରେ, ଜ୍ଞାନୀ ମଧ୍ୟ ସେପରି ମରେ।
17 Kwa hiyo nikachukia maisha, kwa sababu kazi inayofanyika chini ya jua ilikuwa masikitiko kwangu. Yote hayo ni ubatili, ni kukimbiza upepo.
ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତକାର୍ଯ୍ୟ ମୋʼ ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
18 Nikachukia kila kitu nilichokuwa nimetaabikia chini ya jua, kwa sababu ni lazima nimwachie yule ajaye baada yangu.
ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହି ସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ।
19 Nani ajuaye kama atakuwa ni mtu mwenye hekima au mpumbavu? Lakini hata hivyo yeye ndiye atakayetawala kazi zote ambazo nimemiminia juhudi na ustadi chini ya jua. Hili nalo ni ubatili.
ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ? ତଥାପି ମୁଁ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର।
20 Kwa hiyo moyo wangu ukaanza kukata tamaa juu ya kazi yangu yote niliyoifanya kwa taabu chini ya jua.
ଏହେତୁ ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେହି ସମସ୍ତ ବିଷୟରେ ଆପଣା ଅନ୍ତଃକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି।
21 Kwa kuwa mtu anaweza kufanya kazi yake kwa hekima, maarifa na ustadi, kisha analazimika kuacha vyote alivyo navyo kwa mtu mwingine ambaye hajavifanyia kazi. Hili nalo pia ni ubatili tena ni balaa kubwa.
କାରଣ ଏକ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ। ଏହା ହିଁ ଅସାର ଓ ଅତି ମନ୍ଦ।
22 Mtu atapata nini kwa taabu yote na kuhangaika kwa bidii katika kazi anayotaabikia chini ya jua?
ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେଉଁ ଯେଉଁ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରାନ୍ତ ହୁଏ, ସେସବୁରୁ ସେ କʼଣ ପାଏ?
23 Siku zake zote kazi yake ni maumivu na masikitiko, hata usiku akili yake haipati mapumziko. Hili nalo pia ni ubatili.
କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର କାର୍ଯ୍ୟ ମନସ୍ତାପଜନକ; ରାତ୍ରିରେ ମଧ୍ୟ ତାହାର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର।
24 Hakuna kitu bora anachoweza kufanya mtu zaidi ya kula na kunywa na kuridhika katika kazi yake. Hili nalo pia, ninaona, latokana na mkono wa Mungu,
ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।
25 kwa sababu pasipo yeye, ni nani awezaye kula na kufurahi?
କାରଣ ତାହାଙ୍କ ବିନା କିଏ ଭୋଜନ କରି ପାରିବ ଅବା ସୁଖଭୋଗ କରି ପାରିବ?
26 Kwa yule mtu anayempendeza Mungu, Mungu humpa hekima, maarifa na furaha, bali kwa mwenye dhambi Mungu humpa kazi ya kukusanya na kuhifadhi utajiri ili Mungu ampe yule anayempenda. Hili nalo pia ni ubatili, ni kukimbiza upepo.
ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।

< Mhubiri 2 >