< Esta 3 >
1 Baada ya matukio haya, Mfalme Ahasuero alimheshimu Hamani mwana wa Hamedatha, Mwagagi, akampandisha na kumpa kiti chake cha heshima cha juu sana kuliko wakuu wengine wote.
ଏହି ସକଳ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଉନ୍ନତ କରି ଉଚ୍ଚପଦାନ୍ୱିତ କଲେ, ଆଉ ତାହାଙ୍କ ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାହାଙ୍କୁ ଶ୍ରେଷ୍ଠ ଆସନ ଦେଲେ।
2 Maafisa wote wa mfalme waliokaa langoni mwa mfalme walipiga magoti na kumpa Hamani heshima, kwa kuwa mfalme alikuwa ameamuru hili kuhusu Hamani. Lakini Mordekai hakumpigia magoti wala kumheshimu.
ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ।
3 Kisha maafisa wa mfalme waliokuwa langoni mwa mfalme walimuuliza Mordekai, “Kwa nini hutii agizo la mfalme?”
ଏଣୁ ରାଜଦ୍ୱାରବର୍ତ୍ତୀ ରାଜାଙ୍କ ଦାସଗଣ ମର୍ଦ୍ଦଖୟଙ୍କୁ କହିଲେ, “ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?”
4 Siku baada ya siku walizungumza naye lakini hakukubali. Kwa hiyo walimweleza Hamani kuona kama tabia ya Mordekai itaweza kuvumiliwa, kwa maana alikuwa amewaambia kuwa yeye ni Myahudi.
ଏହିରୂପେ ସେମାନେ ପ୍ରତିଦିନ ତାହାଙ୍କୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲେ ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲେ।
5 Wakati Hamani alipoona kuwa Mordekai hampigii magoti wala kumpa heshima alighadhibika.
ଯେତେବେଳେ ହାମନ୍ ଦେଖିଲେ ଯେ, ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲେ।
6 Hata hivyo baada ya kujulishwa watu wa Mordekai ni akina nani, alibadili wazo la kumuua Mordekai peke yake. Badala yake Hamani alitafuta njia ya kuwaangamiza watu wote wa Mordekai, yaani, Wayahudi, walio katika ufalme wote wa Ahasuero.
ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲେ; କାରଣ ସେମାନେ ତାହାଙ୍କୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲେ,
7 Katika mwaka wa kumi na mbili wa utawala wa Mfalme Ahasuero, katika mwezi wa kwanza uitwao Nisani, walipiga puri (yaani kura) mbele ya Hamani ili kuchagua siku na mwezi. Kura ikaangukia kwenye mwezi wa kumi na mbili, yaani Adari.
ଆଉ, ସେହି ବିଷୟରେ ଅକ୍ଷଶ୍ୱେରଶ ରାଜାଙ୍କ ରାଜତ୍ଵର ଦ୍ୱାଦଶ ବର୍ଷର ନୀସନ୍ ନାମକ ପ୍ରଥମ ମାସରେ ହାମନ୍ର ସାକ୍ଷାତରେ ଅଦର ନାମକ ଦ୍ୱାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତିଦିନ ଓ ପ୍ରତି ମାସ “ପୂର,” ଅର୍ଥାତ୍, ଗୁଲିବାଣ୍ଟ କଲେ।
8 Kisha Hamani akamwambia Mfalme Ahasuero, “Wako watu fulani wameenea na kutawanyika miongoni mwa watu katika majimbo yote ya ufalme wako, ambao desturi zao ni tofauti na zile za watu wengine wote, nao hawatii sheria za mfalme. Haifai mfalme kuwavumilia watu hawa.
ଏଥିଉତ୍ତାରେ ହାମନ୍ ଅକ୍ଷଶ୍ୱେରଶ ରାଜାଙ୍କୁ କହିଲେ, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକୀକୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ ନୁହେଁ।
9 Kama inampendeza mfalme, itolewe amri kuwaangamiza, nami nitaweka talanta 10,000 za fedha katika hazina ya mfalme kwa ajili ya watu watakaoshughulikia jambo hili.”
ମହାରାଜା ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ଡାରକୁ ଆଣିବା ପାଇଁ ଦଶ ହଜାର ତାଳନ୍ତ ରୂପା ଦେବି।”
10 Basi mfalme alichukua pete yake ya muhuri kutoka kwenye kidole chake na kumpa Hamani mwana wa Hamedatha, Mwagagi, adui wa Wayahudi.
ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଦେଲେ।
11 Mfalme akamwambia Hamani, “Baki na fedha yako na uwatendee hao watu utakavyo.”
“ପୁଣି, ରାଜା ହାମନ୍କୁ କହିଲେ, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”
12 Kisha siku ya kumi na tatu ya mwezi wa kwanza waandishi wa mfalme waliitwa. Wakaandika barua kwa kila jimbo na katika kila lugha ya watu kama agizo la Hamani lilivyotoka kwa mfalme, kwa watawala wa majimbo mbalimbali, na wakuu wa watu mbalimbali. Hizi ziliandikwa kwa jina la Mfalme Ahasuero mwenyewe na kutiwa muhuri wa pete yake mwenyewe.
ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।
13 Barua zilipelekwa na tarishi katika majimbo yote ya mfalme zikiwa na amri ya kuharibu, kuua na kuangamiza Wayahudi wote, wadogo kwa wakubwa, wanawake na watoto wadogo, siku moja, yaani siku ya kumi na tatu ya mwezi wa kumi na mbili, ndio mwezi wa Adari, na pia kuteka nyara vitu vyao.
ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ୱାରା ରାଜାଙ୍କ ସବୁ ପ୍ରଦେଶକୁ ପ୍ରେରିତ ହେଲେ।
14 Nakala ya andiko la amri ilipaswa kutolewa kama sheria katika kila jimbo, na kufahamishwa kwa watu wa kila taifa ili waweze kuwa tayari kwa siku ile.
ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା।
15 Kwa kuharakishwa na amri ya mfalme, matarishi walikwenda na andiko lilitolewa katika mji wa ngome ya Shushani. Mfalme na Hamani waliketi na kunywa, lakini mji wa Shushani ulifadhaika.
ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରିଗଲେ, ପୁଣି ସେହି ଆଜ୍ଞା ଶୂଶନ୍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍ ନଗର ଉଦ୍ବିଗ୍ନ ହେଲା।